Biblia Todo Logo
Bib sou entènèt

- Piblisite -




ଏବ୍ରୀ 3:1 - ପବିତ୍ର ବାଇବଲ

1 ଅତଏବ ତୁମ୍ଭେମାନେ ସମସ୍ତେ ଯୀଶୁଙ୍କଠାରେ ମନ ଦିଅ। ପରମେଶ୍ୱର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ୱାସର ମହାଯାଜକ। ମୋ’ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏ କଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅତଏବ, ହେ ସ୍ଵର୍ଗୀୟ ଆହ୍ଵାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ଵାସ ମତାନୁସାରେ ପ୍ରେରିତ ଓ ମହାଯାଜକ। ଯୀଶୁଙ୍କ ବିଷୟ ଭାବି ଦେଖ;

Gade chapit la Kopi

ଓଡିଆ ବାଇବେଲ

1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଖ୍ରୀଷ୍ଟବିଶ୍ବାସୀ ଭାଇମାନେ, ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଦ୍ୱାରା ଆହୂତ! ତୁମ୍ଭେମାନେ ଯୀଶୁଙ୍କୁ ବିଷୟ ଚିନ୍ତା କର, ସେ ଆମ୍ଭମାନଙ୍କର ଧର୍ମବିଶ୍ୱାସର ମହାଯାଜକ ହେବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ପ୍ରେରିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;

Gade chapit la Kopi




ଏବ୍ରୀ 3:1
63 Referans Kwoze  

ପରମେଶ୍ୱର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳରେ ତାହା ହୋଇ ନାହିଁ। ବରଂ ପରମେଶ୍ୱର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ୱାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସେହି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ଆମ୍ଭକୁ ଅନାଦି କାଳରୁ ମିଳିଛି।


ମୁଁ ସବୁବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠାରେ ସ୍ୱର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ୱର ମୋତେ ଡାକିଛନ୍ତି।


ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି।


ମୁଁ ପ୍ରଭୁଙ୍କର ହୋଇ ଥିବାରୁ କାରାଗାରରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ୱର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ୱରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭେମାନେ ସେହିଭଳି ଜୀବନଯାପନ କର।


କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।


ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।


ପରମେଶ୍ୱରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ୟ ଜଣେ ମହାଯାଜକ ଅଛନ୍ତି।


ଶରୀର ଏକ, ପବିତ୍ରଆତ୍ମା ମଧ୍ୟ ଏକ। ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡାକି ଥିଲେ।


ଆମ୍ଭେ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିଛୁ, ଆମ୍ଭେ ତୁମ୍ଭମାନଙ୍କୁ ଆଶ୍ୱାସନା ଦେଲୁ ଏବଂ ପରମେଶ୍ୱରଙ୍କ ପାଇଁ ଭଲ ଜୀବନଯାପନ କରିବା ପାଇଁ କହିଛୁ। ପରମେଶ୍ୱର ତୁମ୍ଭମାନଙ୍କୁ ନିଜ ରାଜ୍ୟ ଓ ମହିମା ପ୍ରାପ୍ତ କରିବା ପାଇଁ ଡାକୁଛନ୍ତି।


ଏହା ସବୁ ମୁଁ ସୁସମାଗ୍ଭର ପାଇଁ କରୁଛି, ସୁସମାଗ୍ଭର ଆଶୀର୍ବାଦରେ ମୋର ମଧ୍ୟ କିଛି ଅଂଶ ରହିବ।


ମୁଁ ଯେଉଁ କଥା କହୁଛି, ତାହା ବିଷୟରେ ଚିନ୍ତା କର। ପ୍ରଭୁ ତୁମ୍ଭକୁ ଏହି ସମସ୍ତ କଥାଗୁଡ଼ିକ ବୁଝିବା ପାଇଁ ଶକ୍ତି ଦେବେ।


