Biblia Todo Logo
Bib sou entènèt

- Piblisite -




ହୋଶେୟ 13:10 - ପବିତ୍ର ବାଇବଲ

10 ତୁମ୍ଭର ରାଜା କେଉଁଠି? ତୁମ୍ଭର ସମସ୍ତ ନଗରରେ ସେ ତୁମ୍ଭମାନଙ୍କୁ ରକ୍ଷା କରି ପାରିବେ ନାହିଁ। ତୁମ୍ଭର ବିଗ୍ଭରକମାନେ କାହାନ୍ତି? ତୁମ୍ଭେମାନେ ସେମାନଙ୍କୁ ଏହା କହି ମାଗିଥିଲ, ‘ଆମ୍ଭକୁ ଜଣେ ରାଜା ଓ ନେତୃମଣ୍ତଳୀ ଦିଅ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? “ମୋତେ ରାଜା ଓ ଅଧିପତିଗଣ ଦିଅ” ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?

Gade chapit la Kopi




ହୋଶେୟ 13:10
26 Referans Kwoze  

ଇସ୍ରାଏଲୀୟମାନେ ତାଙ୍କର ରାଜା ବାଛିଲେ କିନ୍ତୁ ସେମାନେ ଆମ୍ଭ ଉପଦେଶ ମାନି ନ ଥିଲେ। ଇସ୍ରାଏଲୀୟମାନେ ସେମାନଙ୍କର ନେତା ବାଛିଲେ କିନ୍ତୁ ସେମାନେ ଆମ୍ଭେ ଜାଣିଥିବା ଲୋକକୁ ବାଛି ନ ଥିଲେ। ସେମାନେ ସୁନା, ରୂପା ବ୍ୟବହାର କରି ସେମାନଙ୍କ ପାଇଁ ପ୍ରତିମା ଗଢ଼ିଲେ। ତେଣୁ ସେମାନେ ଧ୍ୱଂସ ହେବେ।


ବର୍ତ୍ତମାନ ଇସ୍ରାଏଲୀୟମାନେ କୁହନ୍ତି, “ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁ ନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରି ପାରିବେ ନାହିଁ।”


ତା'ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”


ସେହି ଦିନ ସଦାପ୍ରଭୁ ସମଗ୍ର ପୃଥିବୀ ଉପରେ ରାଜା ହେବେ। କେବଳ ସେଠାରେ ଜଣେ ସଦାପ୍ରଭୁ ଓ ତାଙ୍କର ଗୋଟିଏ ମାତ୍ର ନାମ ରହିବ।


“ମିଶରରେ ତୁମ୍ଭେମାନେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ହୋଇ ଆସିଛୁ। ତୁମ୍ଭେମାନେ ଆମ୍ଭ ବ୍ୟତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନ ଥିଲ। ଆମ୍ଭେ ଏକମାତ୍ର ବ୍ୟକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ।


ମୋର ଲୋକମାନଙ୍କର ଅତି ଦୂର ଦେଶରୁ ଆସୁଥିବା ଆର୍ତ୍ତଚିତ୍କାର ଶୁଣ। ସେମାନେ କହନ୍ତି, “ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି? ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି?” ମାତ୍ର ପରମେଶ୍ୱର କହନ୍ତି, “ସେମାନେ ନିଜର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତ୍ର ସମୂହଦ୍ୱାରା ଆମ୍ଭକୁ ବିରକ୍ତ ଓ କ୍ରୋଧିତ କରିଛନ୍ତି।”


ମାତ୍ର ତୁମ୍ଭେମାନେ ନିଜ ପାଇଁ ଯେଉଁ ପ୍ରତିମାଗୁଡ଼ିକ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଆସନ୍ତୁ ଓ ଯଦି ପାରନ୍ତି ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ। କାରଣ ହେ ଯିହୁଦା ତୁମ୍ଭ ନଗରର ସଂଖ୍ୟାନୁସାରେ ତୁମ୍ଭର ଦେବତାମାନେ ଅଛନ୍ତି


ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”


ଇସ୍ରାଏଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ, ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।


ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା, ଇସ୍ରାଏଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ୱରଙ୍କ ଦ୍ୱାରା ମନୋନୀତ।


ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ। ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।


ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ। ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।


ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି। ସେହି ଦୁଷ୍ଟମାନଙ୍କୁ ତୁମ୍ଭ ରାଜ୍ୟରୁ ବିତାଡ଼ିତ କର।


ପରେ ହୋଶେୟ ମିଶରର ରାଜା ସୋଙ୍କ ନିକଟକୁ ଦୂତ ପଠାଇ ସାହାଯ୍ୟ ପାଇଁ ପଗ୍ଭରିଲେ। ଅଶୂରର ରାଜା ହୋଶେୟଙ୍କର ଏ ଚକ୍ରାନ୍ତ ବିଷୟରେ ଜାଣିବାକୁ ପାଇଲେ। ହୋଶେୟ ମଧ୍ୟ ତାଙ୍କ ନିକଟକୁ ଏହି ବର୍ଷ ବାର୍ଷିକ ଭେଟି ପଠାଇଲେ ନାହିଁ। ଏଣୁ ଅଶୂରର ରାଜା ହୋଶେୟଙ୍କୁ ବନ୍ଦୀ କରି କରାଗାରରେ ରଖିଲେ।


ଇସ୍ରାଏଲର ସମସ୍ତ ଲୋକ ଜାଣିବାକୁ ପାଇଲେ ଯେ ଯାରବିୟାମ ଫେରି ଆସିଛନ୍ତି। ସେମାନେ ଲୋକ ପଠାଇ ତାଙ୍କୁ ଡକାଇଲେ ଓ ସମୁଦାୟ ଇସ୍ରାଏଲ ଉପରେ ତାହାଙ୍କୁ ରାଜା କଲେ। କେବଳ ଯିହୁଦା ପରିବାରବର୍ଗ ଦାଉଦଙ୍କ ପରିବାରର ଅନୁଗାମୀ ହେଲେ।


ସେହିପରି ଭାବରେ ଇସ୍ରାଏଲର ଲୋକମାନେ ବିନା ରାଜା ଓ ନେତାରେ ଦୀର୍ଘଦିନ ଚଳିବେ। ସେମାନେ ବଳିଦାନ କି ସ୍ମରଣାର୍ଥକ ପଥର ବିନା ରହିବେ। ସେମାନେ ଯାଜକୀୟ ବସ୍ତ୍ର ବିନା ଓ ଗୃହ ମୂର୍ତ୍ତି ବିନା ରହିବେ।


ସେମାନେ ଉତ୍ତପ୍ତ ଚୁଲ୍ଲାପରି ହୁଅନ୍ତି। ସେମାନେ ସେମାନଙ୍କର ଶାସକକୁ ଧ୍ୱଂସ କଲେ। ସମସ୍ତ ରାଜାଙ୍କର ପତନ ହେଲା। କୌଣସି ଜଣେ ବ୍ୟକ୍ତି ମୋତେ ସାହାଯ୍ୟ ଭିକ୍ଷା କରି ନ ଥିଲେ।


ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଲୋକମାନଙ୍କ ମତ ଅନୁସାରେ କାର୍ଯ୍ୟ କର। ସେମାନେ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି। ସେମାନେ ମୋତେ ସେମାନଙ୍କର ରାଜା ରୂପେ ପ୍ରତ୍ୟାଖାନ କରିଛନ୍ତି।


ରାଜା ଆମ୍ଭମାନଙ୍କ ପାଇଁ ମୁଖ୍ୟ ଥିଲେ ଓ ସେ ଆମ୍ଭର ନାସାର ନିଃଶ୍ୱାସସ୍ୱରୂପ ଥିଲେ। ଆମ୍ଭେମାନେ କହୁଥିଲୁ, “ତାଙ୍କର ଛାୟାତଳେ ଆମ୍ଭେମାନେ ବଞ୍ଚିବା ଓ ସେ ଗୋଷ୍ଠୀୟମାନଙ୍କଠାରୁ ଆମ୍ଭମାନଙ୍କୁ ରକ୍ଷା କରିବେ।” ମାତ୍ର ସଦାପ୍ରଭୁଙ୍କ ସେହି ଅଭିଷିକ୍ତ ଲୋକ ସେମାନଙ୍କ ଦ୍ୱାରା ଗର୍ତ୍ତରେ ଧରାଗଲେ।


Swiv nou:

Piblisite


Piblisite