Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:16 - ପବିତ୍ର ବାଇବଲ

16 ଯେତେବେଳେ ଜଣେ ଲୋକ ମୃତ୍ୟୁବରଣ କରେ ସେ ଗୋଟିଏ ଉଇ‌‌‌‌‌‌‌‌ଲ୍‌‌‌‌‌‌‌ ଛାଡ଼ି ଯାଏ। କିନ୍ତୁ ଲୋକେ ସେହି ଲୋକଜଣକର ମୃତ୍ୟୁ ପ୍ରମାଣିତ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଉଇଲ୍ କରାଯାଇଥିଲେ ଉଇଲ୍ କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ।

Gade chapit la Kopi

ଓଡିଆ ବାଇବେଲ

16 କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଗୋଟିଏ ଉଇଲ୍ ବା ଦାନପତ୍ରର ବ୍ୟବସ୍ଥା ଅନୁଯାୟୀ, ତାହା କାର୍ଯ୍ୟକାରୀ ହେବା ପାଇଁ ଉଇଲ୍ କରିଥିବା ବ୍ୟକ୍ତିର ମୃତ୍ୟୁ ପ୍ରମାଣିତ ହେବା ଆବଶ୍ୟକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ।

Gade chapit la Kopi




ଏବ୍ରୀ 9:16
8 Referans Kwoze  

ଜଣେ ଲୋକ ହୁଏତ ପରମେଶ୍ୱରଙ୍କ ସବୁ ବ୍ୟବସ୍ଥା ପାଳନ କରୁଥାଇପାରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ୟ ହୁଏ, ତା'ହେଲେ ସେ ବ୍ୟବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷରେ ଦୋଷୀ ହୁଏ।


ଆଦମ ଯୋଗୁଁ ସମସ୍ତ ଲୋକ ମୃତ୍ୟୁ ଭୋଗ କରନ୍ତି, ସେହିଭଳି ଖ୍ରୀଷ୍ଟଙ୍କ ଯୋଗୁଁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହେବେ।


ପାପର ସ୍ୱାଭାବିକ ପରିଣତି ମୃତ୍ୟୁ। କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତାରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।


ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ୱାରା ମୃତ୍ୟୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।


ଅତଏବ, ପରମେଶ୍ୱରଙ୍କ ପାଖରୁ ଯୀଶୁ ଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ୟ ଯେପରି ପରମେଶ୍ୱରଙ୍କ ଦ୍ୱାରା ଆହୂତ ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେବେ। ସେମାନେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିଦାନରେ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ।


ଚୁକ୍ତି ଲେଖିଥିବା ଲୋକ ଯଦି ଜୀବିତ, ତା'ହେଲେ ସେହି ଉଇ‌‌‌‌‌‌‌‌ଲ୍‌‌‌‌‌‌‌ଟି କାର୍ଯ୍ୟକାରୀ ହୋଇ ପାରିବ ନାହିଁ। ମଣିଷଟି ମରିଗଲା ପରେ ଯାଇ ଉଇ‌‌‌‌‌‌‌‌ଲ୍‌‌‌‌‌‌‌ଟି ଲାଗୁ ହୋଇ ପାରିବ।


ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ।


ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!


Swiv nou:

Piblisite


Piblisite