Biblia Todo Logo
Bib sou entènèt

- Piblisite -




ହୋଶେୟ 1:2 - ପବିତ୍ର ବାଇବଲ

2 ସଦାପ୍ରଭୁଙ୍କର ହୋଶେୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, “ଯାଅ, ଏକ ଗଣିକାକୁ ବିବାହ କର, ଯାହାଫଳରେ ବେଶ୍ୟାର ପୁତ୍ର ଜନ୍ମ ହେବ। କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ଯ୍ୟ କରିଛନ୍ତି। ସଦାପ୍ରଭୁଙ୍କଠାରେ ଅବିଶ୍ୱସ୍ତ ହୋଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ଵାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରୁଅଛି।

Gade chapit la Kopi

ଓଡିଆ ବାଇବେଲ

2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”

Gade chapit la Kopi




ହୋଶେୟ 1:2
24 Referans Kwoze  

ତା'ପରେ ସଦାପ୍ରଭୁ ପୁନର୍ବାର ମୋତେ କହିଲେ, “ଗୋମରର ଅନେକ ପ୍ରେମିକ ଅଛନ୍ତି। କିନ୍ତୁ ତୁମ୍ଭେ ତାଙ୍କୁ ନିଶ୍ଚିତ ଭଲପାଇ ଗ୍ଭଲ। କାରଣ ତାହା ସଦାପ୍ରଭୁଙ୍କ ପରି। ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଭଲ ପାଇ ଗ୍ଭଲନ୍ତି। କିନ୍ତୁ ସେମାନେ ଅନ୍ୟ ଦେବତାଙ୍କୁ ପୂଜାକରି ଗ୍ଭଲନ୍ତି।”


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ। ଏହା ପରେ ଏହି ଲୋକମାନେ ଉଠିବେ। ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନରେ ବିଦେଶୀୟ ଦେବଗଣର ଅନୁଗାମୀ ହୋଇ ବ୍ୟଭିଗ୍ଭର କରିବେ ଓ ଆମ୍ଭକୁ ତ୍ୟାଗ କରିବେ। ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।


ଯିହୁଦା ବେଖାତିରି କରି ବ୍ୟଭିଗ୍ଭର କଲା ଓ ଦେଶକୁ ‘ଅଶୁଚି’ କଲା। ଆଉ ସେ ମଧ୍ୟ କାଠ ଓ ପଥର ସଙ୍ଗେ ବ୍ୟଭିଗ୍ଭର କଲା।


ତେଣୁ ପରମେଶ୍ୱରଙ୍କର ଲୋକମାନେ ସେମାନଙ୍କର କାର୍ଯ୍ୟଦ୍ୱାରା ଅପବିତ୍ର ହୋଇଥିଲେ। ପରମେଶ୍ୱରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ୱାସୀ ହେଲେ ନାହିଁ। ଅନ୍ୟ ଦେଶୀୟ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ୟ ସେପରି କାର୍ଯ୍ୟ କଲେ।


ତା'ର କପାଳରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲେଖା ହେଲା: ମହାନ୍ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସବୁ ଘୃଣ୍ୟ ବିଷୟସକଳର ମାତା।


ପ୍ରତ୍ୟେକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସେମାନେ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହାନ୍ତି। ଏହିଭଳି ଭାବରେ ସେମାନେ ସବୁବେଳେ ପାପ କରୁଥା’ନ୍ତି। ସେମାନେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦରେ ପକାଇ ଦିଅନ୍ତି। ସେମାନଙ୍କ ହୃଦୟଗୁଡ଼ିକ ସ୍ୱାର୍ଥପରତାରେ ପରିପୂର୍ଣ୍ଣ। ସେମାନେ ଅଭିଶପ୍ତ।


ଏବଂ ବଞ୍ଚି ରହିଥିବା ଲୋକମାନଙ୍କୁ ଯେଉଁମାନଙ୍କୁ ଗୋଷ୍ଠୀୟମାନଙ୍କୁ ବନ୍ଦୀରୂପେ ନିଆଯିବ, ସେମାନେ ମୋତେ ମନେ ରଖିବେ ଏବଂ ଆମ୍ଭେ ସେମାନଙ୍କର ବ୍ୟଭିଗ୍ଭରୀ ହୃଦୟକୁ କିପରି ଦୁଃଖରେ ପୂର୍ଣ୍ଣ କଲୁ, ଯାହା ଆମ୍ଭଠାରୁ ଦୂରେଇ ଗଲା ଏବଂ ସେମାନଙ୍କର ବ୍ୟଭିଗ୍ଭରୀ ଆଖି ଯାହା ସେମାନଙ୍କର ମୂର୍ତ୍ତିସବୁକୁ ଅନୁସରଣ କଲା। ସେମାନେ ନିଜେ କରିଥିବା କୁକର୍ମ ପାଇଁ ଓ ସେମାନଙ୍କର ଘୃଣ୍ୟ ବ୍ୟବହାର ପାଇଁ ନିଜକୁ ଘୃଣା କରିବେ।


ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଯାହାସବୁ କରିଛି ତାହା ମଧ୍ୟ ଜାଣୁ। ହେ ଇଫ୍ରୟିମ, ତୁମ୍ଭେ ବର୍ତ୍ତମାନଠାରୁ ତୁମ୍ଭେ ଗଣିକାପରି କାର୍ଯ୍ୟ କରୁଛ। ଇସ୍ରାଏଲ ପାପରେ କଳୁଷିତ।


ଏହା ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଗ୍ଭରର ଆରମ୍ଭ।


“କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି। ପ୍ରଥମତଃ ସେମାନେ ମୋତେ ପରିତ୍ୟାଗ କରିଅଛନ୍ତି ଯଦିଓ ମୁଁ ଏକ ଜୀବନଦାୟୀନୀ ନିର୍ଝର ଅଟେ ଓ ଦ୍ୱିତୀୟରେ ନିଜ ପାଇଁ ସେମାନେ ବହୁ ଜଳକୁଣ୍ଡ ଖୋଳିଅଛନ୍ତି। ମାତ୍ର ସେହି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।


ହେ ପରମେଶ୍ୱର, ଯେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହେବ। ତୁମ୍ଭେ ସେହି ଲୋକମାନଙ୍କୁ ଧ୍ୱଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।


କିନ୍ତୁ ତୁମ୍ଭେ ଇସ୍ରାଏଲର ରାଜାମାନଙ୍କ ପରି ଜୀବନଯାପନ କରିଅଛ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ କର୍ମ କରିବାରୁ ନିବୃତ୍ତ କରିଅଛ। ଆହାବ ଓ ତାଙ୍କର ପରିବାର ଏହିପରି କରିଥିଲେ। ସେମାନେ ପରମେଶ୍ୱରଙ୍କ ପ୍ରତି ଅବିଶ୍ୱସ୍ତ ହୋଇଥିଲେ। ତୁମ୍ଭେ ତୁମ୍ଭର ଭ୍ରାତାମାନଙ୍କୁ ହତ୍ୟା କରିଅଛ ଏବଂ ତୁମ୍ଭର ପିତାଙ୍କର ସମସ୍ତ ସମ୍ପତ୍ତିକୁ ନଷ୍ଟ କରିଛ। ତୁମ୍ଭର ଭ୍ରାତାମାନେ ତୁମ୍ଭଠାରୁ ଉତ୍ତମ ଥିଲେ।


“ହେ ଯିହୁଦା, ବହୁବର୍ଷ ପୂର୍ବେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନ ସବୁ ଚ୍ଛେଦନ କରିଅଛୁ। ଆଉ ତୁମ୍ଭେ କହିଛ, ‘ଆମ୍ଭେ ତୁମ୍ଭର ଦାସତ୍ୱ କର୍ମ କରିବୁ ନାହିଁ।’ ପ୍ରକୃତରେ ତୁମ୍ଭେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭର ବ୍ୟଭିଗ୍ଭର କରି ଗ୍ଭଲିଅଛ।


“ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, ‘ଆମ୍ଭେ ଅଶୁଚି ହୋଇ ନାହୁଁ ଓ ବା‌ଲ୍‌ଦେବଗଣର ପଶ୍ଚା‌‌ଦ୍‌‌ଗାମୀ ହୋଇ ନାହୁଁ?’ ଉପତ୍ୟକାରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।


ସେ ତା'ର ପ୍ରିୟ ପ୍ରେମିକ ପଛରେ ଧାଇଁବ, କିନ୍ତୁ ସେ ସେମାନଙ୍କୁ ମଧ୍ୟ ଧରି ପାରିବ ନାହିଁ। ସେ ସେମାନଙ୍କୁ ବହୁ ଖୋଜିବ କିନ୍ତୁ ପାଇପାରିବ ନାହିଁ। ତା'ପରେ ସେ କହିବ, ‘ମୁଁ ମୋର ପ୍ରଥମ ପ୍ରେମିକ, ପରମେଶ୍ୱରଙ୍କ ନିକଟକୁ ଫେରିଯିବି। ତାଙ୍କ ପାଖରେ ଥିଲା ବେଳେ ମୋର ଜୀବନ, ବର୍ତ୍ତମାନ ଅପେକ୍ଷା ଅଧିକ ଭଲ ଥିଲା।’


Swiv nou:

Piblisite


Piblisite