Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:16 - ପବିତ୍ର ବାଇବଲ

16 ମନୁଷ୍ୟମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନେଇ ଶପଥ କରିଥା’ନ୍ତି। ଏହା ଦ୍ୱାରା ସେମାନଙ୍କର କଥାର ସତ୍ୟତା ପ୍ରମାଣିତ ହୁଏ ଓ ସେମାନଙ୍କ ବିବାଦର ନିଷ୍ପତ୍ତି ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମନୁଷ୍ୟମାନେ ତ ମହତ୍ତର ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ଵାରା ହୁଏ।

Gade chapit la Kopi

ଓଡିଆ ବାଇବେଲ

16 ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ୍ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଲୋକେ ଶପଥ କଲାବେଳେ ନିଗଠାରୁ ମହତ୍ତର ବ୍ୟକ୍ତିଙ୍କ ନାମରେ ଶପଥ କରନ୍ତି, ଏଭଳି ଶପଥ କରିବା ଦ୍ୱାରା ସମସ୍ତ ବାଦାନୁବାଦର ଅବସାନ ଘଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।

Gade chapit la Kopi




ଏବ୍ରୀ 6:16
12 Referans Kwoze  

ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ। ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ। ପୁଣି ସେ ପରିଶୋଧ କରିବ ନାହିଁ।


ପରମେଶ୍ୱର ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ। ପରମେଶ୍ୱରଙ୍କ ବ୍ୟତୀତ ମହାନ ଲୋକ ଆଉ କେହି ନାହାନ୍ତି। ଅତଏବ ପରମେଶ୍ୱର ନିଜ ନାମରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି।


ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କର ପୂର୍ବପୁରୁଷଙ୍କ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଗ୍ଭର କରିବେ।” ସେତେବେଳେ ଯାକୁବ ପରମେଶ୍ୱରଙ୍କଠାରେ ଶପଥ କଲେ ଯାହା ତାଙ୍କର ପିତା ଇ‌ସ୍‌ହାକଙ୍କର “ଭୟ ବୋଲି କହୁଥିଲେ”।


ତେଣୁ ତୁମ୍ଭେ ମୋ'ଠାରେ ପରମେଶ୍ୱରଙ୍କ ଆଗରେ ପ୍ରତିଜ୍ଞା କର। ତୁମ୍ଭେ ଏହି ପ୍ରତିଜ୍ଞା କର ଯେ ତୁମ୍ଭେ ମୋ’ ପ୍ରତି ଓ ମୋର ସନ୍ତାନମାନଙ୍କ ପ୍ରତି ବିଶ୍ୱାସଘାତ କରିବ ନାହିଁ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇବ ଏବଂ ମୋର ଦେଶ ଯେଉଁଠାରେ ତୁମ୍ଭେ ଏକ ବିଦେଶୀ ପରି ବାସ କରୁଛ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା କରିବ। ମୁଁ ଯେପରି ତୁମ୍ଭକୁ ଦୟା ଦେଖାଇଛି।”


କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,


ଗିବିୟୋନୀୟମାନେ ଇସ୍ରାଏଲୀୟ ନ ଥିଲେ। ସେମାନେ ଇମୋରୀୟ ବଂଶଧର ଥିଲେ। ଇସ୍ରାଏଲୀୟମାନେ ପ୍ରତିଜ୍ଞା କରିଥିଲେ ସେମାନେ ଗିବିୟୋନୀୟମାନଙ୍କୁ ହତ୍ୟା କରିବେ ନାହିଁ। କିନ୍ତୁ ଶାଉଲ ସେମାନଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଥିଲେ। କାରଣ ତାଙ୍କର ଇସ୍ରାଏଲୀୟମାନଙ୍କ ପ୍ରତି ଓ ଯିହୁଦାମାନଙ୍କ ପ୍ରତି ଉ‌‌‌‌ଦ୍‌‌‌‌ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ। ରାଜା ଗିବିୟୋନୀୟମାନଙ୍କୁ ଡକାଇ କଥାବାର୍ତ୍ତା କଲେ।


ଭାଇ ଓ ଭଉଣୀମାନେ! ମୁଁ ଗୋଟିଏ ଉଦାହରଣ ଦେଉଛି: ଜଣେ ଲୋକ ଅନ୍ୟ ଜଣକ ସହିତ କରିଥିବା ଚୁକ୍ତି ବିଷୟରେ ଭାବ। ସେହି ଚୁକ୍ତିଟି ଅନୁମୋଦିତ ହୋଇଗଲା ପରେ, ସେଥିରେ କୌଣସି ପରିବର୍ତ୍ତନ ହୋଇପାରେ ନାହିଁ। ତାହାକୁ ଅଟକାଇ ରଖିହୁଏ ନାହିଁ ଓ ସେଥିରେ ଯୋଡ଼ା ଯାଇପାରେ ନାହିଁ।


ତହିଁରେ ଅବ୍ରହାମ କହିଲେ, “ମୁଁ ପ୍ରତିଜ୍ଞା କରୁଛି।”


Swiv nou:

Piblisite


Piblisite