ବିଶ୍ୱାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିଯୋଗିତା ଭଳି। କୌଣସିମତେ ସେହି ପ୍ରତିଯୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତ ଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡକା ଯାଇଛି। ଅନେକ ଲୋକଙ୍କ ଆଗରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ମହାନ୍ ସତ୍ୟକୁ ସ୍ୱୀକାର କରିଛ।


ଏହି କର୍ମ ପରମେଶ୍ୱରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ୱର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସେବକ ହେଲେ।


ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ।


ଯୀଶୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ। ମୋତେ ପରମପିତା ଯେପରି ପଠାଇଥିଲେ, ମୁଁ ସେହିପରି ତୁମ୍ଭକୁ ବର୍ତ୍ତମାନ ପଠାଉଛି।”


ବର୍ତ୍ତମାନ ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ‘କ’ଣ ଘଟୁଛି ଚିନ୍ତା କର।


ସଦାପ୍ରଭୁ ପ୍ରତିଜ୍ଞା କଲେ, ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ। “ଯାଜକ ମ‌ଲ୍‌କୀଷେଦକଙ୍କ ପରି ତୁମ୍ଭେ ଅନନ୍ତକାଳୀନ ଯାଜକ ହେବ।”


ମୁଁ ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ ଓ ଯାକୁବଙ୍କର ଭାଇ ଅଟେ। ଯେଉଁମାନେ ପରମେଶ୍ୱରଙ୍କ ଦ୍ୱାରା ଆହ୍ୱାନ ପାଇଛନ୍ତି ସେମାନଙ୍କ ନିକଟକୁ ଲେଖୁଛି। ପରମ ପିତା ପରମେଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ସୁରକ୍ଷିତ ଭାବେ ରଖାଯାଇଛ।


କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ବଜାୟ ରଖିବ, ତାହାହେଲେ ଯୀଶୁ ଖ୍ରୀଷ୍ଟଙ୍କ ସମସ୍ତ ଅଧିକାରରେ ସହଭାଗୀ ହେବ।


ଗାଈ ତା'ର ମୁନିବକୁ ଜାଣେ, ଗଧ ନିଜର ମୁନିବର ସଂଗ୍ଭଳକଙ୍କୁ ଜାଣେ, ମାତ୍ର ଇସ୍ରାଏଲ ଲୋକମାନେ ମୋତେ ଚିହ୍ନି ପାରିଲେ ନାହିଁ। ମୋର ଲୋକମାନେ ମୋତେ ବୁଝୁ ନାହାନ୍ତି।”


କେତେକ କ୍ରୀତଦାସମାନଙ୍କ ମାଲିକମାନେ ବିଶ୍ୱାସୀ ଅଟନ୍ତି। ଅତଏବ ସେହି ଦାସମାନେ ସେହି ମାଲିକମାନଙ୍କୁ ଭାଇ ବୋଲି ଭାବି ସେମାନଙ୍କୁ କମ୍ ସମ୍ମାନ ଦେଖାଇବା ଉଚିତ୍ ନୁହେଁ। ଏପରିକି ସେହି ଦାସମାନେ ନିଜ ମାଲିକମାନଙ୍କର ଅଧିକ ଭଲରେସେବା କରିବା ଉଚିତ୍। କାରଣ ସେହିପରି କରିବା ଦ୍ୱାରା ସେମାନେ ଭଲ ପାଉଥିବା ବିଶ୍ୱାସୀ ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି।


ପରମେଶ୍ୱର ସେହି ମୁକ୍ତି ଦେବା ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭର ମାଧ୍ୟମରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମହିମାରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ।


ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ।


ପ୍ରଭୁଙ୍କର କ୍ଷମତା ଦ୍ୱାରା ମୁଁ ଏହି ପତ୍ରକୁ ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପଢ଼ି ଶୁଣାଇବା ପାଇଁ କହୁଛି।


ପରମେଶ୍ୱର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ଅତଏବ ତୁମ୍ଭେମାନେ ସର୍ବଦା ନିମ୍ନୋକ୍ତ କାର୍ଯ୍ୟମାନ କର: ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ଧୈର୍ଯ୍ୟବାନ ହୁଅ।


କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ମିତ୍ର କରି ଦେଇଛନ୍ତି। ତାଙ୍କ ମାଂସମୟ ଶରୀରରେ, ନିଜ ମୃତ୍ୟୁ ଦ୍ୱାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ।


ଓ ପିତାଙ୍କୁ ଧନ୍ୟବାଦ ଦେବ। ସେ ଯେଉଁ ବିଷୟ ଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସେଗୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପଯୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅରେ ବାସ କରନ୍ତି, ସେମାନଙ୍କ ଲାଗି ସେ ଏହି ବିଷୟ ଗୁଡ଼ିକ ସୃଷ୍ଟି କରିଛନ୍ତି


ତୁମ୍ଭମାନଙ୍କଠାରେ ଆମ୍ଭର ଦୃଢ଼ ଭରସା ଅଛି। ଆମ୍ଭେ ଜାଣୁ ଯେ, ତୁମ୍ଭେମାନେ ଆମ୍ଭ ଯାତନାରେ ଭାଗୀ। ଅତଏବ, ଆମ୍ଭେ ଜାଣୁ ଯେ, ସେହିଭିଳ ଆମ୍ଭମାନଙ୍କର ସାନ୍ତ୍ୱନାରେ ମଧ୍ୟ ତୁମ୍ଭର ଅଂଶ ଅଛି।


କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।


ସେମାନେ ଖୁସୀରେ ଏହା କରିଛନ୍ତି। ଏହା ସେମାନଙ୍କର କର୍ତ୍ତବ୍ୟ ମଧ୍ୟ ଅଟେ। କାରଣ ଯିହୂଦୀମାନଙ୍କର ଆତ୍ମିକ ଆଶୀର୍ବାଦର ଅଂଶ ଅଣଯିହୂଦୀମାନେ ପାଇଛନ୍ତି। ଅତଏବ ଯିହୂଦୀମାନଙ୍କର ଉନ୍ନତି ପାଇଁ ଅଣଯିହୂଦୀମାନେ ସେମାନଙ୍କର ଜାଗତିକ ଆଶୀର୍ବାଦକୁ ବ୍ୟବହାର କରିବା ଉଚିତ୍।


ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।


ସେମାନଙ୍କୁ ତାହାଙ୍କ ମହିମା ଦେବା ପାଇଁ ପ୍ରସ୍ତୁତ କଲେ।


ତା'ପରେ ଯୀଶୁ ଥୋମାଙ୍କୁ କହିଲେ, “ଏଠାରେ ତୁମ୍ଭର ଅଙ୍ଗୁଳି ରଖ। ମୋ’ ହାତକୁ ଦେଖ। ମୋ’ କକ୍ଷଦେଶରେ ତୁମ୍ଭ ହାତ ରଖ। ଅବିଶ୍ୱାସ ନ କରି ବିଶ୍ୱାସ କର।”


“‘ଆଜି ଦିନର ପୂର୍ବରୁ ଯାହାସବୁ ଘଟିଲା ସେ ବିଷୟରେ ଚିନ୍ତା କର। ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ ଆରମ୍ଭ କରିବାର ପୂର୍ବ ସମୟ ବିଷୟରେ ଚିନ୍ତା କର।


ସେ ତା'ର ମନ୍ଦ ଆଚରଣକୁ ବିବେଚନା କରେ ଏବଂ ଦୋଷ କରିବା ବନ୍ଦ କରେ, ଯାହା କରିବାରେ ସେ ଅଭ୍ୟସ୍ତ ଥାଏ। ତେବେ ସେ ବଞ୍ଚିବ, ସେ ମୃତ୍ୟୁବରଣ କରିବ ନାହିଁ।”


