Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:16 - ପବିତ୍ର ବାଇବଲ

16 ସାବଧାନ ରୁହ ଯେପରି କେହିହେଲେ ଯୌନ ବ୍ୟଭିଗ୍ଭର ନ କରେ। ସାବଧାନ ରୁହ ଯେପରି କେହି ଏଷୌ ଭଳି ନ ହେଉ। ସେ ପରମେଶ୍ୱରଙ୍କ ବିଷୟରେ ଚିନ୍ତା କରେ ନାହିଁ। ଏଷୌ ଜ୍ୟେଷ୍ଠପୁତ୍ର ଥିଲା, ଓ ସେ ତା’ ପିତାଙ୍କଠାରୁ ସବୁକିଛି ଉତ୍ତରାଧିକାରୀ ଭାବରେ ପାଇଥା’ନ୍ତା। କିନ୍ତୁ ଥରକର ଭୋଜନ ବଦଳରେ ସେ ସବୁକିଛି ବିକ୍ରି କରି ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏ ବିଷୟରେ ଅତି ଜାଗ୍ରତ ହୁଅ।

Gade chapit la Kopi

ଓଡିଆ ବାଇବେଲ

16 କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏବିଷୟରେ ସାବଧାନ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଏଷୌ ପରି କେହି ଭ୍ରଷ୍ଟାଚାରୀ ବା ଅଧର୍ମାଚାରୀ ନ ହେଉ; ସେ ତ ଓଳିକର ଖାଦ୍ୟ ପାଇଁ ଜ୍ୟେଷ୍ଠାଧିକାର ବିଜୟ କରି ଦେଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏହି ବିଷୟରେ ସାବଧାନ ହୁଅ।

Gade chapit la Kopi




ଏବ୍ରୀ 12:16
20 Referans Kwoze  

କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ଯୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ୟାପ୍ରିୟ ଓ ମିଥ୍ୟାବାଦୀମାନେ ନଗରର ବାହାରେ ରହିବେ।”


ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ।


ତୁମ୍ଭେମାନେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ। ତୁମ୍ଭେମାନେ ରକ୍ତ ଖାଇବ ନାହିଁ। ତଣ୍ଟି ଚିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭେମାନେ ଖାଇବ ନାହିଁ। ତୁମ୍ଭେମାନେ ଯୌନ ପାପସବୁ କରିବ ନାହିଁ। ଯଦି ତୁମ୍ଭେମାନେ ଏସବୁ ଜିନିଷଠାରୁ ନିଜକୁ ଅଲଗା ରଖିବ, ତେବେ ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କରିବ। ବିଦାୟ।


ମନୁଷ୍ୟ ଭିତରେ, ତା'ର ମନରେ, ଏହିସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଗ୍ଭର, ଯୌନଗତ ପାପ, ଗ୍ଭେରି, ହତ୍ୟା।


କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’


ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି।


ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ଯୌନ ପାପଗୁଡ଼ିକରେ ଲିପ୍ତ ରୁହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ୱର ଓ ଖ୍ରୀଷ୍ଟଙ୍କ ରାଜ୍ୟରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କେବଳ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦେବତାମାନଙ୍କର ପୂଜା କରେ।


ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।


ସେମାନଙ୍କ ଭିତରୁ ଯେପରି କେତେକ ଯୌନଗତ ପାପ କଲେ, ଆମ୍ଭେ ସେଭଳି କେବେ କରିବା ନାହିଁ। ସେମାନେ ପାପ କରିଥିବା ହେତୁରୁ ସେମାନଙ୍କ ଭିତରୁ 23,000 ଲୋକ ଗୋଟିଏ ଦିନରେ ମରିଗଲେ।


ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ: ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ। ଯୌନ ପାପ କର ନାହିଁ। ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ।


ଏଷୌ କହିଲେ, “ତା'ର ନାମ ହେଲା ଯାକୁବ ତାହା କ’ଣ ଯଥାର୍ଥ ନୁହେଁ। ସେ ମୋତେ ଦୁଇଥର ପ୍ରବଞ୍ଚନା କଲା। ସେ ମୋର ଜ୍ୟେଷ୍ଠ ଅଧିକାର ଛଡ଼ାଇ ନେଲା। ଏବଂ ମୋର ଆଶୀର୍ବାଦ ନେଇଗଲା।” ଏହା ପରେ ଏଷୌ କହିଲେ, “ମୋ’ ପାଇଁ କିଛି ଆଶୀର୍ବାଦ ରଖିଛ କି?”


ତୁମ୍ଭ ଭିତରେ କୌଣସି ଯୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପଯୁକ୍ତ ନୁହେଁ।


ଆମ୍ଭେ ଏହା ମଧ୍ୟ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ୟବସ୍ଥାର ଆବଶ୍ୟକତା ନାହିଁ। ଯେଉଁ ଲୋକମାନେ ବ୍ୟବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହନ୍ତି, ସେହିମାନଙ୍କ ଲାଗି ବ୍ୟବସ୍ଥା ନିର୍ମିତ ହୋଇଛି। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ପିତାମାତାଙ୍କ ହତ୍ୟାକାରୀ ତଥା ନରହତ୍ୟାକାରୀ,


Swiv nou:

Piblisite


Piblisite