Biblia Todo Logo
Bib sou entènèt

- Piblisite -




ହୋଶେୟ 13:16 - ପବିତ୍ର ବାଇବଲ

16 ଶମରିୟା ନିଶ୍ଚିତ ଦଣ୍ତିତ ହେବ। କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଇଥିଲା। ଇସ୍ରାଏଲୀୟମାନେ ‌‌ଖ‌ଡ଼୍‌ଗରେ ନିହତ ହେବେ। ସେମାନଙ୍କର ପିଲାମାନେ ବିଦୀର୍ଣ୍ଣ ହେବେ। ସେମାନଙ୍କର ଗର୍ଭବତୀ ନାରୀମାନେ ମଧ୍ୟ ବିଦୀର୍ଣ୍ଣ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଶମରିୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ଵରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ଼୍‍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।

Gade chapit la Kopi

ଓଡିଆ ବାଇବେଲ

16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।

Gade chapit la Kopi




ହୋଶେୟ 13:16
23 Referans Kwoze  

ଶଲ୍ଲୁମଙ୍କ ମୃତ୍ୟୁ ପରେ ମନହେମ୍ ତିର୍ସାଠାରୁ, ତି‌‌‌‌ପ୍‌‌‌‌ସହର ସମସ୍ତ ଅଞ୍ଚଳକୁ ଲୋକମାନେ ଆକ୍ରମଣ କଲେ, କାରଣ ସେମାନେ ନଗରର ଫାଟକସବୁ ତାଙ୍କ ପାଇଁ ଖୋଲିବାକୁ ଅମାନ୍ୟ କଲେ। ସେ ନଗରର ସମସ୍ତ ଗର୍ଭବତୀ ନାରୀଙ୍କର ଉଦର ବିଦୀର୍ଣ୍ଣ କଲେ।


ତହୁଁ ହସାୟେଲ ପଗ୍ଭରିଲେ, “ହେ ମୋର ମହାଶୟ, କାହିଁକି ରୋଦନ କଲେ?” ଇଲୀଶାୟ ଉତ୍ତର କଲେ, “ତୁମ୍ଭେ ଇସ୍ରାଏଲୀୟଙ୍କ ସନ୍ତାନଗଣଙ୍କ ପାଇଁ ଅନିଷ୍ଟର କାରଣ କରିବାକୁ ଯାଉଛ, ଏହା ମୁଁ ଜାଣେ। ମୁଁ ଏହି ନିମନ୍ତେ ରୋଦନ କରୁଛି, କାରଣ ତୁମ୍ଭେ ସେମାନଙ୍କର ସୁଦୃଢ଼ ନଗରଗୁଡ଼ିକୁ ଅଗ୍ନିରେ ଦ‌ଗ୍‌ଧିଭୂତ କରିବ, ସେମାନଙ୍କର ଯୁବକମାନଙ୍କୁ ‌‌ଖ‌ଡ଼୍‌ଗରେ ହତ୍ୟା କରିବ, ସେମାନଙ୍କର ଶିଶୁସନ୍ତାନକୁ ଭୂମିରେ କଗ୍ଭଡ଼ି ମାରିବ ଓ ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”


ସେମାନଙ୍କର ଗୃହମାନଙ୍କରୁ ସମସ୍ତ ଦ୍ରବ୍ୟ ଲୁଣ୍ଠିତ ହେବ। ସେମାନଙ୍କର ଭାର୍ଯ୍ୟାମାନେ ଧର୍ଷିତା ହେବେ ଓ ସେମାନଙ୍କର ଦୃଷ୍ଟି ଗୋଚରରେ ସେମାନଙ୍କର ଛୋଟ ପିଲାମାନେ ମୃତ୍ୟୁ ପର୍ଯ୍ୟନ୍ତ କୋରଡ଼ା ପାଇବେ।


ସଦାପ୍ରଭୁ ଏହିକଥା କୁହନ୍ତି: “ଆମ୍ଭେ ଅମ୍ମୋନର ଲୋକମାନଙ୍କୁ ଦଣ୍ତ ଦେବା, ଯେଉଁମାନେ ଅନେକ ଅପରାଧ କରିଛନ୍ତି, କାରଣ ସେମାନେ ଗିଲିୟଦରେ ଗର୍ଭବତୀ ନାରୀମାନଙ୍କୁ ହତ୍ୟା କରିଅଛନ୍ତି। ଅମ୍ମୋନର ଲୋକମାନେ ଏହିପରି କାର୍ଯ୍ୟ କଲେ, ଯେଟରୁ ସେମାନଙ୍କର ସୀମା ଅଧିକ ଜାଗା ବଢ଼ାଇବାକୁ।


