Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:25 - ପବିତ୍ର ବାଇବଲ

25 ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଅତଏବ, ତାହାଙ୍କ ଦ୍ଵାରା ଯେଉଁମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।

Gade chapit la Kopi

ଓଡିଆ ବାଇବେଲ

25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ତେଣୁ ଯେଉଁମାନେ ତାଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ଉଦ୍ଧାର କରିବାକୁ ସେ ବର୍ତ୍ତମାନ ତଥା ଚିରକାଳ ସମର୍ଥ, କାରଣ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ନିବେଦନ କରିବାକୁ ସେ ଚିରକାଳ ଜୀବିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।

Gade chapit la Kopi




ଏବ୍ରୀ 7:25
44 Referans Kwoze  

କିଏ କହି ପାରିବ ଯେ ପରମେଶ୍ୱରଙ୍କ ଲୋକମାନେ ଦୋଷୀ? କେହି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ, କିନ୍ତୁ ତାହା ହିଁ ସବୁକିଛି ନୁହେଁ। ସେ ମୃତ୍ୟୁରୁ ମଧ୍ୟ ଜୀବିତ ହେଲେ। ସେ ଏବେ ପରମେଶ୍ୱରଙ୍କ ଡାହାଣ ପଟରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ନିବେଦନ କରୁଛନ୍ତି।


କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।


ପରମେଶ୍ୱର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖକୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦେଇ ପାରିବେ।


ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।


କାରଣ ଖ୍ରୀଷ୍ଟଙ୍କ ମାଧ୍ୟମରେ ହିଁ, ଏକ ଆତ୍ମା ହୋଇ ପରମପିତା ପାଖକୁ ଯିବାର ଅଧିକାର ଆମ୍ଭକୁ ମିଳିଲା।


ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ।


ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।


ଆମ୍ଭ ଭିତରେ ପରମେଶ୍ୱରଙ୍କ ଯେଉଁ ଶକ୍ତି କାର୍ଯ୍ୟ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ଯଥେଷ୍ଟ ଅଧିକ ଏବଂ ପରମେଶ୍ୱର ତାହାଠାରୁ ଅଧିକ ଶକ୍ତିର କାର୍ଯ୍ୟ କରି ପାରନ୍ତି।


ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭେମାନେ ଆମ୍ଭ ପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ୱର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ।


ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନୁଷ୍ୟ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ୱର୍ଗ ଭିତରକୁ ଗଲେ।


ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ରେଷ୍ଠତର ଭରସାରେ ଆମ୍ଭେ ପରମେଶ୍ୱରଙ୍କ ପାଖକୁ ଆସି ପାରିବା।


ସଦାପ୍ରଭୁ ଦେଖିଲେ କୌଣସି ପୁରୁଷ ବର୍ତ୍ତମାନ ନାହିଁ। ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ। ତେଣୁ ତାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାଙ୍କର ଧାର୍ମିକତା ହିଁ ତାଙ୍କୁ ରକ୍ଷା କଲା।


ତୁମ୍ଭେ ମୋ’ ନାମରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ୱାରା ପୁତ୍ରଙ୍କ ମାଧ୍ୟମରେ ପରମପିତାଙ୍କ ଗୌରବ ପ୍ରକାଶିତ ହେବ।


ଚିନ୍ତିତ ରାଜା ଦାନିୟେଲଙ୍କୁ ବିଳାପ ସ୍ୱରରେ ଡାକିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ପ୍ରତିଦିନ ଯେଉଁ ପରମେଶ୍ୱରଙ୍କୁ ସେବା କରୁଅଛ, ସେହି ପରମେଶ୍ୱର ତୁମ୍ଭକୁ ସିଂହମାନଙ୍କଠାରୁ ଉଦ୍ଧାର କରିଛନ୍ତି କି?”


