Biblia Todo Logo
Bib sou entènèt

- Piblisite -




ଏବ୍ରୀ 1:13 - ପବିତ୍ର ବାଇବଲ

13 ପରମେଶ୍ୱର କେବେ ହେଲେ କୌଣସି ସ୍ୱର୍ଗଦୂତକୁ କହିଛନ୍ତି କି ଯେ: “ଯେତେବେଳ ପର୍ଯ୍ୟନ୍ତ ମୁଁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ତୁମ୍ଭ କର୍ତ୍ତୃତ୍ୱରେ ନ ଆଣିଛି, ସେ ପର୍ଯ୍ୟନ୍ତ ମୋ’ ଡାହାଣରେ ବସିଥାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ “ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,” ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

13 ଆଉ "ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,'' ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଈଶ୍ୱର ତାଙ୍କର କୌଣସି ଦୂତଙ୍କୁ କେବେ କହି ନାହାନ୍ତି; “ମୁଁ ତୁମର ଶତ୍ରୁମାନଙ୍କୁ ତୁମର ପଦାନତ ନ କରିବା ପର୍ଯ୍ୟନ୍ତ ତୁମେ ମୋର ଦକ୍ଷିଣ ପାଶ୍ୱର୍ରେ ବସିଥାଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ “ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ, ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,” ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି?

Gade chapit la Kopi




ଏବ୍ରୀ 1:13
16 Referans Kwoze  

ସଦାପ୍ରଭୁ ମୋର ପ୍ରଭୁଙ୍କୁ କହିଲେ, “ମୋ’ ସହିତ ମୋର ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ଯ୍ୟନ୍ତ।”


ସ୍ୱୟଂ ଦାଉଦ ପବିତ୍ରଆତ୍ମାଙ୍କ ସାହାଯ୍ୟରେ କହିଥିଲେ, ‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁଙ୍କୁ କହିଥିଲେ: ତୁମ୍ଭେ ମୋ’ ପାଖରେ, ମୋହର ଡାହାଣ ପଟେ ବସ, ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ଅଧୀନକୁ ନେଇ ଆସିବି।’


“ପ୍ରଭୁ ମୋର ପ୍ରଭୁ ଖ୍ରୀଷ୍ଟଙ୍କୁ କହିଥିଲେ, ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ନିୟନ୍ତ୍ରଣରେ ଦେବି ଏବଂ ତୁମ୍ଭେ ମୋର ଡାହାଣ ପଟେ ବସିବ।”


ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ।


ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା, କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚ‌କ୍‌ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”


କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଆକାଶକୁ ଗ୍ଭହିଁଲେ। ସେଠାରେ ସେ ପରମେଶ୍ୱରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ୱରଙ୍କ ଡାହାଣ ପଟେ ଠିଆ ହେବାର ଦେଖିଲେ।


ଗୀତସଂହିତାରେ ଦାଉଦ ନିଜେ କହିଛନ୍ତି: ‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁ ଖ୍ରୀଷ୍ଟଙ୍କୁ କହିଲେ, ମୋର ଡାହାଣ ପଟେ ମୋ’ ପାଖରେ ବସ।


ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା।


ବର୍ତ୍ତମାନ ମୋର ଶତ୍ରୁମାନେ କାହାନ୍ତି? ମୁଁ ସେମାନଙ୍କର ରାଜା ନ ହୁଏ ବୋଲି ଯେଉଁମାନେ ଗ୍ଭହୁଁଥିଲେ। ସେମାନେ କାହାନ୍ତି? ମୋ’ ଶତ୍ରୁମାନଙ୍କୁ ଏଠାକୁ ଆଣ। ସେମାନଙ୍କୁ ମୋ’ ଆଖି ଆଗରେ ମାରିଦିଅ।’”


ସେମାନେ ସେହି ରାଜାଗଣଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲେ ଏବଂ ଯିହୋଶୂୟ ତାଙ୍କର ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ସେଠାକୁ ପଠାଇଲେ। ଯିହୋଶୂୟ ତାଙ୍କର ସୈନ୍ୟବାହିନୀର ସମସ୍ତ ସେନାପତିମାନଙ୍କୁ କହିଲେ, ଯେଉଁମାନେ ତାଙ୍କ ସହିତ ଆସିଲେ, “ପାଖକୁ ଆସ ଏବଂ ଏ ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।


Swiv nou:

Piblisite


Piblisite