Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:19 - ପବିତ୍ର ବାଇବଲ

19 ଅବ୍ରହାମ ବିଶ୍ୱାସ କରିଥିଲେ ଯେ, ପରମେଶ୍ୱର ଲୋକମାନଙ୍କୁ ମୃତ୍ୟୁରୁ ଉଠାଇ ଆଣି ପାରିବେ। ପ୍ରକୃତରେ ଯେତେବେଳେ ସେ ଇସ୍‌ହାକଙ୍କୁ ମାରିବା ପାଇଁ ଗଲାବେଳେ ପରମେଶ୍ୱର ଅବ୍ରହାମଙ୍କୁ ଅଟକାଇ ଦେଲେ। ସେତେବେଳେ ଅବ୍ରହାମ ଯେପରି ଇସ୍‌ହାକଙ୍କୁ ମୃତ୍ୟୁରୁ ଫେରି ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ଈଶ୍ଵର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଏହା ସେ ମନେ କରିଥିଲେ, ଆଉ ସେ ମଧ୍ୟ ତାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।

Gade chapit la Kopi

ଓଡିଆ ବାଇବେଲ

19 କାରଣ ଈଶ୍ୱର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଈଶ୍ୱର ଯେ ଇସାହାକଙ୍କୁ ମୃତ୍ୟୁର ସଞ୍ଜୀବିତ କରିବାକୁ ସମର୍ଥ, ଏହି ବିଶ୍ୱାସ ଅବ୍ରାହାମଙ୍କର ମୃତ୍ୟୁରୁ ଫେରି ପାଇଲେ ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।

Gade chapit la Kopi




ଏବ୍ରୀ 11:19
10 Referans Kwoze  

ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”।


ଆମ୍ଭ ଭିତରେ ପରମେଶ୍ୱରଙ୍କ ଯେଉଁ ଶକ୍ତି କାର୍ଯ୍ୟ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ଯଥେଷ୍ଟ ଅଧିକ ଏବଂ ପରମେଶ୍ୱର ତାହାଠାରୁ ଅଧିକ ଶକ୍ତିର କାର୍ଯ୍ୟ କରି ପାରନ୍ତି।


ଏହା ପରେ ଅବ୍ରହାମ ନିରୀକ୍ଷଣ କଲେ ଓ ଏକ ଅଣ୍ଡିରା ମେଷ ଦେଖିଲେ, ତା'ର ଶିଙ୍ଗ ବୁଦାରେ ଚ୍ଛନ୍ଦି ହୋଇଥିଲା। ତେଣୁ ଅବ୍ରହାମ ସେହି ଅଣ୍ଡିରା ମେଷକୁ ଆଣି ହତ୍ୟା କଲେ ଓ ତାହାକୁ ନିଜପୁତ୍ର ବଦଳରେ ହୋମବଳିରେ ଉତ୍ସର୍ଗ କଲେ।


ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନୁଷ୍ୟ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ୱର୍ଗ ଭିତରକୁ ଗଲେ।


କିନ୍ତୁ ଆଦମଙ୍କ ସମୟରୁ ମୋଶାଙ୍କ ସମୟ ସୁଦ୍ଧା, ପ୍ରତ୍ୟେକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ୱରଙ୍କର ଆଦେଶ ଅମାନ୍ୟ କରି ପାପ କରିଥିବା ହେତୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନ ଥିଲେ, ସେମାନଙ୍କୁ ମଧ୍ୟ ମରିବାକୁ ହେଲା। ଭବିଷ୍ୟତ‌‌ରେ ଯେଉଁ ଜଣଙ୍କର (ଖ୍ରୀଷ୍ଟଙ୍କର) ଆସିବା କଥା, କେତେକାଂଶରେ ସେ ଆଦମଙ୍କ ଭଳି।


କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରତ୍ୟେକ ଶବ୍ଦପାଇଁ ବିଗ୍ଭର ଦିନରେ ସେମାନଙ୍କୁ ଉତ୍ତର ଦେବାକୁ ହେବ।


ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ୱରୂପ। ଏହା ସୂଗ୍ଭଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ୱରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ୱାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହୋଇପାରେ ନାହିଁ। ଉକ୍ତ ବଳି ହେତୁ ସେ ସିଦ୍ଧିଲାଭ କରିପାରେ ନାହିଁ।


Swiv nou:

Piblisite


Piblisite