ଯଦି ଆପଣ ଆମ୍ଭମାନଙ୍କୁ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷେପ କରନ୍ତି ତେବେ ଯାହାଙ୍କୁ ଆମ୍ଭେମାନେ ସେବା କରୁଅଛୁ ସେହି ପରମେଶ୍ୱର ଆମ୍ଭମାନଙ୍କୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି, ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


ମୁଁ ଇଚ୍ଛା କରେ ମୁଁ ଜାଣିଥା’ନ୍ତି ପରମେଶ୍ୱର କେଉଁଠି ମିଳିବେ ଏବଂ ମୁଁ ଜାଣେ ତାଙ୍କ ନିକଟକୁ କିପରି ଯାଇ ହେବ।


ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ।


ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନେବେ। କାରଣ ସେ ମୃତ୍ୟୁ ମୁଖରେ ତାଙ୍କର ଜୀବନ ଦେଇ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ। ତଥାପି ସେ ଅନେକଙ୍କ ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।”


ଅତଏବ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କେବେ ହେଲେ ବନ୍ଦ କରିବା ଉଚିତ୍ ନୁହେଁ। ମୁଖ ଦ୍ୱାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସେହି ‘ବଳି’ ଅଟେ।


ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ? ନିଜ ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ନିଜ ମହାଶକ୍ତିରେ ଯିଏ ବିଜେ କରୁଛନ୍ତି, ସେ କିଏ? ସଦାପ୍ରଭୁ କୁହନ୍ତି, “ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”


ସେ କୌଣସି ଗୋଷ୍ଠୀର ବ୍ୟବସ୍ଥା ଦ୍ୱାରା ଯାଜକ ହୋଇ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।


ଯୀଶୁ ପରୀକ୍ଷିତ ହୋଇ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସକ୍ଷମ ଅଟନ୍ତି।


ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ।


ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାଯ୍ୟକାରୀଙ୍କୁ ଦେବେ। ସେ ସେହି ସାହାଯ୍ୟକାରୀଙ୍କୁ ତୁମ୍ଭ ପାଖରେ ସର୍ବଦା ରହିବା ପାଇଁ ଦେବେ।


ଆଉମଧ୍ୟ ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇଅଛ। ମାତ୍ର ତୁମ୍ଭେମାନେ ଫେରି ଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା।” “ଆଉ ତୁମ୍ଭେମାନେ କହିବ, ‘ହଁ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ, କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟ।”


ତାହାହେଲେ ଲୋକେ କହିବେ, ‘କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।’” ତାଙ୍କ ନିକଟକୁ ସେମାନେ ଆସିବେ। ଯେଉଁମାନେ ତାଙ୍କ ଉପରେ କ୍ରୋଧ କରିଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।


ସେହି ସୁସମାଗ୍ଭର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ୱାସ କରିଛି, ତାହାଙ୍କୁ ମୁଁ ଜାଣେ। ମୋର ପୂର୍ଣ୍ଣ ଆଶା ଅଛି ଯେ, ସେ ସେହି ବିଷୟ ଗୁଡ଼ିକ ସେହି ଦିନ ପର୍ଯ୍ୟନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାୟିତ୍ୱ ସେ ମୋ’ ଉପରେ ନ୍ୟସ୍ତ କରିଥିଲେ।


ତେଣୁ ମୁଁ ବର୍ତ୍ତମାନଠାରୁ ତାହା ଆଜ୍ଞା କରୁଅଛି ଯଦି କୌଣସି ଲୋକ ଜାତି ଓ ଭାଷାବାଦୀଦଳ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ ଭ୍ରାନ୍ତିଜନକ କଥା କହିବେ, ସେମାନେ ଖଣ୍ତ ଖଣ୍ତ ହୋଇ କଟାଯିବେ ଓ ସେମାନଙ୍କର ଗୃହସବୁ ଭଙ୍ଗା ହେବ ଓ ଧୂଳିସାତ୍ ହେବ। କାରଣ ଏହିପରି ଭାବରେ କୌଣସି ଦେବତା ତାଙ୍କର ଦାସମାନକୁ ଉଦ୍ଧାର କରି ପାରିବେ ନାହିଁ।”


