Biblia Todo Logo
Bib sou entènèt

- Piblisite -




ହୋଶେୟ 13:3 - ପବିତ୍ର ବାଇବଲ

3 ସେଥିପାଇଁ ସେହି ଲୋକମାନେ ଶୀଘ୍ର ଅଦୃଶ୍ୟ ହେବେ। ସେମାନେ ସକାଳର କୁହୁଡ଼ି ସଦୃଶ ଶୀଘ୍ର ଦେଖା ଦେବେ ଓ ଶୀଘ୍ର ଅଦୃଶ୍ୟ ହୋଇଯିବେ। ଇସ୍ରାଏଲୀୟମାନେ ଅଗାଡ଼ି ଖଳାରୁ ଉଡ଼ିଗଲା ପରି ଉଡ଼ିଯିବେ। ଚିମିନିରୁ ଧୂଆଁ ବାହାରି ଅଦୃଶ୍ୟ ହେଲାପରି ସେମାନେ ଅଦୃଶ୍ୟ ହୋଇଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।

Gade chapit la Kopi

ଓଡିଆ ବାଇବେଲ

3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।

Gade chapit la Kopi




ହୋଶେୟ 13:3
11 Referans Kwoze  

“ହେ ଇଫ୍ରୟିମ, ହେ ଯିହୁଦା, ଆମ୍ଭେ ତୁମ୍ଭମାନଙ୍କ ପ୍ରତି କିପରି ବ୍ୟବହାର କରିବୁ? ତୁମ୍ଭମାନଙ୍କର ବିଶ୍ୱସ୍ତତା ସକାଳର କୁହୁଡ଼ି ଓ କାକର ପରି ଅଟେ ଯେ କି ଅତି ପ୍ରତ୍ୟୁଷରେ ଉଭେଇ ଯାଏ।


ଦୁଷ୍ଟ ଲୋକମାନେ ସେପରି ନୁହନ୍ତି। ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।


ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ, ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ। ଯେପରି ନିଆଁରେ ମହମ ତରଳି ଯାଏ, ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।


ତା'ପରେ ସଙ୍ଗେ ସଙ୍ଗେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଖଣ୍ତ ଖଣ୍ତ ହୋଇ ଭାଙ୍ଗି ଗଲା। ଆଉ ସେ ସବୁ ଗ୍ରୀଷ୍ମକାଳୀନ ଖଳାର ତୁଷପରି ହେଲା। ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ତା'ର କିଛି ରହିଲା ନାହିଁ। ଆଉ ସେହି ପ୍ରତିମାକୁ ଆଘାତ କରିଥିବା ପ୍ରସ୍ତର ଏକ ପର୍ବତ ପରି ବଢ଼ିଲା ଓ ତାହା ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।


ନାନା ଦେଶୀୟ ଲୋକମାନେ ସେହି ତରଙ୍ଗ ସଦୃଶ ହେବେ। ପରମେଶ୍ୱର ସେମାନଙ୍କୁ ନିଷ୍ଠୁର ବାଣୀ ଶୁଣାଇବେ। ତେଣୁ ସେମାନେ ପଳାୟନ କରିବେ। ବାୟୁରେ ଧୂଳି ଉଡ଼ିଲା ପରି, ଘୂର୍ଣ୍ଣିବାତ୍ୟାରେ ଧୂଳି ଉଡ଼ିଲା ପରି ସେମାନେ ତାଡ଼ିତ ହେବେ।


ପବନ କୁଟା ଖଣ୍ଡକୁ ଉଡ଼ାଇ ନେଲାପରି ପରମେଶ୍ୱର କେତେ ଥର ସେମାନଙ୍କୁ ଉଡ଼ାଇ ନିଅନ୍ତି? ବତାଶରେ କେତେ ଥର ସେମାନେ ତୁଷପରି ଉଡ଼ି ଯାଆନ୍ତି?


ମୁଁ ଭୟରେ ଥରୁଅଛି। ବାୟୁ ଜିନିଷସବୁକୁ ଉଡ଼ାଇ ନେଲାଭଳି ସେମାନେ ମୋର ସମ୍ମାନକୁ ଉଡ଼େଇ ନେଉଛନ୍ତି। ମେଘଭଳି ମୋର ନିରାପତ୍ତା ହଜିଯାଉଛି।


ତୁମ୍ଭ ଉପରେ ବିଗ୍ଭର ଆସିବା ପୂର୍ବରୁ, ତୁଷ ପରି ସୁଯୋଗ ହରାଇବା ପୂର୍ବରୁ, ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭ ଉପରେ ଆସିବା ପୂର୍ବରୁ, ସଦାପ୍ରଭୁଙ୍କର ଭୟଙ୍କର କ୍ରୋଧର ଶେଷଦିନ ଆସିବା ପୂର୍ବରୁ, ତୁମ୍ଭେମାନେ ଏକତ୍ରିତ ହୁଅ।


“ଏହି ଲୋକମାନେ ଶାନ୍ତିରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ୟ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷୟ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭେମାନେ ଦେଶସବୁ ସମ୍ମୁଖରେ ଅଭିଶପ୍ତ ଥିଲ।


Swiv nou:

Piblisite


Piblisite