ଏବ୍ରୀ 9:2 - ପବିତ୍ର ବାଇବଲ2 ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗରେ ଦୀପ, ମେଜ ଓ ତହିଁ ଉପରେ ପରମେଶ୍ୱରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ ‘ପବିତ୍ର ସ୍ଥାନ’ ବୋଲି କୁହା ଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ଗୋଟିଏ ତମ୍ଵୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଦର୍ଶନୀ ରୋଟୀ ଥିଲା; ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି। Gade chapit laଓଡିଆ ବାଇବେଲ2 କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)2 ତଦନୁସାରେ ଏକ ଉପାସନା ତମ୍ବୁ ସ୍ଥାପିତ ହୋଇଥିଲା। ସେଥିରେ ଥିବା ପ୍ରଥମ ପ୍ରକୋଷ୍ଠକୁ ‘ପବିତ୍ର ସ୍ଥାନ’ କୁହାଯାଉଥିଲା। ଏହା ମଧ୍ୟରେ ଦୀପରୂଖା, ଗୋଟିଏ ମେଜ ଓ ମେଜ ଉପରେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଥିବା ରୋଟୀ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି। Gade chapit la |
ବର୍ତ୍ତମାନ ସେ ମଧ୍ୟ ଆମ୍ଭକୁ ସାହାଯ୍ୟ କରିବା ପାଇଁ ସେଠାରେ ପରମେଶ୍ୱରଙ୍କ ଆଗରେ ଅଛନ୍ତି। ମହାଯାଜକ ମହାପବିତ୍ର ସ୍ଥାନରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନେଇ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାଯାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସେଭଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ୱର୍ଗରେ ପ୍ରବେଶ କରି ନ ଥିଲେ।