ଏବ୍ରୀ 8:11 - ପବିତ୍ର ବାଇବଲ11 ଏହା ପରେ ପୁନର୍ବାର କେହି ନିଜ ଭାଇ ବା ପରମେଶ୍ୱରଙ୍କ ଅନ୍ୟଲୋକମାନଙ୍କୁ ଶିକ୍ଷା ଦେବେ ନାହିଁ କିମ୍ବା ପ୍ରଭୁଙ୍କୁ ଜାଣିବା ନିମନ୍ତେ କିଛି କହିବା ଆବଶ୍ୟକ ହେବ ନାହିଁ, କାହିଁକି? କାରଣ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ମୋତେ ଜାଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ସେମାନେ ଆମ୍ଭର ଲୋକ ହେବେ; ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗର-ବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ। Gade chapit laଓଡିଆ ବାଇବେଲ11 ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ସେମାନେ ଆମ୍ଭର ଲୋକ ହେବେ ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ । Gade chapit laପବିତ୍ର ବାଇବଲ (CL) NT (BSI)11 ସେତେବେଳେ ସେମାନେ ପ୍ରତିବାସୀମାନଙ୍କୁ ଶିକ୍ଷା ଦେବା ଆବଶ୍ୟକ ହେବ ନାହିଁ, କିମ୍ବା ଦେଶବାସୀଙ୍କୁ ‘ପ୍ରଭୁଙ୍କ ପରିଚୟ ଲାଭ କର’ ଏ କଥା କହିବା ଆବଶ୍ୟକ ହେବ ନାହିଁ, କାରଣ ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ମୋର ପରିଚୟ ପାଇଥିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ। Gade chapit la |
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ପୁଣି ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିଶର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଆଗ୍ରହୀ ହୋଇଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା। ସେମାନେ ସମସ୍ତେ ଲୁପ୍ତ ହେବେ, ମିଶର ଦେଶରେ ପତିତ ହେବେ। ଖଡ଼୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ସମସ୍ତେ ଖଡ଼୍ଗ ଓ ଦୁର୍ଭିକ୍ଷରେ ମରିବେ। ଆଉ ସେମାନେ ଅନ୍ୟ ଦେଶଗୁଡ଼ିକ ସମ୍ମୁଖରେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବେ।