Biblia Todo Logo
Bib sou entènèt

- Piblisite -




ହୋଶେୟ 10:6 - ପବିତ୍ର ବାଇବଲ

6 ଅଶୂରକୁ ମହାନ ରାଜାଙ୍କ ଉପହାର ସ୍ୱରୂପ ଏହାକୁ ନିଆଗଲା। ସେ ଇଫ୍ରୟିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇସ୍ରାଏଲ ତା'ର ମୂର୍ତ୍ତି ପାଇଁ ଲଜ୍ଜିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।

Gade chapit la Kopi

ଓଡିଆ ବାଇବେଲ

6 ତାହା ମଧ୍ୟ ଯାରେବ ରାଜାର ଭେଟୀ ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।

Gade chapit la Kopi




ହୋଶେୟ 10:6
22 Referans Kwoze  

ଇଫ୍ରୟିମ ତା'ର ପୀଡ଼ିତାବସ୍ଥା ଦେଖିଲା ଓ ଯିହୁଦା ତା'ର କ୍ଷତକୁ ଦେଖିଲା। ଏହି କାରଣରୁ ଇଫ୍ରୟିମ ଅଶୂରକୁ ସାହାଯ୍ୟ ପାଇଁ ଗଲା। ସେମାନେ ସେହି ମହାରାଜାଙ୍କୁ ସେମାନଙ୍କର ସମସ୍ୟା ଜଣାଇଲେ। କିନ୍ତୁ ରାଜା ସେମାନଙ୍କୁ ଆରୋଗ୍ୟ କରିବାକୁ ଅସମର୍ଥ, ସେ ସେମାନଙ୍କର କ୍ଷତଗୁଡ଼ିକୁ ଆରୋଗ୍ୟ କରି ପାରିବେ ନାହିଁ।


“ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦେଇ ପାରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରୟ ଦେଇ ପାରିବ ନାହିଁ।


ସେ ସେମାନଙ୍କର ପ୍ରତିମାଗୁଡ଼ିକୁ, ସେମାନଙ୍କର ଦେବଗଣଙ୍କୁ ଓ ସୁନା, ରୂପାର ମନୋହର ପାତ୍ରଗୁଡ଼ିକୁ ମିଶରକୁ ନେଇଯିବ। କିଛି ବର୍ଷ ପାଇଁ ସେ ଉତ୍ତର ଦେଶୀୟ ରାଜାଙ୍କ ପାଇଁ ଆଉ ବିବ୍ରତ ହେବ ନାହିଁ।


“ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସେମାନେ ସେଥିପ୍ରତି ଧ୍ୟାନ ଦେଲେ ନାହିଁ। ସେମାନେ ଅବାଧ୍ୟ ହୋଇ ନିଜ ନିଜ ମନ୍ତ୍ରଣାରେ ଗ୍ଭଳିତ ହେଲେ। ସେମାନେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚା‌ତ୍‌ବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ।


କାହିଁକି ଏସବୁ ଘଟିବ? କାରଣ ତୁମ୍ଭେ ଅମ୍ରିଙ୍କ ବ୍ୟବସ୍ଥା ପାଳନ କରୁଛ ଏବଂ ଆହାବ ବଂଶର ପାଳିତ ସମସ୍ତ ଅବିଧିକୁ ଅନୁସରଣ କରୁଛ। ଯେହେତୁ ସେମାନଙ୍କ ପରାମର୍ଶ ଗ୍ରହଣ କରିଛ, ତେଣୁ ଆମ୍ଭେ ତୁମ୍ଭକୁ ବିନାଶ କରିବା। ଯେତେବେଳେ ସେମାନେ ତୁମ୍ଭର ବିଧ୍ୱସ୍ତ ନଗର ଦେଖିବେ ସେମାନେ ବିସ୍ମୟରେ ସିଟି ବଜାଇବେ। ଅନ୍ୟ ଗୋଷ୍ଠୀର ଲଜ୍ଜା ଅପମାନ ତୁମ୍ଭେ ବହନ କରିବ।”


ଘୂର୍ଣ୍ଣିବାୟୁ ଦ୍ୱାରା ସେମାନେ ପତିତ ହୋଇଛନ୍ତି। ସେମାନେ ଆପଣା ମୂର୍ତ୍ତି ନିକଟରେ ବଳି କାରଣରୁ ଲଜ୍ଜିତ ହେବେ।”


ସେମାନଙ୍କର ସଂଖ୍ୟା ଓ ଶକ୍ତି ଯେତେ ଯେତେ ବଢ଼େ, ସେମାନେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କରନ୍ତି। ତେଣୁ ସେମାନଙ୍କର ଗୌରବକୁ ଆମ୍ଭେ ଲଜ୍ଜାରେ ପରିଣତ କରିବା।


ଏବଂ ସେ ସମୟରେ ତୁମ୍ଭେମାନେ ନିଜ ନିଜ ମନ୍ଦ ଆଚରଣ ଓ ମନ୍ଦ କ୍ରିୟାସବୁ ସ୍ମରଣ କରିବ। ପୁଣି ତୁମ୍ଭେମାନେ ନିଜର ପାପ ଓ ନିଜର ଘୃଣ୍ୟ କ୍ରିୟା ଯୋଗୁଁ ନିଜେ ନିଜକୁ ନମ୍ର କରିବ।”


ଯେପରି ଇସ୍ରାଏଲ ବଂଶ ଆପଣା ବିଶ୍ୱାସ ଭୂମି ବୈଥେଲ୍ ବିଷୟରେ ଲଜ୍ଜିତ ହୋଇଥିଲେ, ସେହିପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।


ସେମାନେ ସମସ୍ତେ ଲଜ୍ଜିତ ଓ ଲାଞ୍ଚିତ ହେବେ। ପ୍ରତିମା ନିର୍ମାଣକାରୀ ସମସ୍ତେ ଏକା ସଙ୍ଗେ ଅପମାନିତ ହେବେ।


ତୁମ୍ଭେମାନେ ପୂଜା କରିବାକୁ ବାଛିଥିବା ଅଲୋନଗଛ ଓ ସ୍ୱତନ୍ତ୍ର ବଗିଗ୍ଭ ପାଇଁ ଭବିଷ୍ୟତରେ ଲୋକମାନେ ଲଜ୍ଜିତ ହେବେ।


ତାଙ୍କର ଶକ୍ତ ପାଦ କ୍ଷୀଣ ହୋଇଯିବ ଏବଂ ତା'ର ନିଜର ଚକ୍ରାନ୍ତ ତାକୁ ତଳକୁ ଆଣିବ।


ତାଙ୍କ ବିରୁଦ୍ଧରେ ଅଶୂରର ରାଜା ସ‌ଲ୍‌‌‌ମନେଷର ଯୁଦ୍ଧ କରିବାକୁ ଆସିଲେ। ସେ ତାଙ୍କୁ ପରାସ୍ତ କରି ନିଜର ଅଧୀନସ୍ଥ କଲେ। ତେଣୁ ହୋଶେୟ ତାଙ୍କୁ ସନ୍ତୁଷ୍ଟ କରିବାକୁ ବ୍ୟକ୍ତିଗତ ଭାବରେ ଦାନ ଦେଲେ।


ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଗ୍ଭର କରିଥିଲ। ତୁମ୍ଭେ ସେମାନଙ୍କ ସହିତ ବ୍ୟଭିଗ୍ଭର କଲେ ହେଁ ସନ୍ତୁଷ୍ଟ ହୋଇ ନାହଁ।


Swiv nou:

Piblisite


Piblisite