ଏବ୍ରୀ 7:6 - ପବିତ୍ର ବାଇବଲ6 ମଲ୍କୀଷେଦକ ଲେବୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ଏହି ଯେଉଁ ବ୍ୟକ୍ତି ସେମାନଙ୍କ ବଂଶାବଳୀର ଅନ୍ତର୍ଗତ ନୁହନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ। Gade chapit laଓଡିଆ ବାଇବେଲ6 କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)6 ମଲ୍କିସେଦକ ଲେବୀ ବଂଶୀୟ ନ ଥିଲେ ସୁଦ୍ଧା, ସେ ଈଶ୍ୱରଙ୍କ ପ୍ରତିଶ୍ରୁତିପ୍ରାପ୍ତ ଅବ୍ରାହାମଙ୍କଠାରୁ ଏକ ଦଶମାଂସ ଦାନ ଗ୍ରହଣ କରି ତାଙ୍କୁ ଆଶୀର୍ବାଦ କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ। Gade chapit la |
ପରମେଶ୍ୱର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ୱର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ୱାସ ଥିବାରୁ ସେ ତାହା ମାନିଲେ। ପରମେଶ୍ୱରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ୱର ଅବ୍ରହାମଙ୍କୁ କହି ସାରିଥିଲେ ଯେ, “ଇସ୍ହାକଙ୍କ ଦ୍ୱାରା ତୁମ୍ଭର ବଂଶଧରମାନେ ଆସିବେ।” କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ୱାସ ଥିବାରୁ ଅବ୍ରହାମ ଏପରି କଲେ।
ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି।