Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:18 - ପବିତ୍ର ବାଇବଲ

18 ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ଵାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଆମ ପାଇଁ ପ୍ରାର୍ଥନା କରୁଥାଅ। ଆମ ବିବେକ ଯେ ନିର୍ମଳ, ଏଥିରେ ସନ୍ଦେହ ନାହିଁ, କାରଣ ସର୍ବଦା ନ୍ୟାୟୋଚିତ କାଯ୍ର୍ୟ୍ର କରିାବକୁ ଆମର ଏକାନ୍ତ ଇଚ୍ଛା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।

Gade chapit la Kopi




ଏବ୍ରୀ 13:18
16 Referans Kwoze  

ଭାଇ ଓ ଭଉଣୀମାନେ! ଆମ୍ଭ ପାଇଁ ପ୍ରାର୍ଥନା କର।


ଭାଇ ଓ ଭଉଣୀମାନେ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହେବ। ପ୍ରାର୍ଥନା କର, ତୁମ୍ଭେମାନେ ଯେଉଁଭଳି ସେହି ଶିକ୍ଷାକୁ ସମ୍ମାନ ଦେଲ, ଠିକ୍ ସେହିଭଳି ଲୋକେ ସେହି ଶିକ୍ଷାକୁ ସମ୍ମାନ ଦେବେ।


ଏହି ପ୍ରେମ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ୟକ ଓ ସେମାନେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସେମାନଙ୍କ ସତ୍ୟ ବିଶ୍ୱାସ ତାହାଙ୍କଠାରେ ଥିବା ଦରକାର।


ଆମ୍ଭ ପାଇଁ ମଧ୍ୟ ପ୍ରାର୍ଥନା କର। ପରମେଶ୍ୱରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ୱରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟରେ ପରମେଶ୍ୱର ଯେଉଁ ଗୁପ୍ତ ସତ୍ୟ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଗ୍ଭର କରି ପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ୟ ପ୍ରଗ୍ଭର କରୁଛି ବୋଲି ମୁଁ କାରାଗାରରେ ବନ୍ଦୀ।


ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଅନୁରୋଧ କରେ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ମୋ’ ପାଇଁ ପ୍ରାର୍ଥନା କରିବା ଦ୍ୱାରା ମୋତେ ସାହାଯ୍ୟ କର। ତୁମ୍ଭେମାନେ ପ୍ରଭୁ ଯୀଶୁ ଓ ଆତ୍ମାର ପ୍ରେମ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।


ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।


କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।


ଅବିଶ୍ୱାସୀ ଲୋକମାନେ ତୁମ୍ଭ ଗ୍ଭରିପଟେ ଅଛନ୍ତି। ସେମାନେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ଯ୍ୟ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ କରୁଥିବା ଭଲ କାମଗୁଡ଼ିକୁ ସେମାନେ ଦେଖିବେ ଓ ପରମେଶ୍ୱରଙ୍କ ଆସିବା ଦିନ ସେମାନ ତାହାଙ୍କୁ ମହିମା ଦେବେ।


ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ସେମାନେ ମଧ୍ୟ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦେବେ। ତୁମ୍ଭମାନଙ୍କୁ ମଧ୍ୟ ନିଜ ଆବଶ୍ୟକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।


ସେଥିପାଇଁ ମୁଁ ପରମେଶ୍ୱର ଓ ଲୋକମାନଙ୍କ ପାଖରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସର୍ବଦା ଚେଷ୍ଟା କରେ।


ପାଉଲ ଏକ ଲୟରେ ମହାସଭାକୁ ଗ୍ଭହିଁ କହିଲେ, “ହେ ମୋର ଭାଇମାନେ! ମୁଁ ଆଜି ପର୍ଯ୍ୟନ୍ତ ଉତ୍ତମ ବିବେକ ଅନୁସାରେ କର୍ମ କରି ପରମେଶ୍ୱରଙ୍କ ସମ୍ମୁଖରେ ଜୀବନ ଅତିବାହିତ କରିଛି।”


ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍‌‌ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର।


ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତରେ ଆମ୍ଭେ ଯାହାକିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ଯ୍ୟ ଦୃଷ୍ଟିରୁ ଏହା ଅଧିକ ସତ୍ୟ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନରେ ନୁହେଁ ମାତ୍ର ପରମେଶ୍ୱରଙ୍କ କୃପାରୁ କରୁଛୁ।


ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ୍। ଆମ୍ଭେ ଖର୍ଚ୍ଚାନ୍ତ ରଙ୍ଗରସରେ ମାତିବା ଠିକ୍ ନୁହେଁ। ମାତାଲ ହେବା ଉଚିତ୍ ନୁହେଁ। ଯୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସରେ ଲିପ୍ତ ହେବା ଠିକ୍ ନୁହେଁ। ଯୁକ୍ତିତର୍କ କରିବା ଓ ଈର୍ଷାଳୁ ହେବା ଉଚିତ୍ ନୁହେଁ।


ମନ୍ଦ ପ୍ରତିବଦଳରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସେହିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।


Swiv nou:

Piblisite


Piblisite