ତେଣୁ, ହେ ମନୁଷ୍ୟ ପୁତ୍ର, ତୁମ୍ଭେ ନିର୍ବାସନ ଗଲାପରି ତୁମ୍ଭମାନଙ୍କର ସମସ୍ତ ସାମଗ୍ରୀ ସଜାଡ଼ି ଦିଅ। ଦିନ ବେଳେ ଏହା କର ଯେତେବେଳେ ସେମାନେ ତୁମ୍ଭ ଯିବାର ଦେଖି ପାରିବେ। ଯେତେବେଳେ ସେମାନେ ତୁମ୍ଭକୁ ଦେଖୁଛନ୍ତି ତୁମ୍ଭେ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଗତି କିରବା ଉଚିତ୍। ତାହାହେଲେ ସେମାନେ ବିଦ୍ରୋହୀ ଲୋକ ହେଲେ ହେଁ ବୁଝିପାରିବେ।


ଲୋକମାନେ ଏହା ଦେଖି ବୁଝିବେ ଓ ଜାଣିବେ ଏବଂ ବିବେଚନା କରିବେ ଯେ ସଦାପ୍ରଭୁଙ୍କ ହସ୍ତ ଏହିକାର୍ଯ୍ୟ କରିଅଛି ଓ ଇସ୍ରାଏଲର ପରମେଶ୍ୱର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି।”


ତୁମ୍ଭେମାନେ ଭୋଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ୟାନ୍ୟ ବାଦ୍ୟଯନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ଯ୍ୟ ଲକ୍ଷ୍ୟ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛି ମାତ୍ର ତୁମ୍ଭେମାନେ ତାହା ଲକ୍ଷ୍ୟ କର ନାହିଁ। ତେଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣ ହେବ।


ହେ ସ୍ୱର୍ଗ! ହେ ପରମେଶ୍ୱରଙ୍କର ପବିତ୍ର ଲୋକମାନେ, ଭବିଷ୍ୟ‌‌ଦ୍‌‌‌‌ବକ୍ତାଗଣ ଏବଂ ପ୍ରେରିତଗଣ! ମହାନଗରୀର ଧ୍ୱଂସରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦେଇଛି, ସେଥିପାଇଁ ପରମେଶ୍ୱର ତାହାକୁ ଦଣ୍ଡ ଦେଇଛନ୍ତି।’”


ସେମାନେ ମେଷପାଳକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ। କିନ୍ତୁ ମେଷଶାବକ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ୱସ୍ତ ଅନୁଗାମୀମାନଙ୍କ ସହିତ ମିଶି ସେମାନଙ୍କୁ ପରାସ୍ତ କରିବେ।”


ବର୍ତ୍ତମାନ ତୁମ୍ଭମାନଙ୍କୁ ସେହି ସମ୍ବନ୍ଧରେ କହିବୁ ଯାହା ଆମ୍ଭେମାନେ ଦେଖିଛୁ ଓ ଶୁଣିଛୁ। କାରଣ ଏହା ଦ୍ୱାରା ତୁମ୍ଭେମାନେ ଆମ୍ଭର ସହଭାଗୀ ହୋଇପାରିବ। ପରମପିତା ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହ ଆମ୍ଭେ ମଧ୍ୟ ସହଭାଗୀ।


ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।


ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି।


ବହୁ ପୂର୍ବରୁ ପରମେଶ୍ୱରଙ୍କୁ ଅନୁସରଣ କରୁଥିବା ପବିତ୍ର ମହିଳାମାନଙ୍କ ପ୍ରତି ଏହା ହିଁ ଘଟିଥିଲା। ଏହିପରି ଭାବରେ ସେମାନେ ନିଜକୁ ସୁନ୍ଦର କରି ଗଢ଼ିଥିଲେ। ସେମାନେ ନିଜ ପତିମାନଙ୍କ ଅଧୀନରେ ଥିଲେ।


କିନ୍ତୁ ଏବେ ଖ୍ରୀଷ୍ଟ ମହାଯାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖରେ ଥିବା ସମସ୍ତ ଉତ୍ତମ ବିଷୟର ମହାଯାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁରେ ଆପଣା ସେବାକାର୍ଯ୍ୟ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ରେଷ୍ଠ ସ୍ଥଳରେ ସେବାକାର୍ଯ୍ୟ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାନ୍ତି।


