Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:8 - ପବିତ୍ର ବାଇବଲ

8 ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସେମାନେ ସାଧାରଣ ମନୁଷ୍ୟ ପରି ବଞ୍ଚି ପରିଶେଷରେ ମୃତ୍ୟୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଶାସ୍ତ୍ର ଅନୁସାରେ ଏବେ ମଧ୍ୟ ଜୀବିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।

Gade chapit la Kopi

ଓଡିଆ ବାଇବେଲ

8 ଏ ସ୍ଥଳରେ ମରଣଶୀଳ ମନୁଷ୍ୟ ଯେ ଦଶମାଂଶ ଗ୍ରହଣ କରିଥାଆନ୍ତି, ଦିନେ ମୃତ୍ୟୁବରଣ କରିବ, କିନ୍ତୁ ସେ ସ୍ଥଳରେ ଯେ ଅବ୍ରହାମଙ୍କ ଦଶମାଂଶ ଗ୍ରହଣ କରିଥିଲେ ସେହି ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏକ ଦଶମାଂଶ ଦାନ ଗ୍ରହଣକାରୀ ଯାଜକମାନେ ମରଣଶୀଳ ମନୁଷ୍ୟମାତ୍ର, କିନ୍ତୁ ଶାସ୍ତ୍ର ବାକ୍ୟ ଅନୁଯାୟୀ ଏକ ଦଶମାଂଶ ଦାନ ଗ୍ରହଣକାରୀ ମଲ୍କିସେଦକ ଅମର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।

Gade chapit la Kopi




ଏବ୍ରୀ 7:8
12 Referans Kwoze  

ଯୀଶୁ ଆଗରୁ ସେଠାକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମ‌ଲ୍‌କୀଷେଦକଙ୍କ ଭଳି ଯୀଶୁ ଅନନ୍ତକାଳୀନ ମହାଯାଜକ ଅଟନ୍ତି।


ଅନ୍ୟ ଗୋଟିଏ ସ୍ଥାନରେ ପରମେଶ୍ୱର କୁହନ୍ତି: “ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ପରି ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”


ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର ଗ୍ଭବି ରହିଛି।


ଆହୁରି ମଧ୍ୟ ଯେତେବେଳେ ସେହି ଅନ୍ୟ ଯାଜକମାନେ ମରିଗଲେ, ସେମାନେ ଆଉ ଯାଜକ ହୋଇ ରହି ପାରିଲେ ନାହିଁ। ଏଥିପାଇଁ ସେହି ଯାଜକମାନଙ୍କ ଭିତରୁ ଅନେକ ସେଠାରେ ଥିଲେ।


ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମୋତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମୋତେ ଦେଖି ପାରିବ। ତୁମ୍ଭେମାନେ ଜୀବିତ ରହିବ, କାରଣ ମୁଁ ଜୀବିତ।


ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି।


ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।


ପ୍ରତ୍ୟେକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଗ୍ଭର ହୁଏ।


ସମସ୍ତେ ଜାଣନ୍ତି ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।


ଲେବୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତେବେଳେ ଅବ୍ରହାମ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଦଶମାଂଶ ଦେଲେ, ତା'ର ଅର୍ଥ ଲେବୀ ମଧ୍ୟ ତାହା ଦେଲେ।


Swiv nou:

Piblisite


Piblisite