Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:7 - ପବିତ୍ର ବାଇବଲ

7 ସେ ଲୋକମାନେ ହେଉଛନ୍ତି ପ୍ରଚୁର ବୃଷ୍ଟି ହେଉଥିବା କ୍ଷେତ୍ର ସଦୃଶ। କୃଷକ ଲୋକମାନଙ୍କ ପାଇଁ ଶସ୍ୟ ଉତ୍ପନ୍ନ କରିବା ନିମନ୍ତେ ସେହି କ୍ଷେତ୍ରର ରକ୍ଷଣ ବେକ୍ଷଣ କରେ। ଯଦି ସେହି କ୍ଷେତ୍ର ଲୋକମାନଙ୍କ ପାଇଁ ଉପଯୋଗୀ ଫସଲ ଉତ୍ପନ୍ନ କରେ, ତାହା, ପରମେଶ୍ୱରଙ୍କର ଆଶୀର୍ବାଦ ପାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ଵାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶାକାଦି ଉତ୍ପନ୍ନ କରେ, ତାହା ଈଶ୍ଵରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।

Gade chapit la Kopi

ଓଡିଆ ବାଇବେଲ

7 କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ୱରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯେଉଁ ଭୂମି ବୃଷିଜଳ ଗ୍ରହଣ କରି ବ୍ୟବହାରଯୋଗ୍ୟ ଶସ୍ୟ ଉତ୍ପନ୍ନ କରେ, ସେହି ଭୂମିକୁ ଈଶ୍ୱର ଆର୍ଶୀବାଦ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ବରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।

Gade chapit la Kopi




ଏବ୍ରୀ 6:7
17 Referans Kwoze  

ତୁମ୍ଭେ ଯଦି ଭଲପଣିଆ ବୁଣିବ ତେବେ ପ୍ରକୃତ ପ୍ରେମ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପରେ ଭଲ ଜିନିଷ ବର୍ଷା ପରି ପକାଇବେ।


“ଆମ୍ଭେ ତୃଷିତ ଭୂମି ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା। ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ବର୍ଷାଇବା।


ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ, ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।


ଭାଇ ଓ ଭଉଣୀମାନେ, ଧୈର୍ଯ୍ୟ ରଖ, ପ୍ରଭୁ ଯୀଶୁ ଆସିବେ। ସେହି ସମୟ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ।


ପୁଣି ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ କରିବା। ମୁଁ ଯଥା ସମୟରେ ଜଳଧାରା ବର୍ଷା କରାଇବି ଓ ତାହା ଆଶୀର୍ବାଦର ଜଳଧାରା ହେବ।


ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି। ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।


ସେଥିପାଇଁ ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ, ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା ତହିଁରେ ତାହା ତିନି ବର୍ଷର ଅମଳ ଦେବ।


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କ ଦ୍ରବ୍ୟର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ଯଦ୍ଦ୍ୱାରା କି ତୁମ୍ଭର ଗୃହରେ ଯଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭେମାନେ ଏହି କାର୍ଯ୍ୟ କର, ଆମ୍ଭେ ଆକାଶର ଝରକାସବୁ ଖୋଲିଦେବା ଏବଂ ତୁମ୍ଭ ଉପରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରତ୍ୟେକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭେମାନେ ଲାଭ କରିବ।


ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲେ ଓ ତାଙ୍କୁ ଚୁମ୍ବନ ଦେଲେ। ଇ‌ସ୍‌ହାକ ତାଙ୍କର ଗନ୍ଧ ବାରି ପାରିଲେ। ତାହା ଏଷୌର ପୋଷାକର ଗନ୍ଧ ଥିଲା। ଏବଂ ଇ‌ସ୍‌ହାକ ତାଙ୍କୁ ଆଶୀର୍ବାଦ ଦେଇ କହିଲେ, “ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋ’ ପୁତ୍ରର ସୁଗନ୍ଧି।


ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ, ବୀଜ ସମ୍ବଳିତ ନିଜ ନିଜ ଜାତି ଅନୁଯାୟୀ ଫଳ ଉତ୍ପନ୍ନ କରୁ,” ଏହିପରି ହେଲା।


କାରଣ ଯେଉଁ ଲୋକ ମାଗୁଥାଏ, ସେ ପାଏ। ଯେଉଁ ଲୋକ ଖୋଜୁଥାଏ, ସେ ପାଏ ଓ ଯେଉଁ ଲୋକ ଦ୍ୱାର ଠ‌କ୍‌ ଠକ୍ କରୁଥାଏ, ତା’ ପାଇଁ କବାଟ ଖୋଲିଯାଏ।


ଜଣେ ଗ୍ଭଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ୟ ଉତ୍ପାଦନ କରିଛି, ସେ ପ୍ରଥମରେ ସେହି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ୍।


Swiv nou:

Piblisite


Piblisite