Biblia Todo Logo
Bib sou entènèt

- Piblisite -




ହୋଶେୟ 2:19 - ପବିତ୍ର ବାଇବଲ

19 ଏବଂ ଆମ୍ଭେ ତୁମ୍ଭକୁ ସବୁଦିନ ପାଇଁ ଆମ୍ଭର ସ୍ତ୍ରୀ କରିବା। ଆମ୍ଭେ ତୁମ୍ଭକୁ ପ୍ରେମ, ସାଧୁତା, ନ୍ୟାୟ ଓ ଦୟାର ସହିତ ଆମ୍ଭର ସ୍ତ୍ରୀ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।

Gade chapit la Kopi




ହୋଶେୟ 2:19
27 Referans Kwoze  

ମୁଁ ତୁମ୍ଭ ପ୍ରତି ଈର୍ଷା କରିଲି, ଏହା ପରମେଶ୍ୱରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ୟା ହେବା ପାଇଁ ତାହାଙ୍କଠାରେ ସମର୍ପିତ କରିବି।


ତା'ପରେ ମୁଁ ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ଯିରୁଶାଲମ ଅଟେ। ବର ପାଇଁ କନ୍ୟା ଯେପରି ସୁସଜ୍ଜିତା ହୋଇଥାଏ, ଠିକ୍ ସେହିପରି ଏହା ପ୍ରସ୍ତୁତ ଥିଲା।


ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଅତ୍ୟାଗ୍ଭରରୁ ଦୂରେଇ ରହିବ; କାରଣ ତୁମ୍ଭେ ଭୟଭୀତ ହେବ ନାହିଁ, ପୁଣି ଭୟଠାରୁ ଦୂରେଇ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।


ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।


ଠିକ୍ ସେହିଭଳି, ମୋ’ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ୟକ୍ତିତ୍ୱ ମରିଯାଇଛି ଓ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର ମାଧ୍ୟମରେ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଇଛ। ଏବେ ତୁମ୍ଭେମାନେ ଅନ୍ୟ ଜଣକର ଅଟ। ତୁମ୍ଭେମାନେ ମୃତ୍ୟୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ସେବାରେ ନିୟୋଜିତ ହୋଇ ପାରିବା।


କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ।


ଏବଂ ମୁଁ ଇସ୍ରାଏଲ ପରିବାର ଉପରେ ନିଜର ଆତ୍ମା ଜାଳି ଅଛି। ତାହାପରେ ମୁଁ ଆପଣା ମୁଖ ସେମାନଙ୍କଠାରୁ ଲୁଗ୍ଭଇବି ନାହିଁ।” ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।


ପରମେଶ୍ୱର ଉତ୍ତମ ଏବଂ ସେ ନ୍ୟାୟ ବିଗ୍ଭର କରନ୍ତି। ତେଣୁ ସେ ସିୟୋନକୁ ରକ୍ଷା କରିବେ ଏବଂ ଲୋକମାନେ ତାଙ୍କ ନିକଟକୁ ପ୍ରତ୍ୟାବର୍ତ୍ତନ କରିବେ।


କିନ୍ତୁ ଯିହୁଦା ଓ ଯିରୁଶାଲମରେ ଲୋକମାନେ ପୁରୁଷାନୁକ୍ରମେ ଚିରକାଳ ବାସ କରିବେ।


କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇସ୍ରାଏଲର ପବିତ୍ର ସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମଗ୍ର ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


ଯଦି ତୁମ୍ଭେ ସେହିସବୁ କରିବ, ତେବେ ତୁମ୍ଭକୁ ସଦାପ୍ରଭୁଙ୍କ ନାମରେ ଶପଥ କରି କହିବାକୁ ପଡ଼ିବ ଯେ ‘ସଦାପ୍ରଭୁ ଜୀବିତ।’ ଆଉ ତୁମ୍ଭେ ଏସବୁ ସତ୍ୟ, ନ୍ୟାୟ ଓ ଧାର୍ମିକତାରେ ସେ ସବୁ କହିବାକୁ କ୍ଷମ ହେବ। ତାହାଦ୍ୱାରା ନାନାଦେଶୀୟମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହେବେ। ସେମାନେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।”


“କାରଣ ତୁମ୍ଭ ପରମେଶ୍ୱର କୁହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା କିମ୍ବା ଯୌବନକାଳୀନ ପରିତ୍ୟକ୍ତା ଭାର୍ଯ୍ୟାପରି ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।”


ଏବଂ ମୁଁ ଯେତେବେଳେ ତୁମ୍ଭକୁ ଅନାଇଲି, ସେତେବେଳେ ଦେଖିଲି ତୁମ୍ଭେ ପ୍ରେମ କରିବା ପାଇଁ ରାଜି ହୋଇଯାଇଥିଲ। ତେଣୁ ମୁଁ ତୁମ୍ଭ ଶରୀର ଉପରେ ମୋର ବସ୍ତ୍ର ଆବୃତ କଲି। ମୁଁ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲି ଏବଂ ତୁମ୍ଭେ ମୋର ହେଲ।’” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି


ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପୁରାତନ ମାର୍ଗରୁ ସୁସ୍ଥ କରିବା। ଆମ୍ଭେ ସେମାନଙ୍କୁ ସ୍ୱାଧୀନ ଭାବରେ ଭଲ ପାଇବା, କାରଣ ଆମ୍ଭେ ଆମ୍ଭର କ୍ରୋଧଭାବ ତ୍ୟାଗ କରିଛୁ।


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦେବା। ଏପରିକି ଲୋକମାନେ ସେମାନଙ୍କର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ୟ ଆମ୍ଭେ ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡ଼ିକୁ ପୃଥିବୀରୁ ବିଲୋପ କରିବା।


Swiv nou:

Piblisite


Piblisite