Biblia Todo Logo
Bib sou entènèt

- Piblisite -




ହୋଶେୟ 2:12 - ପବିତ୍ର ବାଇବଲ

12 ଆମ୍ଭେ ତା'ର ଦ୍ରାକ୍ଷାଲତାଗୁଡ଼ିକୁ ଓ ଡିମ୍ବିରି ଗଛଗୁଡ଼ିକୁ ନଷ୍ଟ କରିଦେବା। ସେ କହିଲା, ‘ମୋର ପ୍ରେମିକମାନେ ମୋତେ ଏସବୁ ଜିନିଷ ଦେଇଥିଲେ।’ କିନ୍ତୁ ଆମ୍ଭେ ତା'ର ବଗିଗ୍ଭକୁ ବଦଳାଇ ଅନାବନା ଗଛରେ ଜଙ୍ଗଲ କରିଦେବା। ବନ୍ୟପଶୁମାନେ ଆସି ସେହି ଗଛରୁ ଖାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ବିଷୟରେ କହିଥିଲା ଏସବୁ ମୋର ପ୍ରେମିକଗଣ ମୋର ବର୍ତ୍ତନ ସ୍ଵରୂପେ ମୋତେ ଦେଇଅଛନ୍ତି, ସେସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେସବୁକୁ ଅରଣ୍ୟ କରିବା, ତହିଁରେ ବନପଶୁଗଣ ତାହା ଖାଇ ପକାଇବେ।

Gade chapit la Kopi

ଓଡିଆ ବାଇବେଲ

12 ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ବିଷୟରେ କହିଥିଲା ‘ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି,’ ସେହିସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହିସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।

Gade chapit la Kopi




ହୋଶେୟ 2:12
14 Referans Kwoze  

ସେହି ଭୂମିରେ କ୍ଷେତମାନଙ୍କରେ ଏକ ହଜାର ଦ୍ରାକ୍ଷାଲତା ହେବ। ପ୍ରତ୍ୟେକ ଦ୍ରାକ୍ଷାଲତାର ମୂଲ୍ୟ 1,000 ରୌପ୍ୟ ମୁଦ୍ରା ହେବ। ମାତ୍ର ସେହି କ୍ଷେତ ଅନାବନା ଘାସ ଓ କଣ୍ଟକ ପୂର୍ଣ୍ଣ ହେବ।


“ବର୍ତ୍ତମାନ ମୁଁ ମୋର ଦ୍ରାକ୍ଷାକ୍ଷେତ ପାଇଁ କ’ଣ କରିବି ତାହା ତୁମ୍ଭମାନଙ୍କୁ କହିବି। ଏହି କ୍ଷେତକୁ ରକ୍ଷା କରୁଥିବା କଣ୍ଟାବାଡ଼କୁ ମୁଁ କାଢ଼ିନେବି ଏବଂ ତାକୁ ପୋଡ଼ି ଦେବି। ସେହି ପଥର ପ୍ରାଚୀରକୁ ଭାଙ୍ଗିପକାଇବି ଏବଂ ସେଗୁଡ଼ିକୁ ପଦଦଳିତ କରିବି।


ଭାଲୁ ପାଖରୁ ତା’ ଛୁଆକୁ ଅପହରଣ କଲେ ସେ ଯେପରି ହିଂସ୍ର ହୁଏ, ଆମ୍ଭେ ସେହିପରି ହିଂସ୍ର ହୋଇ ସେମାନଙ୍କୁ ଆକ୍ରମଣ କରିବା। ଆମ୍ଭେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ବକ୍ଷକୁ ବିଦାରଣ କରିବା। ସିଂହ ଓ ଅନ୍ୟ ବନ୍ୟ ପ୍ରାଣୀ ଶିକାରକୁ ଚିରି ଖାଇଲା ପରି ଆମ୍ଭେ ସେମାନଙ୍କୁ ସେହିପରି ଖଣ୍ତ ବିଖଣ୍ତିତ କରିବା।


ସେମାନଙ୍କର ମା ବେଶ୍ୟାପରି କାମ କରିଅଛି। ସେମାନଙ୍କର ମାଙ୍କ କୃତ କର୍ମ ପାଇଁ ଲଜ୍ଜିତ ହେବା ଉଚିତ୍। ସେ କହିଲା, ‘ମୁଁ ମୋର ପ୍ରେମିକମାନଙ୍କ ପାଖକୁ ଯିବି। ମୋର ପ୍ରେମିକମାନେ ମୋତେ ଖାଦ୍ୟ ଓ ପାଣି ଦେବେ। ସେମାନେ ମୋତେ ପଶମ ଓ ଲାଇଲନ୍ ଦେବେ। ସେମାନେ ମୋତେ ଦ୍ରାକ୍ଷାରସ ଓ ଅଲିଭ୍ ତେଲ ଦେବେ।’


ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ୱଂସ ହେବ। ଏହା ଗ୍ଭଷ ଭୂମିରେ ପରିଣତ ହେବ। ଯିରୁଶାଲମ ମଧ୍ୟ ପ୍ରସ୍ତର ସ୍ତୁପରେ ପରିଣତ ହେବ। ମନ୍ଦିରର ପର୍ବତ ଶୂନ୍ୟ ପାହାଡ଼ ହୋଇ ବଣବୁଦାରେ ଆବୃତ ହେବ।


ହେ ଇସ୍ରାଏଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସୀ ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ୟବହାର କଲ ଓ ପରମେଶ୍ୱରଙ୍କୁ ଭୁଲିଗଲ। ତୁମ୍ଭେମାନେ ପ୍ରତି ଶସ୍ୟଖଳାରେ ଯୌନ ଅପରାଧମୂଳକ ପାପ କଲ।


“ଯିହୁଦାର ରାଜା ହିଜକିୟଙ୍କ ସମୟରେ ମୋରେଷ୍ଟୀୟର ମୀଖା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲା, ଆଉ ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସିୟୋନ କ୍ଷେତ୍ର ତୁଲ୍ୟ ଗ୍ଭଷ କରାଯିବ ଓ ଯିରୁଶାଲମ ଢିପ ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’


“‘ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ସମସ୍ତ ଶସ୍ୟ ଓ ଫଳ ନେଇଯିବା ଓ ସେମାନଙ୍କୁ ନିରିହ ରୂପେ ସଂହାର କରିବା। ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ ଓ ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ। ପତ୍ରସବୁ ମ୍ଳାନ ହୋଇଯିବେ। ଆମ୍ଭେ ସେମାନଙ୍କୁ ଯାହାସବୁ ଦେଇଅଛୁ, ସେସବୁ ସେମାନଙ୍କଠାରୁ ନେଇଯିବୁ।’”


ଏହା ସତ୍ୟ ଯେ, ଅତି ଅଳ୍ପ ସମୟ ପରେ ଲିବାନୋନ ଫଳପୂର୍ଣ୍ଣ କ୍ଷେତ୍ରରେ ପରିଣତ ହେବ ଓ ଫଳବତୀ କ୍ଷେତ୍ର ଅରଣ୍ୟରେ ପରିଣତ ହେବ।


ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ? ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।


ସେମାନେ ତୁମ୍ଭମାନଙ୍କର ସଂଗୃହୀତ ଶସ୍ୟ ଓ ରୋଟୀ ଭକ୍ଷ୍ୟଣ କରିବେ। ସେମାନେ ତୁମ୍ଭମାନଙ୍କ ପୁତ୍ରକନ୍ୟା ଗଣଙ୍କୁ ଭକ୍ଷ୍ୟଣ କରିବେ। ସେମାନେ ସେମାନଙ୍କର ମେଷ ଓ ଗାଈ ଗୁଡ଼ିକ ଭକ୍ଷ୍ୟଣ କରିବେ। ସେମାନେ ମଧ୍ୟ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭେମାନେ ଯେଉଁ ସୁଦୃଢ଼ ନଗର ଉପରେ ବିଶ୍ୱାସ କରିଅଛ, ସେମାନେ ସେହିସବୁକୁ ‌‌ଖ‌ଡ଼୍‌ଗରେ ଧ୍ୱଂସ କରିବେ।”


ଏ ନିମନ୍ତେ ଏହା ଆମ୍ଭେ ଯିଏ କି ତୁମ୍ଭ ବସ୍ତ୍ରାଞ୍ଚଳ ତୁମ୍ଭ ମୁହଁକୁ ଟେକିଥିଲୁ, ଯାହାଫଳରେ ସମସ୍ତେ ତୁମ୍ଭମାନଙ୍କର ନଗ୍ନତା ଦେଖି ପାରି ନ ଥିଲେ।


କାହିଁକି ସେ ଏହା ପାରିବେ ନାହିଁ? କାରଣ ଆମ୍ଭେ ସିଂହ ସଦୃଶ ଇଫ୍ରୟିମଙ୍କୁ ଆକ୍ରମଣ କରିବା। ଯୁବାସିଂହ ସଦୃଶ ଆମ୍ଭେ ଯିହୁଦା ରାଜ୍ୟକୁ ଆକ୍ରମଣ କରିବା। ହଁ ଆମ୍ଭେ ସଦାପ୍ରଭୁ, ସେମାନଙ୍କୁ ଖଣ୍ତ ଖଣ୍ତ କରି ଚିରିଦେବା। ଆମ୍ଭେ ସେମାନଙ୍କୁ ବହୁଦୂରକୁ ନେଇଯିବା ଏବଂ କେହି ସେମାନଙ୍କୁ ରକ୍ଷା କରି ପାରିବେ ନାହିଁ।


Swiv nou:

Piblisite


Piblisite