ଏବ୍ରୀ 1:14 - ପବିତ୍ର ବାଇବଲ14 ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହନ୍ତି, ପୁଣି ପରିତ୍ରାଣର ଭାବୀ ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି? Gade chapit laଓଡିଆ ବାଇବେଲ14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ? Gade chapit laପବିତ୍ର ବାଇବଲ (CL) NT (BSI)14 ତେବେ ସ୍ୱର୍ଗଦୂତମାନେ କିଏ? ସେମାନେ ହେଉଛନ୍ତି ଈଶ୍ୱରଙ୍କ ସେବକ, ପରିତ୍ରାଣପ୍ରାର୍ଥୀ ମନୁଷ୍ୟମାନଙ୍କର ସାହାଯ୍ୟ ପାଇଁ ଈଶ୍ବରଙ୍କ ଦ୍ୱାରା ପ୍ରେରିତ ଆତ୍ମାଗଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି? Gade chapit la |
ତା'ପରେ ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।
ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟଦ୍ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।
ପରମେଶ୍ୱର ନିଜ ପ୍ରତିଜ୍ଞାର ସତ୍ୟତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସେମାନଙ୍କୁ ସ୍ପଷ୍ଟ ଭାବରେ ବୁଝାଇ ଦେବାକୁ ଗ୍ଭହିଁଲେ ଯେ ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ୱର ଯାହା କହନ୍ତି, ତାହା ନିଶ୍ଚିତ ହେବ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ୟ କରନ୍ତି।
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।
ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।