କିନ୍ତୁ ଯୀଶୁ ଅମର। ସେ କେବେ ହେଲେ ଯାଜକ ସେବାରୁ ଅବ୍ୟାହିତ ହେବେ ନାହିଁ।


ହେ ସଦାପ୍ରଭୁ, ବିନୟ କରୁଅଛୁ, ତୁମ୍ଭର ସମସ୍ତ ଧାର୍ମିକତା ଅନୁଯାୟୀ ତୁମ୍ଭର ନଗର ଯିରୁଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ। ତୁମ୍ଭର କ୍ରୋଧ ନ୍ୟାୟୋଚିତ। ମାତ୍ର ଆମ୍ଭ ଚତୁର୍ଦ୍ଦିଗସ୍ଥ ଲୋକେ ଆମ୍ଭମାନଙ୍କୁ ନିନ୍ଦା କରୁଛନ୍ତି ଓ ଉପହାସ କରୁଛନ୍ତି। କାରଣ ଆମ୍ଭେମାନେ ଓ ଆମ୍ଭ ପୂର୍ବପୁରୁଷଗଣ ପାପ କରିଛନ୍ତି।


ଯେତେବେଳେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣ, ତୁମ୍ଭେମାନେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭେମାନେ ପୂଜା ନ କର ତେବେ ତୁମ୍ଭମାନଙ୍କୁ ଜ୍ୱଳନ୍ତ ଅଗ୍ନି କୁଣ୍ଡରେ ଫିଙ୍ଗା ଯିବ। ଆଉ ଏପରି କୌଣସି ଦେବତା ନାହାନ୍ତି ଯେ କି ମୋ'ଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବ।”


ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା, ନିର୍ଭୟରେ ପରମେଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ସ୍ୱାଧୀନତା ଅଛି।


ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସେମାନେ ସାଧାରଣ ମନୁଷ୍ୟ ପରି ବଞ୍ଚି ପରିଶେଷରେ ମୃତ୍ୟୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଶାସ୍ତ୍ର ଅନୁସାରେ ଏବେ ମଧ୍ୟ ଜୀବିତ।


ସେହି ଲୋକମାନେ ପରମେଶ୍ୱରଙ୍କୁ କହିଥିଲେ, ‘ଆମ୍ଭକୁ ଏକା ଛାଡ଼ିଦିଅ! ପରମେଶ୍ୱର ସର୍ବଶକ୍ତିମାନ ଆମ୍ଭକୁ କିଛି କରି ପାରନ୍ତି ନାହିଁ।’


ମୋ’ କହିବା ଅର୍ଥ ଯେ ଆମ୍ଭେ ପରମେଶ୍ୱରଙ୍କର ଶତ୍ରୁ ହୋଇଥିଲେ ମଧ୍ୟ, ସେ ନିଜ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ଆମ୍ଭ ସହିତ ବନ୍ଧୁତା ସ୍ଥାପନ କରିଛନ୍ତି। ସେଥିପାଇଁ ଏବେ ଯେହେତୁ ଆମ୍ଭେ ପରମେଶ୍ୱରଙ୍କର ମିତ୍ର, ପରମେଶ୍ୱର ତାଙ୍କ ପୁତ୍ରଙ୍କ ଜୀବନ ମାଧ୍ୟମରେ ଆମ୍ଭକୁ ନିଶ୍ଚିତ ଭାବରେ ରକ୍ଷା କରିବେ।


ପରମେଶ୍ୱର ଆପଣା ଜ୍ଞାନରେ ଏହା ଗ୍ଭହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳରେ ପରମେଶ୍ୱରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଗ୍ଭରକୁ ଜଗତ ମୂର୍ଖତା ବୋଲି କୁହେ, ସେହି ବାର୍ତ୍ତା ଯେଉଁମାନେ ବିଶ୍ୱାସ କରୁଛନ୍ତି, ତଦ୍ଦ୍ୱାରା ସେମାନଙ୍କୁ ଉଦ୍ଧାର କରିବାକୁ ଇଚ୍ଛା କଲେ।


ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ୱର୍ଗଦୂତମାନଙ୍କଠାରୁ ନିମ୍ନ ସ୍ତରରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ୟୁ ଅଟେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଯୀଶୁ ପ୍ରତ୍ୟେକ ଲୋକଙ୍କ ପାଇଁ ମୃତ୍ୟୁ ବରଣ କଲେ।


Swiv nou:

Piblisite


Piblisite