ଏବ୍ରୀ 4:14 - ପବିତ୍ର ବାଇବଲ14 ପୁତ୍ର ପ୍ରଭୁ ଯୀଶୁ ପରମେଶ୍ୱରଙ୍କ ସହିତ ରହିବା ପାଇଁ ସ୍ୱର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାଯାଜକ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଅତଏବ ସ୍ଵର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ଵରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ଵାସମତକୁ ଦୃଢ଼ ଭାବରେ ଧାରଣ କରୁ। Gade chapit laଓଡିଆ ବାଇବେଲ14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ । Gade chapit laପବିତ୍ର ବାଇବଲ (CL) NT (BSI)14 ତେଣୁ ଆମେ ଯେଉଁ ଧର୍ମବିଶ୍ୱାସକୁ ସ୍ୱୀକାର କରୁଛୁ, ତାହା ଦୁଢ଼ଭାବେ ଧରି ରଖିବାକୁ ହେବ; କାରଣ ଆମର ଶ୍ରେଷ୍ଠ ମହାଯାଜକ, ଈଶ୍ୱରତନୟ ଯୀଶୁ, ଈଶ୍ୱରଙ୍କ ଶ୍ରାଛାମୁକୁ ଯାଇଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ। Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।
ତୁମ୍ଭମାନଙ୍କର ଏହି ସେବା ତୁମ୍ଭମାନଙ୍କର ବିଶ୍ୱାସର ପ୍ରମାଣ ଅଟେ। ଏହା ଦ୍ୱାରା ଲୋକେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭେମାନେ ଯେ କେବଳ ବିଶ୍ୱାସକୁ ସ୍ୱୀକାର କରୁଛ ତା’ ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ୟବହାରିକ ସୁସମାଗ୍ଭରକୁ ଅନୁସରଣ କରୁଛ। ତୁମ୍ଭେମାନେ ସେମାନଙ୍କ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ୱରଙ୍କ ପ୍ରଶଂସା କରିବେ।
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।