ଏବ୍ରୀ 3:5 - ପବିତ୍ର ବାଇବଲ5 କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ଵରୂପେ ପ୍ରକୃତରେ ବିଶ୍ଵସ୍ତ ଥିଲେ। Gade chapit laଓଡିଆ ବାଇବେଲ5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)5 ସେବକ ଭାବରେ ମୋଶା ଈଶ୍ୱରଙ୍କ ଗୃହରେ ବିଶ୍ୱସ୍ତଭାବେ କାର୍ଯ୍ୟ କରିଥିଲେ ଏବଂ ଯେଉଁସବୁ ବିଷୟ ଈଶ୍ୱର ଭବିଷ୍ୟତରେ ଜଣାଇବାକୁ ଇଚ୍ଛା କରିଥିଲେ, ସେ ସର୍ମ୍ପକରେ ମୋଶା ସୂଚନା ଦେଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ। Gade chapit la |
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।
ଇସ୍ରାଏଲର ସମସ୍ତ ଲୋକମାନେ, ସେମାନଙ୍କ ପ୍ରାଚୀନବର୍ଗ, ନେତୃବର୍ଗ, ସେମାନଙ୍କର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦୁକ ସମ୍ମୁଖରେ ଛିଡ଼ା ହେଲେ। ସେମାନଙ୍କ ମଧ୍ୟରୁ ଅର୍ଦ୍ଧେକ ଏବଲ ପର୍ବତ ଆଗରେ ଓ ଅର୍ଦ୍ଧେକ ଗରିଷୀମ ପର୍ବତ ଆଗରେ ଛିଡ଼ା ହେଲେ। ସଦାପ୍ରଭୁଙ୍କ ପବିତ୍ର ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସେମାନେ ଠିଆ ହେଲେ। ସେମାନେ ଏପରି କଲେ କାରଣ ସଦାପ୍ରଭୁଙ୍କର ସେବକ ମୋଶା ଇସ୍ରାଏଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦେଇଥିଲେ।
ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦେଇଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବ, ସେମାନେ ସ୍ଥାନ ଅଧିକାର କରିବା ପର୍ଯ୍ୟନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଦେଇଛନ୍ତି। ତା'ପରେ ତୁମ୍ଭେ ଯର୍ଦ୍ଦନର ପୂର୍ବରେ ଅବସ୍ଥିତ ତୁମ୍ଭର ସ୍ୱଦେଶକୁ ଫେରି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମୋଶା ତୁମ୍ଭକୁ ଦେଇଛନ୍ତି।”