Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:16 - ପବିତ୍ର ବାଇବଲ

16 ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କେବେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ୱାରା ପରମେଶ୍ୱର ପ୍ରସନ୍ନ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ଵରଙ୍କର ପରମ ସନ୍ତୋଷ।

Gade chapit la Kopi

ଓଡିଆ ବାଇବେଲ

16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଅନ୍ୟମାନଙ୍କର ଉପକାର କରିବାକୁ ଓ ସେମାନଙ୍କୁ ସାହାଯ୍ୟ କରିବାକୁ ଭୁଲିଯାଅ ନାହିଁ, କାରଣ ଏହିସବୁ ହିଁ ଈଶ୍ୱରଙ୍କ ସନ୍ତୋଷଜନକ ବଳି, ସ୍ୱରୂପ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।

Gade chapit la Kopi




ଏବ୍ରୀ 13:16
22 Referans Kwoze  

ଭାଇ ଓ ଭଉଣୀମାନେ! ଭଲ କାମ କରିବା ପାଇଁ କେବେ ହେଲେ କ୍ଳାନ୍ତ ହୁଅ ନାହିଁ।


ପରମେଶ୍ୱରଙ୍କ ନିଜ ଲୋକମାନଙ୍କର କାମରେ ସାହାଯ୍ୟ କର। ଯେଉଁମାନଙ୍କୁ ସାହାଯ୍ୟ ଦରକାର ସେମାନଙ୍କ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସେମାନଙ୍କୁ ଅତିଥି ଭାବରେ ସ୍ୱାଗତ କର।


ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ।


ପରମେଶ୍ୱର ହେଉଛନ୍ତି ନ୍ୟାୟୀ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଗ୍ଭଲିଛ, ଏ କଥା ସେ ମନେ ରଖିବେ।


ଧନୀ ଲୋକମାନଙ୍କୁ କୁହ ଯେ ସେମାନେ ଭଲ କାମ କରନ୍ତୁ। ସେମାନଙ୍କୁ କୁହ ଯେ, ଭଲ କାମ କରିବାରେ ସେମାନେ ଧନୀ ହୁଅନ୍ତୁ।


ମୋରସମସ୍ତ ଆବଶ୍ୟକୀୟ ଜିନିଷ ମୋ’ ପାଖରେ ଅଛି। ଏପାଫ୍ରାଦିତଙ୍କ ଦ୍ୱାରା ତୁମ୍ଭେମାନେ ଉପହାରମାନ ପଠାଇଥିବାରୁ ମୋ’ ପାଖରେ ମୋର ଆବଶ୍ୟକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଛି।


ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା'ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।


ଦେଖ, ଯେପରି କେହି ଅପକାର ବଦଳରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।


ତୁମ୍ଭେମାନେ ନାଜରିତୀୟ ଯୀଶୁଙ୍କ ବିଷୟରେ ମଧ୍ୟ ଜାଣିଛ। ପରମେଶ୍ୱର ତାହାଙ୍କୁ ପବିତ୍ରଆତ୍ମା ଓ ଶକ୍ତିରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ୟାଗ୍ଭର ଅଧୀନରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ୱାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ୱର ତାହାଙ୍କ ସହିତ ଥିଲେ।


ଏ କଥା ଶୁଣି ଯୀଶୁ ସେହି ନେତାଙ୍କୁ କହିଲେ, “ତଥାପି ଏ ପର୍ଯ୍ୟନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦେଇ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ୱର୍ଗରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମୋର ଅନୁସରଣ କର।”


ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା'ହେଲେ ଆନନ୍ଦରେ ରହିବ ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।


ମୋର ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ଯ୍ୟ କରୁଥିବା ବ୍ୟକ୍ତି ପରମେଶ୍ୱରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ଯ୍ୟ କରୁଥିବା ବ୍ୟକ୍ତି ପରମେଶ୍ୱରଙ୍କୁ କେବେ ଦେଖି ନାହିଁ।


ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।


ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ୱାସର ସହଭାଗିତା ତୁମ୍ଭକୁ ସାହାଯ୍ୟ କରିବ ବୋଲି ମୁଁ ପ୍ରାର୍ଥନା କରେ।


କିନ୍ତୁ ମୋର ସାହାଯ୍ୟ ଦରକାର ଥିଲାବେଳେ, ତୁମ୍ଭେମାନେ ମୋତେ ସାହାଯ୍ୟ କରି ଭଲ କରିଛ।


ଟାବୀଥା ନାମକ ଜଣେ ଶିଷ୍ୟା ଯାଫୋ ନଗରରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।


ଏହା ପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହୋମବଳି, ଉପଭୋଗ କରିବ। ଏବଂ ଲୋକମାନେ ପୁନର୍ବାର ତୁମ୍ଭ ଯଜ୍ଞବେଦିରେ ବୃଷଭମାନ ଉତ୍ସର୍ଗ କରିବେ।


Swiv nou:

Piblisite


Piblisite