Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:13 - ପବିତ୍ର ବାଇବଲ

13 ଧାର୍ମିକ ହୋଇ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହେବାର କାରଣ ହେବ ନାହିଁ, ଓ ତୁମ୍ଭେମାନେ ରକ୍ଷା ପାଇ ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର, ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସଳଖ ପଥମାନଙ୍କପରେ ଗମନ କର; ତାହାହେଲେ, ତୁମର ପଙ୍ଗୁ ପଦ ଅଚଳ ନ ହୋଇ ସୁସ୍ଥ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।

Gade chapit la Kopi




ଏବ୍ରୀ 12:13
15 Referans Kwoze  

ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ।


ତୁମ୍ଭେମାନେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର।


ଖଞ୍ଜଲୋକ ହରିଣ ତୁଲ୍ୟ ଡିଆଁ ମାରିବ ଓ ମୂକ ଆନନ୍ଦରେ ଗାନ କରିବ। କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ଝରଣାର ସ୍ରୋତ ବାହାରିବ।


ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ।


ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରି ଦିଆଯିବ। ପ୍ରତ୍ୟେକ ପର୍ବତ ଓ ପାହାଡ଼ ସମତଳ ହୋଇଯିବ। ବଙ୍କା ରାସ୍ତା ସବୁ ସିଧା କରି ଦିଆଯିବ ଓ ଖାଲଢ଼ିପ ରାସ୍ତା ସବୁ ସମତଳ କରି ଦିଆଯିବ।


ତା'ପରେ ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବୁ ଓ ଯେଉଁ ପଥ ସେମାନେ ଜାଣନ୍ତି ନାହିଁ, ସେହି ପଥରେ ସେମାନଙ୍କୁ କଢ଼ାଇ ନେବୁ। ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖରେ ପରିଣତ କରିବୁ। ଏହିସବୁ କାର୍ଯ୍ୟ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ୟାଗ କରିବୁ ନାହିଁ।


ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାଶୋରି ଅସାର ଦେବଗଣଙ୍କୁ ଧୂପ ଉତ୍ସର୍ଗ କରିଛନ୍ତି। ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ପ୍ରବର୍ତ୍ତାଇଛନ୍ତି। ସେମାନଙ୍କ ପୁରାତନ ପଥରେ ବିଘ୍ନ ଜନ୍ମାଇ ଅଛନ୍ତି।


ପୁଣି ତୁମ୍ଭ ବଂଶୀୟ ଲୋକେ ପୁରାତନ ଧ୍ୱଂସ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପରେ ନିର୍ମାଣ କରିବ। “ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”


ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?”


ପରମେଶ୍ୱର ନ୍ୟାୟ ବିଗ୍ଭର କରନ୍ତି। କ୍ରୁଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ୱଦେହରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଇ, ଯାହା ସତ୍ୟ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ।


Swiv nou:

Piblisite


Piblisite