ହୋଶେୟ 3:5 - ପବିତ୍ର ବାଇବଲ5 ତା'ପରେ ଇସ୍ରାଏଲର ଲୋକମାନେ ଫେରି ଆସିବେ। ତା'ପରେ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ରାଜା ଦାଉଦଙ୍କୁ ଖୋଜିବେ। ଶେଷଦିବସରେ, ସେମାନେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦେବାକୁ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ। Gade chapit laଓଡିଆ ବାଇବେଲ5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ। Gade chapit la |
ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।
ଅନେକ ଦିନ ପରେ ତୁମ୍ଭକୁ ଅସ୍ତ୍ର ପାଇଁ ନିବେଦନ କରାଯିବ। ପରବର୍ତ୍ତୀ ବର୍ଷମାନଙ୍କରେ ଯୁଦ୍ଧରୁ ପୂର୍ବାବସ୍ଥାକୁ ଫେରୁଥିବା ଦେଶମାନଙ୍କୁ ଆକ୍ରମଣ କରିବ, ଯାହାର ବହୁ ଦେଶରୁ ଲୋକମାନେ ପର୍ବତ ଉପରେ ଏକତ୍ରିତ ହୋଇଛନ୍ତି। ଯେଉଁମାନେ ଅତୀତରେ ବାରମ୍ବାର ବିଧ୍ୱସ୍ତ ହୋଇଥିଲେ କିନ୍ତୁ ଦେଶଗୁଡ଼ିକରୁ ସେମାନଙ୍କୁ ଅଣାଯାଇଛି ଏବଂ ସେମାନେ ସମସ୍ତେ ସେଠାରେ ନିରାପଦରେ ବାସ କରୁଛନ୍ତି।
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।
ସେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ ନୂଆରାଜା ସେମାନଙ୍କ କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଆମ୍ଭେମାନେ କ’ଣ ଦାଉଦ ସାମ୍ରାଜ୍ୟର ଏକ ଅଂଶ? ଆମ୍ଭେ ଯିଶୀର କିଛି ଭୂମି ପାଉ କି? ନା, ତେଣୁ ଇସ୍ରାଏଲର ଲୋକମାନେ ନିଜ ନିଜ ଘରକୁ ଫେରି ଯାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ।” ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଘରକୁ ଫେରି ଗଲେ।
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।