Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:4 - ପବିତ୍ର ବାଇବଲ

4 ତୁମ୍ଭେମାନେ ପାପ ବିରୁଦ୍ଧରେ ସଂଗ୍ରାମ କରୁଛ, କିନ୍ତୁ ସେହି ସଂଗ୍ରାମ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କର ମୃତ୍ୟୁର କାରଣ ହୋଇପାରି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏ ରକ୍ତବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କାରଣ ତୁମ୍ଭମାନଙ୍କୁ ଏ ପର୍ଯ୍ୟନ୍ତି ପାପ ବିରୁଦ୍ଧରେ ମରଣାନ୍ତକ ସଂଗ୍ରାମ କରିବାକୁ ପଡ଼ି ନାର୍ହି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,

Gade chapit la Kopi




ଏବ୍ରୀ 12:4
12 Referans Kwoze  

କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।


“ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠାରେ ରହିଛି, ସେହି ନଗରରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମୋ’ ପ୍ରତି ନିଷ୍ଠାବାନ ହୋଇଅଛ ଏପରିକି, ଶୟତାନ ବାସ କରୁଥିବା ସେହି ନଗରରେ ମୋର ବିଶ୍ୱସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ୟା କରାଯିବା ସମୟରେ ମଧ୍ୟ ତୁମ୍ଭେ ମୋ'ଠାରେ ବିଶ୍ୱାସ କରୁଅଛ ବୋଲି ଅସ୍ୱୀକାର କରି ନ ଥିଲା।


ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।


ଆମ୍ଭ ଭାଇମାନେ ମେଷଶାବକଙ୍କ ରକ୍ତ ଦ୍ୱାରା ଓ ସେମାନଙ୍କର ପ୍ରଗ୍ଭର ଦ୍ୱାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସେମାନେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିଥିଲେ।


“ସେତେବେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ୟବହାର କରିବେ। ସେମାନେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ପାଇଁ ଧରାଇ ଦେବେ। ସେମାନେ ତୁମ୍ଭମାନଙ୍କୁ ମାରିଦେବେ। ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ।


ସେ (ବାବିଲ) ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ଏବଂ ପୃଥିବୀରେ ମାରି ଦିଆଯାଇ ଥିବା ସମସ୍ତ ଲୋକଙ୍କ ରକ୍ତ ପାଇଁ ଦାୟୀ ଅଟେ।”


ମୁଁ ସେହି ସ୍ତ୍ରୀଲୋକକୁ ପରମେଶ୍ୱରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟରେ ସେମାନଙ୍କର ସାକ୍ଷ୍ୟ ଦେଇଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି। ମୁଁ ସେହି ସ୍ତ୍ରୀଲୋକକୁ ଦେଖି ବହୁତ ଆଶ୍ଚର୍ଯ୍ୟ ହୋଇଗଲି।


ସେ ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଆଜ୍ଞକାରୀ ହୋଇ ନିଜକୁ ନମ୍ର କଲେ। ଏପରିକି କ୍ରୁଶରେ ମୃତ୍ୟୁ ପର୍ଯ୍ୟନ୍ତ ନିଜକୁ ବାଧ୍ୟ ଓ ନମ୍ର କଲେ।


ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ଯିବା ଉଚିତ୍। ଆମ୍ଭେ ମଧ୍ୟ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।


Swiv nou:

Piblisite


Piblisite