Biblia Todo Logo
Bib sou entènèt

- Piblisite -




ଏବ୍ରୀ 3:18 - ପବିତ୍ର ବାଇବଲ

18 ପରମେଶ୍ୱରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ୱରଙ୍କ ଆଜ୍ଞାର ଅବାଧ୍ୟ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

18 ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଈଶ୍ୱର ଯେତେବେଳେ ଶପଥ କରି କହିଥିଲେ ଯେ, ସେମାନେ ତାଙ୍କର ବିଶ୍ରାମରେ କଦାପି ପ୍ରବେଶ କରିବେ ନାହିଁ, ସେତେବେଳେ ସେ କେଉଁମାନଙ୍କ ସମ୍ବନ୍ଧରେ ତାହା କହିଥିଲେ? ଯେଉଁମାନେ ବିଦ୍ରୋହଚରଣ କରିଥିଲେ, ସେମାନେ ସମ୍ବନ୍ଧରେ ଦେ ତାହା କହିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?

Gade chapit la Kopi




ଏବ୍ରୀ 3:18
16 Referans Kwoze  

ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଗ୍ଭର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ଯୋଗୁଁ ସେମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ୟ କେବେ ଲୋକ ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ୱର ଆଉ ଗୋଟିଏ ବିଶେଷ ଦିନ ଅର୍ଥାତ୍ ‘ଆଜିଦିନ’ ନିରୂପଣ କଲେ।


ତୁମ୍ଭମାନଙ୍କ ମଧ୍ୟରୁ କେହି, ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କୁ ଦେବାକୁ ପ୍ରତିଜ୍ଞା କରିଥିଲୁ, ସେଠାରେ ପ୍ରବେଶ କରି ପାରିବ ନାହିଁ। କେବଳ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ସେ ଦେଶରେ ପ୍ରବେଶ କରିବେ।


ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ସମ୍ମୁଖରେ ମୋ'ଠାରେ ବିଶ୍ୱାସ କଲ ନାହିଁ ଏବଂ ଲୋକମାନଙ୍କ ଆଗରେ ମୋତେ ପବିତ୍ର ରୂପେ ସମ୍ମାନ ଦେଲ ନାହିଁ। ଏଣୁ ତୁମ୍ଭେମାନେ ଏହି ଲୋକମାନଙ୍କୁ ସେହି ଦେଶ ଭିତରକୁ ନେବ ନାହିଁ, ଯାହା ମୁଁ ସେମାନଙ୍କୁ ଦେଇଛି।”


କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସେହିପରି ସୁସମାଗ୍ଭର କୁହାଯାଇଅଛି, କିନ୍ତୁ ସେମାନେ ଶୁଣି ମଧ୍ୟ ତାହାକୁ ବିଶ୍ୱାସପୂର୍ବକ ନିଜସ୍ୱ ନ କରିବାରୁ ସେମାନଙ୍କ ପକ୍ଷରେ ସୁସମାଗ୍ଭର ଲାଭଜନକ ହେଲା ନାହିଁ।


ଅତଏବ ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି, ‘ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ।’”


ଏହା ପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ‘ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ଅଧିକାର କର।’ ସେ ସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାରେ ବିଦ୍ରୋହାଗ୍ଭରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ କଥା ଶୁଣିଲ ନାହିଁ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେକାଳ ମୋତେ ପ୍ରତ୍ୟାଖ୍ୟାନ କରିବେ? ଆଉ ସେମାନଙ୍କ ମଧ୍ୟରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସତ୍ତ୍ୱେ, କେତେ ଦିନ ସେମାନେ ମୋତେ ଅବିଶ୍ୱାସ କରିବେ?


ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ଏମାନଙ୍କ ମଧ୍ୟରୁ କେହି ସେ ଦେଶ ଦେଖି ପାରିବେ ନାହିଁ। କାରଣ ସେମାନେ ମୋତେ ଅବଜ୍ଞା କରିଛନ୍ତି, ତେଣୁ ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବେ ନାହିଁ।


ଯେଉଁମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ସେ ଦେଶର ଅପଖ୍ୟାତି ପ୍ରଗ୍ଭର କରିଥିଲେ, ସେମାନେ ସଦାପ୍ରଭୁଙ୍କ ଉପସ୍ଥିତରେ ମହାମାରୀ ଦ୍ୱାରା ମଲେ।


କାରଣ ଲୋକମାନେ ତାଙ୍କ ଉପରେ ଆଶ୍ରିତ ହେଲେ ନାହିଁ। ପରମେଶ୍ୱର ସେମାନଙ୍କୁ ରକ୍ଷା କରିବେ ବୋଲି ସେମାନେ ବିଶ୍ୱାସ କଲେ ନାହିଁ।


ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”


ଆଗରୁ ତୁମ୍ଭେମାନେ ପରମେଶ୍ୱରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ୱରୂପ, ତୁମ୍ଭେମାନେ ଅନୁଗ୍ରହ ପ୍ରାପ୍ତ କରିଛ।


ଅତଏବ, ଆମ୍ଭେ ପରମେଶ୍ୱରଙ୍କ ସେହି ବିଶ୍ରାମସ୍ଥଳରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ୟକ। ପରମେଶ୍ୱରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରନ୍ତି ନାହିଁ, ସେହି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭେମାନେ ଯଥାସାଧ୍ୟ ପରିଶ୍ରମ କରିବା ଆବଶ୍ୟକ।


Swiv nou:

Piblisite


Piblisite