Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:21 - ପବିତ୍ର ବାଇବଲ

21 କିନ୍ତୁ ପରମେଶ୍ୱରଙ୍କ ଶପଥ କରିଥିବା ହେତୁରୁ ଯୀଶୁ ଯାଜକ ହୋଇଥିଲେ। ପରମେଶ୍ୱର କହିଥିଲେ: “ପ୍ରଭୁ ଶପଥ କରିଛନ୍ତି ଓ ସେ ନିଜ ନିର୍ଣ୍ଣୟ ପରିବର୍ତ୍ତନ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ଵାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 କିନ୍ତୁ ଖ୍ରୀଷ୍ଟ ଯାଜକ ହେବା ସମୟରେ ଈଶ୍ୱର ଶପଥ କରି ତାଙ୍କୁ କହିଥିଲେ, “ପ୍ରଭୁ ଏକ ଶପଥ କରିଛନ୍ତି ସେ ତାଙ୍କର ସଂକଳ୍ପ ପରିବର୍ତ୍ତନ କରିବେ ନାହିଁ: ‘ତୁମେ ଅନନ୍ତକାଳୀନ ଯାଜକ ହେବ’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’”

Gade chapit la Kopi




ଏବ୍ରୀ 7:21
10 Referans Kwoze  

ସଦାପ୍ରଭୁ ପ୍ରତିଜ୍ଞା କଲେ, ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ। “ଯାଜକ ମ‌ଲ୍‌କୀଷେଦକଙ୍କ ପରି ତୁମ୍ଭେ ଅନନ୍ତକାଳୀନ ଯାଜକ ହେବ।”


ଶାସ୍ତ୍ରରେ ତାଙ୍କ ବିଷୟରେ କୁହାଯାଇଛି: “ତୁମ୍ଭେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।”


ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ପରମେଶ୍ୱର। ସଦାପ୍ରଭୁ ସବୁଦିନ ପାଇଁ ଏହିଠାରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ୟକ୍ତି ନୁହନ୍ତି ଯେ କି ତାଙ୍କର ମତ ବଦଳାଇ ଦେବେ।”


ପରମେଶ୍ୱର ମନୁଷ୍ୟ ନୁହନ୍ତି, ସେ ମିଥ୍ୟା କହିବେ ନାହିଁ। ସେ ମଧ୍ୟ ମନୁଷ୍ୟ ନୁହନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହେବ ନାହିଁ? ନା!


ପରମେଶ୍ୱର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡ଼ିକ ଦିଅନ୍ତି; ସେମାନଙ୍କ ପ୍ରତି ପରମେଶ୍ୱର ନିଜର ମନ କେବେ ହେଲେ ପରିବର୍ତ୍ତନ କରନ୍ତି ନାହିଁ।


ଅନ୍ୟ ଗୋଟିଏ ସ୍ଥାନରେ ପରମେଶ୍ୱର କୁହନ୍ତି: “ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ପରି ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”


ଯୀଶୁ ଖ୍ରୀଷ୍ଟଙ୍କୁ ମହାଯାଜକ କଲାବେଳେ, ପରମେଶ୍ୱର ଯେଉଁ ଶପଥ କରିଥିଲେ, ଏହା ଗୁରୁତ୍ୱପୂର୍ଣ୍ଣ ଅଟେ। ଯେତେବେଳେ ଅନ୍ୟମାନେ ଯାଜକ ହୋଇଥିଲେ, ସେତେବେଳେ କୌଣସି ଶପଥ ହୋଇ ନ ଥିଲା।


ଆହୁରି ମଧ୍ୟ ଯେତେବେଳେ ସେହି ଅନ୍ୟ ଯାଜକମାନେ ମରିଗଲେ, ସେମାନେ ଆଉ ଯାଜକ ହୋଇ ରହି ପାରିଲେ ନାହିଁ। ଏଥିପାଇଁ ସେହି ଯାଜକମାନଙ୍କ ଭିତରୁ ଅନେକ ସେଠାରେ ଥିଲେ।


ବ୍ୟବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ। ପରମେଶ୍ୱର ଯେଉଁ ଶପଥ ବ୍ୟବସ୍ଥା ପରେ କରିଥିଲେ, ତଦ୍ଦ୍ୱାରା ପରମେଶ୍ୱରଙ୍କ ପୁତ୍ର ଅନନ୍ତକାଳ ପର୍ଯ୍ୟନ୍ତ ମହାଯାଜକ ପଦରେ ନିଯୁକ୍ତି ପାଇଲେ।


Swiv nou:

Piblisite


Piblisite