ଏବ୍ରୀ 10:23 - ପବିତ୍ର ବାଇବଲ23 ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗରେ ବ୍ୟକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରି ପାରିବା। Gade chapit laପବିତ୍ର ବାଇବଲ (Re-edited) - (BSI)23 ଆମ୍ଭେମାନେ ଯେଉଁ ଭରସା ସ୍ଵୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ଵସ୍ତନ୍ତ Gade chapit laଓଡିଆ ବାଇବେଲ23 ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ; Gade chapit laପବିତ୍ର ବାଇବଲ (CL) NT (BSI)23 ଯେଉଁ ଭରସା ଆମ୍ଭମାନଙ୍କର ଅଛି ବୋଲି ସ୍ୱୀକାର କରୁଛୁ, ସେଥିରେ ଆମେ ଦୃଢ଼ ରହିବା ଉଚିତ, କାରଣ ଆମେ ଈଶ୍ୱରଙ୍କ ପ୍ରତିଶ୍ରୁତି ଉପରେ ଆସ୍ଥା ରଖିପାରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ; Gade chapit la |
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।
କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।
ତୁମ୍ଭମାନଙ୍କର ଏହି ସେବା ତୁମ୍ଭମାନଙ୍କର ବିଶ୍ୱାସର ପ୍ରମାଣ ଅଟେ। ଏହା ଦ୍ୱାରା ଲୋକେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭେମାନେ ଯେ କେବଳ ବିଶ୍ୱାସକୁ ସ୍ୱୀକାର କରୁଛ ତା’ ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ୟବହାରିକ ସୁସମାଗ୍ଭରକୁ ଅନୁସରଣ କରୁଛ। ତୁମ୍ଭେମାନେ ସେମାନଙ୍କ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ୱରଙ୍କ ପ୍ରଶଂସା କରିବେ।