Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:8 - ପବିତ୍ର ବାଇବଲ

8 କିନ୍ତୁ ଯଦି ସେହି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା'ହେଲେ ତାହା ଅକାମୀ ଅଟେ। ସେହି ଭୂମି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ଅଭିଶପ୍ତ ହୁଏ, ଓ ଶେଷରେ ତାହା ଅଗ୍ନି ଦ୍ୱାରା ବିନଷ୍ଟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ଵେ ଶାପଗ୍ରସ୍ତ ହୁଏ, ପୁଣି ତାହାର ଚରମ ଦଶା ଅଗ୍ନିଦାହ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ଭୂମି ଯଦି କଣ୍ଟା ଗଛ ଓ ବାଳୁଙ୍ଗା ଉତ୍ପନ୍ନ କରେ, ତେବେ ତାହାର କୌଣସି ମୂଲ୍ୟ ରହିବ ନାହିଁ। ତାହା ଈଶ୍ୱରଙ୍କ ଅଭିଶାପର ପାତ୍ର ହେବ ଏବଂ ଅଗ୍ନିରେ ଧ୍ୱଂସ ପାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।

Gade chapit la Kopi




ଏବ୍ରୀ 6:8
26 Referans Kwoze  

ଯଦି କେହି ବ୍ୟକ୍ତି ମୋ'ଠାରେ ରୁହେ ନାହିଁ, ତେବେ ତା'କୁ ଶାଖା ପରି ଫିଙ୍ଗି ଦିଆଯିବ। ସେହି ଫିଙ୍ଗା ଯାଇଥିବା ଶାଖା ଶୁଖିଯାଏ। ଲୋକମାନେ ଶୁଖିଲା ଶାଖାକୁ ଉଠାଇ ନିଆଁରେ ଫୋପାଡ଼ି ଦିଅନ୍ତି। ସେଗୁଡ଼ିକ ଜଳିଯାଏ।


ପୁଣି ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ତତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ସେମାନଙ୍କୁ ଅନ୍ୟ ଦେଶରେ ନିକ୍ଷେପ କଲେ, ଯେଉଁଠାରେ ସେମାନେ ଆଜି ଅଛନ୍ତି।’


ତା'ପରେ ତୁମ୍ଭମାନଙ୍କର ଦୁଷ୍କର୍ମ କୃତ ଘୃଣ୍ୟକର୍ମ ଯୋଗୁଁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ, ତେଣୁ ତୁମ୍ଭମାନଙ୍କର ଦେଶ ନିବାସ ବିହୀନ ହୋଇ ଶୂନ୍ୟ ମରୁରେ ପରିଣତ ହୋଇଅଛି। ଲୋକମାନେ ଏହାକୁ ଅଭିଶାପ ରୂପେ ବ୍ୟବହାର କରନ୍ତି।


ତୁମ୍ଭେମାନେ ଜାଣିଛ ଯେ, ଏପରି କରି ସାରିଲା ପରେ, ଏଷୌ ବାପାଙ୍କର ଆଶୀର୍ବାଦ ପାଇବା ପାଇଁ ଗ୍ଭହିଁଲା। ସେ ଆଶୀର୍ବାଦ ପାଇବା ନିମନ୍ତେ ଏତେ ବ୍ୟାକୁଳ ହେଲା ଯେ, ସେ ବହୁତ କାନ୍ଦିଲା। କିନ୍ତୁ ତା'ବାପା ତାହାକୁ ଆଶୀର୍ବାଦ କରିବା ପାଇଁ ମନା କଲେ, କାରଣ ଏଷୌ ଯାହା କରିଥିଲା, ତାହାକୁ ବଦଳାଇବା ପାଇଁ କୌଣସି ଉପାୟ ପାଇ ପାରିଲା ନାହିଁ।


ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା'ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।


ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା।


ସେତେବେଳେ ପିତର ଡିମ୍ବିରିଗଛକୁ ମନେ ପକେଇଲେ ଓ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରିଗଛକୁ ଅଭିଶାପ ଦେଇଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।”


