ଏବ୍ରୀ 4:13 - ପବିତ୍ର ବାଇବଲ13 ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଈଶ୍ଵରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ। Gade chapit laଓଡିଆ ବାଇବେଲ13 ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ । Gade chapit laପବିତ୍ର ବାଇବଲ (CL) NT (BSI)13 ଈଶ୍ୱରଙ୍କଠାରୁ କୌଣସି ବିଷୟ ଗୁପ୍ତ ନୁହେୁଁ; ସମୁଦାୟ ସୃଷ୍ଟିରେ ସମୟ ବଷୟ ତାହାଙ୍କ ସର୍ବଦର୍ଶୀ ଚକ୍ଷୁ ସମ୍ମୁଖରେ ଅନାଚ୍ଛାଦିତ ଓ ଉନ୍ମୁକ୍ତ। ସେହି ଈଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ ହିସାବ ଦେବାକୁ ପଡ଼ିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ। Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।