ଏବ୍ରୀ 1:8 - ପବିତ୍ର ବାଇବଲ8 କିନ୍ତୁ ପରମେଶ୍ୱର ନିଜ ପୁତ୍ର ବିଷୟରେ କୁହନ୍ତି: “ହେ ପରମେଶ୍ୱର! ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ତୁମ୍ଭେ ନ୍ୟାୟରେ ରାଜ୍ୟଶାସନ କରିବ Gade chapit laପବିତ୍ର ବାଇବଲ (Re-edited) - (BSI)8 ଅନ୍ୟ ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି ନ୍ୟାୟର ଦଣ୍ତ ତୁମ୍ଭର ରାଜଦଣ୍ତ ଅଟେ।” Gade chapit laଓଡିଆ ବାଇବେଲ8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, "ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ ।'' Gade chapit laପବିତ୍ର ବାଇବଲ (CL) NT (BSI)8 ତାଙ୍କ ପୁତ୍ରଙ୍କ ସମ୍ପର୍କରେ ସେ କହିଥିଲେ, “ହେ ଈଶ୍ୱର, ତୁମର ରାଜ୍ୟ ଚିରକାଳ ସ୍ଥାୟୀ! ତୁମେ ନ୍ୟାୟଦଣ୍ଡରେ ତୁମ ଲୋକମାନଙ୍କୁ ଶାସନ କରୁଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।” Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”