ଏବ୍ରୀ 4:12 - ପବିତ୍ର ବାଇବଲ12 ପରମେଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ଅଟେ। ତାହାଙ୍କର ବାକ୍ୟ ଯେକୌଣସି ଦ୍ୱିଧାର ଖଡ଼୍ଗଠାରୁ ମଧ୍ୟ ଅଧିକ ଧାରୁଆ। ପରମେଶ୍ୱରଙ୍କ ବାକ୍ୟ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭେଦ କରିପାରେ। ଏହା ହୃଦୟର ଚିନ୍ତା ଓ ଭାବର ବିଗ୍ଭର କରେ। Gade chapit laପବିତ୍ର ବାଇବଲ (Re-edited) - (BSI)12 କାରଣ ଈଶ୍ଵରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟ-ସାଧକ, ପୁଣି ଦ୍ଵିଧାର ଖଡ଼୍ଗଠାରୁ ତୀକ୍ଷ୍ମତର , ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ। Gade chapit laଓଡିଆ ବାଇବେଲ12 କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ । Gade chapit laପବିତ୍ର ବାଇବଲ (CL) NT (BSI)12 ଈଶ୍ୱରଙ୍କ ବାଣୀ ଜୀବନ୍ତ ସକ୍ରିୟ। ତାହା ଦୁଇ ଧାରଯୁକ୍ତ ଖଣ୍ଡ ଅପେକ୍ଷା ଅଧିକ ଶାଣିତ; ଆତ୍ମା ଓ ପ୍ରାଣି ତଥା ଗୁଣ୍ଠି ଓ ମଜ୍ଜାର ପରିଭେଦକ, ପୁଣି ମନୁଷ୍ୟ ହୃଦୟର ଅଭିଳାଷ ଓ କଳ୍ପନର ବିଚାରକ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ। Gade chapit la |
ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।