ତେଣୁ ଯୀଶୁ ଗଛଟିକୁ କହିଲେ, “ଲୋକେ ତୁମ୍ଭର ଫଳ ଆଉ ଏଣିକି କେବେ ହେଲେ ଖାଇବେ ନାହିଁ।” ଶିଷ୍ୟମାନେ ଯୀଶୁଙ୍କର ଏହି କଥା ଶୁଣିଲେ।


ଯେଉଁ ଗଛରେ ଭଲ ଫଳ ଫଳେ ନାହିଁ, ତାହାକୁ କାଟି ଦିଆଯାଏ।


ଗଛର ମୂଳ ଉପରେ କୁହ୍ରାଡ଼ି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାନ୍ତି, ସେଗୁଡ଼ିକୁ କାଟି ନିଆଁରେ ପକେଇ ଦିଆଯିବ।


“ସେହି ଦିନ ଆସୁଅଛି ଯାହାକି ଉହ୍ମେଇ ପରି ଜଳିବ। ସେହି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦକାର୍ଯ୍ୟ କରୁଥିବା ଲୋକମାନେ ନଡ଼ାପରି ଜଳିଯିବେ। ସେହି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ୟ ଛାଡ଼ିବ ନାହିଁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।


ଏବଂ ନେଗେଭ ଅରଣ୍ୟକୁ କୁହ, ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ସଂଯୋଗ କରିବା। ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କବୃକ୍ଷକୁ ଗ୍ରାସ କରିବ। ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ। ଦକ୍ଷିଣରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ଦେଶ ସେହି ଅଗ୍ନିରେ ଦ‌ଗ୍‌ଧିଭୂତ ହେବ।


ସେହି ମନ୍ଦ ବ୍ୟକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ୟ ହେବ। ସେ ମଙ୍ଗଳ ଉପସ୍ଥିତ ହେବା ଦେଖିବ ନାହିଁ। ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବେ।


ପରମେଶ୍ୱର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି। କାରଣ ଦେଶର ଅଧର୍ମୀ ଲୋକମାନେ ସେଠାରେ ବାସ କରନ୍ତି।


ଯଦି ମୁଁ କେବେ ବି ସେହିସବୁ ଭୁଲ୍ କାମ କରିଥାଏ, ତେବେ ମୋ’ ଜମିରେ ଗହମ ଓ ଯଅ ବଦଳରେ କଣ୍ଟା ଓ ବାଳୁଙ୍ଗା ଉଠୁ।” ଏବଂ ତା'ପରେ ଆୟୁବର କଥା ସମାପ୍ତ ହେଲା।


ଲେମକ ତା'ର ନାମ ରଖିଲା ନୋହ। ସେ କହିଲା, “ପରମେଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭର କଠିନ ପରିଶ୍ରମକୁ ଲାଘବ କରିବା ପାଇଁ, ସେ ଆମ୍ଭମାନଙ୍କୁ ସାନ୍ତ୍ୱନା ଦେବ।”


ଭୂମିରେ ତୁମ୍ଭ ଭାଇର ରକ୍ତ ଢାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାଯିବ।


“ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି।


ମାତ୍ର ଯେଉଁ ଲୋକ ତାକୁ ସ୍ପର୍ଶ କରିବ, ଲୌହ ଓ କାଠର ବର୍ଚ୍ଛାଦଣ୍ଡରେ ସେମାନେ ଆଘାତ ପ୍ରାପ୍ତ ହେବ। ହଁ ସେଗୁଡ଼ିକ କଣ୍ଟା ତୁଲ୍ୟ। ସେଗୁଡ଼ିକ ନିଆଁରେ ପୋଡ଼ାଯିବ।”


ମୋ'ଠାରେ କ୍ରୋଧ ନାହିଁ। ଯଦି ଯୁଦ୍ଧ ହୁଏ ଓ କେହି ଜଣେ କଣ୍ଟାକର ବାଡ଼ ଦିଏ, ଆମ୍ଭେ ଆକ୍ରମଣ କରିବୁ ଓ ପୋଡ଼ି ପକାଇବୁ।


Swiv nou:

Piblisite


Piblisite