କିନ୍ତୁ ନୋ-ଆମୋନ ପରାଜିତ ହେଲା। ତା'ର ଲୋକମାନେ ବନ୍ଦୀଭାବରେ ଗୋଟିଏ ବିଦେଶକୁ ନିଆଗଲେ। ସୈନ୍ୟମାନେ ରାସ୍ତାର ପ୍ରତ୍ୟେକ କୋଣରେ ତା'ର ଛୋଟ ପିଲାମାନଙ୍କୁ ପିଟି ପିଟି ମାରି ଦେଲେ। ଏବଂ ସେମାନେ ତାଙ୍କର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ତାଙ୍କର ବଡ଼ ଲୋକ ସମସ୍ତେ ଶୃଙ୍ଖଳରେ ବନ୍ଧା ହେଲେ।


କାହିଁକି ଏସବୁ ଘଟିବ? କାରଣ ତୁମ୍ଭେ ଅମ୍ରିଙ୍କ ବ୍ୟବସ୍ଥା ପାଳନ କରୁଛ ଏବଂ ଆହାବ ବଂଶର ପାଳିତ ସମସ୍ତ ଅବିଧିକୁ ଅନୁସରଣ କରୁଛ। ଯେହେତୁ ସେମାନଙ୍କ ପରାମର୍ଶ ଗ୍ରହଣ କରିଛ, ତେଣୁ ଆମ୍ଭେ ତୁମ୍ଭକୁ ବିନାଶ କରିବା। ଯେତେବେଳେ ସେମାନେ ତୁମ୍ଭର ବିଧ୍ୱସ୍ତ ନଗର ଦେଖିବେ ସେମାନେ ବିସ୍ମୟରେ ସିଟି ବଜାଇବେ। ଅନ୍ୟ ଗୋଷ୍ଠୀର ଲଜ୍ଜା ଅପମାନ ତୁମ୍ଭେ ବହନ କରିବ।”


ତାଙ୍କର ଆଗମନରେ ପର୍ବତଗୁଡ଼ିକ ଅଗ୍ନି ନିକଟରେ ମହମ ତରଳିଲା ପରି ତରଳି ଯିବ। ଉପତ୍ୟକାଗୁଡ଼ିକ ବିଦୀର୍ଣ୍ଣ ହେବ ଏବଂ ଜଳ ଗଡ଼ାଣିରେ ବହିଲା ପରି ନିମ୍ନକୁ ଗଡ଼ି ଆସିବ।


ସେ କହିଲେ, ମୁଁ ମୋର ପ୍ରଭୁଙ୍କୁ ଯଜ୍ଞବେଦି ଉପରେ ଦଣ୍ଡାୟମାନ ହେବାର ଦେଖିଲି। ସେ କହିଲେ, “ସ୍ତମ୍ଭର ଅଗ୍ରଭାଗକୁ ଆଘାତ କର ଯେପରିକି ଅଟ୍ଟାଳିକାର ଦ୍ୱାର ଦେଶ ଥରି ଉଠିବ। ସ୍ତମ୍ଭଟିକୁ ଲୋକମାନଙ୍କ ମୁଣ୍ତ ଉପରେ ପକାଅ। ଯଦି ଏଥିରୁ କେହି ବଞ୍ଚିବ ଆମ୍ଭେ ତାକୁ ‌‌ଖ‌ଡ଼୍‌ଗରେ ଚ୍ଛେଦନ କରିବା। ଦୌଡ଼ି ଯାଇଥିବା ଲୋକ ମଧ୍ୟ ରକ୍ଷା ପାଇବ ନାହିଁ। ଜଣେ ହେଲେ ବଞ୍ଚିବେ ନାହିଁ।


ତୁମ୍ଭେ ଅ‌‌ସ୍‌‌ଦୋଦର ଓ ମିଶର ରାଜପ୍ରାସାଦରେ ଏହି ବାର୍ତ୍ତା ଘୋଷଣା କର, “ଶମରିୟାର ପର୍ବତମାଳା ଶିଖରକୁ ଆସ ଏବଂ ସେଠାକାର କୋଳାହଳ ଓ ଦଙ୍ଗାକୁ ଦେଖ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ବହୁତ ନିଷ୍ଠୁର ଅଟନ୍ତି।