ଯୀଶୁ ଆଗରୁ ସେଠାକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମ‌ଲ୍‌କୀଷେଦକଙ୍କ ଭଳି ଯୀଶୁ ଅନନ୍ତକାଳୀନ ମହାଯାଜକ ଅଟନ୍ତି।


ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।


କେବଳ ଗୋଟିଏ ରୋଟୀ ମାତ୍ର ଆମ୍ଭେମାନେ ଅନେକ ଲୋକ। କିନ୍ତୁ ଆମ୍ଭେ ସମସ୍ତେ ସେହି ଗୋଟିଏ ରୋଟୀକୁ ଭାଗ ଭାଗ କରି ଖାଉ। ସେଥିପାଇଁ ଆମ୍ଭେ ପ୍ରକୃତରେ ଗୋଟିଏ ଶରୀର।


ତୁମ୍ଭେ ଯେ ଏକମାତ୍ର ସତ୍ୟ ପରମେଶ୍ୱର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସେହି ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ ଅଟେ।


ସେହି ସମୟରେ ସେଠାରେ ପ୍ରାୟ ଶହେକୋଡ଼ିଏ ଜଣ ବିଶ୍ୱାସୀ ଏକତ୍ର ହୋଇଥିଲେ। ପିତର ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ,


ତୁମ୍ଭମାନଙ୍କର ଏହି ସେବା ତୁମ୍ଭମାନଙ୍କର ବିଶ୍ୱାସର ପ୍ରମାଣ ଅଟେ। ଏହା ଦ୍ୱାରା ଲୋକେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭେମାନେ ଯେ କେବଳ ବିଶ୍ୱାସକୁ ସ୍ୱୀକାର କରୁଛ ତା’ ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ୟବହାରିକ ସୁସମାଗ୍ଭରକୁ ଅନୁସରଣ କରୁଛ। ତୁମ୍ଭେମାନେ ସେମାନଙ୍କ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ୱରଙ୍କ ପ୍ରଶଂସା କରିବେ।


ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧ୍ୟରେ କେହି ପାପ ନ କର, ଅବିଶ୍ୱାସୀ ନ ହୁଅ, ଓ ଜୀବିତ ପରମେଶ୍ୱରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।


ବ୍ୟବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ। ପରମେଶ୍ୱର ଯେଉଁ ଶପଥ ବ୍ୟବସ୍ଥା ପରେ କରିଥିଲେ, ତଦ୍ଦ୍ୱାରା ପରମେଶ୍ୱରଙ୍କ ପୁତ୍ର ଅନନ୍ତକାଳ ପର୍ଯ୍ୟନ୍ତ ମହାଯାଜକ ପଦରେ ନିଯୁକ୍ତି ପାଇଲେ।


ଅତଏବ, ପରମେଶ୍ୱରଙ୍କ ପାଖରୁ ଯୀଶୁ ଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ୟ ଯେପରି ପରମେଶ୍ୱରଙ୍କ ଦ୍ୱାରା ଆହୂତ ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେବେ। ସେମାନେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିଦାନରେ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ।


ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ୱାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟରେ ଏପରି କରି ପାରିବା।


ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗରେ ବ୍ୟକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରି ପାରିବା।


ମୋ’ ଭାଇ ଓ ଭଉଣୀମାନେ! ମୁଁ କହିଥିବା କଥାଗୁଡ଼ିକୁ ଧୈର୍ଯ୍ୟପୂର୍ବକ ଶୁଣ ବୋଲି ମୁଁ ଅନୁରୋଧ କରେ। ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ପାଇଁ କହିଛି। ଏହି ଚିଠିଟି ବହୁତ ଲମ୍ବା ନୁହେଁ।


Swiv nou:

Piblisite


Piblisite