Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:12 - ପବିତ୍ର ବାଇବଲ

12 ସେହିଭଳି ଯୀଶୁ ମଧ୍ୟ ସହର ବାହାରେ ଯାତନା ପାଇଲେ। ନିଜ ରକ୍ତ ଦ୍ୱାରା ନିଜ ଲୋକମାନଙ୍କୁ ପବିତ୍ର କରିବା ପାଇଁ ଯୀଶୁ ମଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ଵାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ଵାରର ବାହାରେ ମୃତ୍ୟୁଭୋଗ କଲେ।

Gade chapit la Kopi

ଓଡିଆ ବାଇବେଲ

12 ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେହିପରି ଯୀଶୁ ମଧ୍ୟ ନିଜ ରକ୍ତ ଦ୍ୱାରା ଲୋକମାନଙ୍କୁ ପାପରୁ ପରିଶୁଦ୍ଧ କରିବାପାଇଁ ନଗର ବାହାରେ ମୃତ୍ୟୁ ଭୋଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।

Gade chapit la Kopi




ଏବ୍ରୀ 13:12
18 Referans Kwoze  

ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତେକ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହୋଇଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଧାର୍ମିକ କରାଯାଇଛି।


ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ନେଇ ପଥର ମାରିବା ଆରମ୍ଭ କରିଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକର ପାଖରେ ସେମାନଙ୍କର ଲୁଗାପଟା ରଖିଲେ।


ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କରିଥିଲେ। ଯେପରି ସୁସାମାଗ୍ଭରର ବାକ୍ୟ ଓ ଜଳ ଦ୍ୱାରା ଧୌତ କରି ସଫା କରିବା ପରେ ସେ ପରମେଶ୍ୱରଙ୍କ କାର୍ଯ୍ୟ ମାଧ୍ୟମରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରି ପାରନ୍ତି।


ତେଣୁ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ତଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ଫିଙ୍ଗି ହତ୍ୟା କଲେ।


ତା'ପରେ ମୋଶା ଇସ୍ରାଏଲ ସନ୍ତାନଗଣଙ୍କୁ କହିବାରୁ ସେମାନେ ଅଭିଶାପ ଦେଇଥିବା ଲୋକକୁ ଛାଉଣି ବାହାରକୁ ଆଣିଲେ, ତହୁଁ ଲୋକମାନେ ତାକୁ ପଥର ମାରି ବଧ କଲେ। ଇସ୍ରାଏଲ ସନ୍ତାନଗଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।


ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।


ମୁଁ ନିଜକୁ ସେବା ପାଇଁ ପ୍ରସ୍ତୁତ କରୁଛି। ମୁଁ ସେମାନଙ୍କ ପାଇଁ ଏହା କରୁଛି ଯେହେତୁ ସେମାନେ ତୁମ୍ଭର ସେବା ପାଇଁ ପ୍ରକୃତରେ ପ୍ରସ୍ତୁତ ହୋଇପାରିବେ।


ଏହା ପରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ପୁତ୍ର ଆଖ‌ନ୍‌କୁ ଓ ତା'ର ପୁତ୍ର ଓ କନ୍ୟାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ଢା ଓ ତମ୍ବୁ ସର୍ବସ୍ୱ ଯଥା: ରୂପା, ସୁନା ଓ ବସ୍ତ୍ରକୁ ଆଖୋର ଉପତ୍ୟକାକୁ ଆଣିଲେ।


ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ।


କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ୱାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା।


ଲୋକମାନେ ଉଠି ପଡ଼ିଲେ ଓ ଜୋର୍ ଜବରଦସ୍ତି ଯୀଶୁଙ୍କୁ ନଗର ମଧ୍ୟରୁ ବାହାର କରିଦେଲେ। ସେମାନଙ୍କ ନଗର ଗୋଟିଏ ପାହାଡ଼ ଉପରେ ନିର୍ମିତ ଥିଲା। ସେମାନେ ଯୀଶୁଙ୍କୁ ପାହାଡ଼ର ଧାରକୁ ନେଇଗଲେ। ସେମାନେ ଯୀଶୁଙ୍କୁ ସେଠାରୁ ତଳକୁ ଫିଙ୍ଗି ଦେବାକୁ ଗ୍ଭହୁଁଥିଲେ।


ପରମେଶ୍ୱର ଗ୍ଭହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ୱାରା ତାହାଙ୍କ ଶରୀରର ବଳିଦାନ ହେତୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ଯ୍ୟାପ୍ତ ହେଲା ଭଳି ଥରେମାତ୍ର ସେହି ବଳିଦାନ କଲେ।


ନଗର ବାହାରେ ଦ୍ରାକ୍ଷା ଫଳ ସବୁ ସେହି ଦ୍ରାକ୍ଷାପେଷା କୁଣ୍ଡରେ ଚିପୁଡ଼ା ହେଲା। ସେହି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ଯ୍ୟନ୍ତ ଉପରକୁ ଉଠି 300 କିଲୋମିଟର ପର୍ଯ୍ୟନ୍ତ ରକ୍ତ ସ୍ରୋତ ହୋଇ ବହିବାରେ ଲାଗିଲା।


Swiv nou:

Piblisite


Piblisite