Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:25 - ପବିତ୍ର ବାଇବଲ

25 ବର୍ତ୍ତମାନ ସେ ମଧ୍ୟ ଆମ୍ଭକୁ ସାହାଯ୍ୟ କରିବା ପାଇଁ ସେଠାରେ ପରମେଶ୍ୱରଙ୍କ ଆଗରେ ଅଛନ୍ତି। ମହାଯାଜକ ମହାପବିତ୍ର ସ୍ଥାନରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନେଇ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାଯାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସେଭଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ୱର୍ଗରେ ପ୍ରବେଶ କରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;

Gade chapit la Kopi

ଓଡିଆ ବାଇବେଲ

25 ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଇହୁଦୀୟ ମହାଯାଜକ ବର୍ଷକୁ ଥରେ ପଶୁ ରକ୍ତ ନେଇ ମହାପବିତ୍ର ସ୍ଥାନକୁ ଯାଆନ୍ତି। କିନ୍ତୁ ଖୀଷ୍ଟ ନିଜକୁ ବାରମ୍ବାର ଉତ୍ସର୍ଗ କରିବା ପାଇଁ ସେଠାକୁ ଯାଇ ନାହିଁନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;

Gade chapit la Kopi




ଏବ୍ରୀ 9:25
9 Referans Kwoze  

ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।


କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।


ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।


ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ୱାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟରେ ଏପରି କରି ପାରିବା।


ଯଦି ଖ୍ରୀଷ୍ଟ ନିଜକୁ ଅନେକ ଥର ସମର୍ପଣ କରି ଥାଆନ୍ତେ, ତା'ହେଲେ ଜଗତ ସୃଷ୍ଟି ହେବା ଦିନଠାରୁ ତାହାଙ୍କୁ ଅନେକ ଥର ଯାତନା ସହିବାକୁ ପଡ଼ିଥା’ନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ଯୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ୱାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।


ପରମେଶ୍ୱର ଗ୍ଭହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ୱାରା ତାହାଙ୍କ ଶରୀରର ବଳିଦାନ ହେତୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ଯ୍ୟାପ୍ତ ହେଲା ଭଳି ଥରେମାତ୍ର ସେହି ବଳିଦାନ କଲେ।


“ହାରୋଣ, ପାପ କ୍ଷମାର୍ଥେ ବର୍ଷକୁ ଥରେ ଦୋଷାର୍ଥକ ବଳି ରକ୍ତ ସହିତ ଯଜ୍ଞବେଦିର ଶିଙ୍ଗ ଉପରେ ପ୍ରସ୍ତୁତ କରିବାର ଦିନ ବ୍ୟବହାର କରିବା ଉଚିତ୍। ହାରୋଣର ବଂଶଧର ପୁରୁଷାନୁକ୍ରମେ ପ୍ରତ୍ୟେକ ବର୍ଷ ଏହା କରିବା ଉଚିତ୍। ଏହି ଯଜ୍ଞବେଦି ସଦାପ୍ରଭୁଙ୍କ ପାଇଁ ମହାପବିତ୍ର।”


ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗରେ ଦୀପ, ମେଜ ଓ ତହିଁ ଉପରେ ପରମେଶ୍ୱରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ ‘ପବିତ୍ର ସ୍ଥାନ’ ବୋଲି କୁହା ଯାଇଥିଲା।


Swiv nou:

Piblisite


Piblisite