ଖଣ୍ତା ସେମାନଙ୍କ ନଗର ବିରୁଦ୍ଧରେ ଝୁଲିବ। ଏହା ସେମାନଙ୍କର ଶକ୍ତିଶାଳୀ ଲୋକଙ୍କୁ ହତ୍ୟା କରିବ। ଏହା ସେମାନଙ୍କର ନେତାମାନଙ୍କୁ ଧ୍ୱଂସ କରିବ।


ଇସ୍ରାଏଲର ଲୋକମାନେ ପରମେଶ୍ୱରଙ୍କୁ ଠକିବାକୁ ଚୋଷ୍ଟା କଲେ କିନ୍ତୁ ବର୍ତ୍ତମାନ ସେମାନେ ସେମାନଙ୍କର ଦୋଷ ସ୍ୱୀକାର କରିବେ। ସଦାପ୍ରଭୁ ସେମାନଙ୍କର ଯଜ୍ଞବେଦିକୁ ଭାଙ୍ଗି ଦେବେ। ସେ ସେମାନଙ୍କର ସ୍ମୃତିସ୍ତମ୍ଭକୁ ଧ୍ୱଂସ କରି ଦେବେ।


ସେମାନେ କେବେ ଆନ୍ତରିକତା ସହ ଆମ୍ଭଙ୍କୁ ଡାକନ୍ତି ନାହିଁ। ସେମାନେ ସେମାନଙ୍କ ବିଛଣାରେ କ୍ରନ୍ଦନ କରନ୍ତି। ଯେତେବେଳେ ସେମାନେ ମୂର୍ତ୍ତିଗୁଡ଼ିକୁ ଖାଦ୍ୟ ଓ ଦ୍ରାକ୍ଷାରସ ପାଇଁ ପୂଜା କରନ୍ତି। ସେମାନେ ନିଜେ ନିଜକୁ ହତ୍ୟା କରନ୍ତି। କିନ୍ତୁ ସେମାନଙ୍କ ଅନ୍ତରସବୁ ମୋ'ଠାରୁ ଦୂରେଇ ଯାଇଛି।


ଇସ୍ରାଏଲର ଦୁର୍ଗନଗର, ଦମ୍ମେଶକର ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ। ସର୍ବଶକ୍ତିମାନ ସଦାପ୍ରଭୁ ତୁମ୍ଭେ ଯେ, ଇସ୍ରାଏଲର ଖ୍ୟାତି ଲୋକଙ୍କ ପରି ସେମାନେ ମଧ୍ୟ କାଢ଼ି ନିଆଯିବେ।”


ଏ ନାମ କାହିଁକି ରଖାଯିବ। କାରଣ ବାଳକଟି “ପିତାମାତା” ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବରୁ ପରମେଶ୍ୱର ସମସ୍ତ ଧନ ସମ୍ପଦ ଦମ୍ମେଶକରୁ ଓ ଶମରିୟାରୁ ନେଇଯାଇଥିବେ ଏବଂ ସେ ସମସ୍ତ ଧନକୁ ଅଶୂର ରାଜାଙ୍କୁ ଦେଇ ଦେବେ।’


ଏଣୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତ୍ୟନ୍ତ କ୍ରୋଧ ହେଲେ ଓ ସେମାନଙ୍କୁ ନିଜ ଦୃଷ୍ଟିରୁ ଦୂରେଇ ଦେଲେ। କେବଳ ଯିହୁଦାର ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।


ହୋଶେୟଙ୍କ ରାଜତ୍ୱର ନବମ ବର୍ଷରେ ଅଶୂରର ରାଜା ଶମରିୟା ଅଧିକାର କଲେ। ସେ ଇସ୍ରାଏଲୀୟମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା ଓ ସେମାନଙ୍କୁ ଗୋଶୋନ ନଗରର ହାବୋର ନଦୀର ହଲହରେ ଓ ମାଦୀୟମାନଙ୍କ ନାନା ଦେଶରେ ରଖିଲେ।


ଅଶୁରର ରାଜା ଇସ୍ରାଏଲର ବହୁସ୍ଥାନଗୁଡ଼ିକୁ ଆକ୍ରମଣ କଲେ ଓ ଶମରିୟାକୁ ଆସି ତା’ ବିରୁଦ୍ଧରେ ତିନି ବର୍ଷ ଧରି ଯୁଦ୍ଧ କଲେ।


Swiv nou:

Piblisite


Piblisite