Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:19 - ପବିତ୍ର ବାଇବଲ

19 ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ରେଷ୍ଠତର ଭରସାରେ ଆମ୍ଭେ ପରମେଶ୍ୱରଙ୍କ ପାଖକୁ ଆସି ପାରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 (କାରଣ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ।

Gade chapit la Kopi

ଓଡିଆ ବାଇବେଲ

19 (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 କାରଣ ମୋଶାପ୍ରଦତ୍ତ ବ୍ୟବସ୍ଥା ଦ୍ୱାରା କୌଣସି ବିଷୟ ପୂର୍ଣ୍ଣତା ଲାଭ କରି ପାରିଲା ନାହିଁ। ବର୍ତ୍ତମାନ ଅମ୍ଭମାନଙ୍କୁ ଏକ ବଳବତ୍ତର ଭରସା ପ୍ରଦତ୍ତ ହୋଇଛି; ସେଥିଦ୍ୱାରା ଆମେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେବା ପାଇଁ ସମର୍ଥ ହୋଇଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।

Gade chapit la Kopi




ଏବ୍ରୀ 7:19
29 Referans Kwoze  

ଆମ୍ଭେମାନେ ଉପଯୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ୱରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାଯାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।


ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ୱରୂପ। ଏହା ସୂଗ୍ଭଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ୱରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ୱାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହୋଇପାରେ ନାହିଁ। ଉକ୍ତ ବଳି ହେତୁ ସେ ସିଦ୍ଧିଲାଭ କରିପାରେ ନାହିଁ।


ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।


ପରମେଶ୍ୱର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦେବା ପାଇଁ ଯୋଜନା କରିଥିଲେ। ପରମେଶ୍ୱରଙ୍କ ଯୋଜନା ଥିଲା ଯେ, ସେମାନେ କେବଳ ଆମ୍ଭ ସହିତ ପରିପୂର୍ଣ୍ଣ ହେବେ।


ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।


ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।


ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ।


କିନ୍ତୁ ଯୀଶୁଙ୍କୁ ଯେଉଁ କାମ କରିବାକୁ ଦିଆ ହୋଇଛି ତାହା ସେହି ଯାଜକମାନଙ୍କ କାମଠାରୁ ଉତ୍କୃଷ୍ଟତର। ସେପ୍ରକାରେ, ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ଆପଣା ଲୋକଙ୍କ ପ୍ରତି କରିଥିବା ନୂତନ ନିୟମ ପୁରାତନ ନିୟମ ଅପେକ୍ଷା ଉତ୍କୃଷ୍ଟ ଅଟେ। ଏହି ନୂତନ ନିୟମ ଅପେକ୍ଷାକୃତ ଉତ୍ତମ ପ୍ରତିଜ୍ଞା ସମ୍ବଳିତ ଅଟେ।


ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।


ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।


ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।


ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାରେ ମୋର ମଙ୍ଗଳ। ସଦାପ୍ରଭୁ ମୋର ପ୍ରଭୁ, ହଁ ମୋର ସୁରକ୍ଷାର ଦୁର୍ଗ। ହେ ପରମେଶ୍ୱର, ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।


ଲେବୀ ପରିବାରବର୍ଗଙ୍କ ଯାଜକମାନଙ୍କର ପଦ୍ଧତି ଅନୁଯାୟୀ ଲୋକଙ୍କୁ ବ୍ୟବସ୍ଥା ପ୍ରଦତ୍ତ ହୋଇଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ୱାରା ଲୋକମାନଙ୍କୁ ଆଧ୍ୟାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ୟକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଆଉ ଜଣେ ଯାଜକର ଆବଶ୍ୟକ ଥିଲା।


ଖ୍ରୀଷ୍ଟ ଯୀଶୁଙ୍କ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ୱରଙ୍କ ଆଦେଶ ଦ୍ୱାରା ପ୍ରେରିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।


ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।


ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା, ନିର୍ଭୟରେ ପରମେଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ସ୍ୱାଧୀନତା ଅଛି।


ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା'ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ।


ମୋଶାଙ୍କ ଦ୍ୱାରା ଆମ୍ଭମାନଙ୍କୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା।


ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ ଓ କହିଲ, “ଭୟ କର ନାହିଁ।”


ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ୟବସ୍ଥା ହେଉଛି ଏକା କଥା। ଏହା ସତ୍ୟ ନୁହେଁ। କିନ୍ତୁ ବ୍ୟବସ୍ଥା ହେଉଛି ଏକମାତ୍ର ଉପାୟ ଯାହାଦ୍ୱାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କେବେ ହେଲେ ଜାଣି ପାରି ନ ଥା’ନ୍ତି, “ଲୋଭ କରିବା” ଅର୍ଥ କ’ଣ। କିନ୍ତୁ ବ୍ୟବସ୍ଥା କହିଲା, “ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କେବେ ହେଲେ ଲୋଭ କର ନାହିଁ।”


ଏହାର ଅର୍ଥ କ’ଣ ଏହା ଯେ ବ୍ୟବସ୍ଥା ପରମେଶ୍ୱରଙ୍କ ପ୍ରତିଜ୍ଞାଗୁଡ଼ିକର ବିରୋଧୀ ଅଟେ? ଲୋକଙ୍କ ଭିତରେ ଜୀବନ ଭଳି ବ୍ୟବସ୍ଥା ଯଦି ଦିଆଯାଇ ପାରିଥା’ନ୍ତା, ତେବେ ସେହି ବ୍ୟବସ୍ଥା ଦ୍ୱାରା ପରମେଶ୍ୱରଙ୍କ ସହିତ ଆମ୍ଭେ ପ୍ରକୃତରେ ଧାର୍ମିକ ହୋଇ ପାରିଥାଆନ୍ତୁ।


କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ୱରଙ୍କ ଗୃହର ତତ୍ତ୍ୱାବଧାନରେ ବିଶ୍ୱସ୍ତ ଥିଲେ। ଆମ୍ଭେ ବିଶ୍ୱାସୀଗଣ ପରମେଶ୍ୱରଙ୍କ ଗୃହ ପରିବାର ସ୍ୱରୂପ ଅଟୁ। ଯଦି ଆମ୍ଭେ ସେହି ମହତ୍ ଆଶାର ଅପେକ୍ଷାରେ ଦୃଢ଼ ଓ ଅଟଳ ରହିବା, ତା'ହେଲେ ଆମ୍ଭ ଅନ୍ତରରେ ପରମେଶ୍ୱର ବାସ କରିବେ।


ଯୀଶୁ ଖ୍ରୀଷ୍ଟଙ୍କୁ ମହାଯାଜକ କଲାବେଳେ, ପରମେଶ୍ୱର ଯେଉଁ ଶପଥ କରିଥିଲେ, ଏହା ଗୁରୁତ୍ୱପୂର୍ଣ୍ଣ ଅଟେ। ଯେତେବେଳେ ଅନ୍ୟମାନେ ଯାଜକ ହୋଇଥିଲେ, ସେତେବେଳେ କୌଣସି ଶପଥ ହୋଇ ନ ଥିଲା।


ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।


ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।


Swiv nou:

Piblisite


Piblisite