Biblia Todo Logo
Bib sou entènèt

- Piblisite -




ହୋଶେୟ 4:17 - ପବିତ୍ର ବାଇବଲ

17 “ଇଫ୍ରୟିମ ପ୍ରତିମା ପୂଜାରେ ଯୋଗ ଦେଇଛନ୍ତି। ତେଣୁ ତାକୁ ଏକୁଟିଆ ପ୍ରଭୁ ଛାଡ଼ନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ।

Gade chapit la Kopi

ଓଡିଆ ବାଇବେଲ

17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।

Gade chapit la Kopi




ହୋଶେୟ 4:17
8 Referans Kwoze  

ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ। ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।


ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହୋଇ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହୋଇ ରହିବାକୁ ଦିଅ।”


ସେମାନଙ୍କୁ ଛାଡ଼ିଦିଅ। ସେମାନେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦେଖାଏ, ତେବେ ଉଭୟ ଖାତ ଭିତରେ ଖସି ପଡ଼ିବେ।”


ବର୍ତ୍ତମାନ ଇସ୍ରାଏଲ ଲୋକମାନେ ଅଧିକରୁ ଅଧିକ ପାପ କଲେ। ସେମାନେ ନିଜ ନିଜ ପାଇଁ ପ୍ରତିମା ତିଆରି କରନ୍ତି। କାରିଗରମାନେ ସୁନ୍ଦର ମୂର୍ତ୍ତି ରୂପାରେ ତିଆରି କରନ୍ତି ଏବଂ ସେହି ଲୋକମାନେ ସେହି ପ୍ରତିମାମାନଙ୍କ ସହିତ କଥା ହୁଅନ୍ତି। ସେମାନେ ସେ ମୂର୍ତ୍ତିମାନଙ୍କୁ ବଳିଦାନ ଦିଅନ୍ତି। ସେହି ସୁବର୍ଣ୍ଣ ନିର୍ମିତ ବାଛୁରିଗୁଡ଼ିକୁ ଚୁମ୍ବନ କରନ୍ତି।


କୌଣସି ବ୍ୟକ୍ତି ଅନ୍ୟ ସହିତ ଯୁକ୍ତି କି ଅନ୍ୟକୁ ଦୋଷ ଦେବା ଉଚିତ୍ ନୁହେଁ। ଯାଜକ, ଆମ୍ଭ ଯୁକ୍ତି ତୁମ୍ଭ ସହିତ ଅଛି।


ଇଫ୍ରୟିମ ପବନ ଏକତ୍ର କରୁଛନ୍ତି। ଇସ୍ରାଏଲ ଦିନସାରା “ପବନକୁ ଅନୁସରଣ” କରେ। ଲୋକମାନେ ଅଧିକରୁ ଅଧିକ ମିଥ୍ୟା କୁହନ୍ତି। ଅଧିକ ଗ୍ଭେରି କରନ୍ତି। ସେମାନେ ଅଶୂର ସହିତ ଚୁକ୍ତି କରିଛନ୍ତି ଏବଂ ସେମାନେ ମିଶରକୁ ଅଲିଭ ତେଲ ଆଣୁଛନ୍ତି।


କିନ୍ତୁ ଇସ୍ରାଏଲକୁ ଯେତେ ଅଧିକ ନିଜର କଲୁ ଇସ୍ରାଏଲ ସେତେ ଅଧିକ ଆମ୍ଭଠାରୁ ଦୂରେଇଗଲା। ଇସ୍ରାଏଲୀୟମାନେ ‌ବା‌ଲ୍‌ଦେବଗଣଙ୍କ ଉଦ୍ଦେଶ୍ୟରେ ବଳି ଦେଲେ। ସେମାନେ ପ୍ରତିମା ନିକଟରେ ଧୂପ ଦେଲେ।


ଖଣ୍ତା ସେମାନଙ୍କ ନଗର ବିରୁଦ୍ଧରେ ଝୁଲିବ। ଏହା ସେମାନଙ୍କର ଶକ୍ତିଶାଳୀ ଲୋକଙ୍କୁ ହତ୍ୟା କରିବ। ଏହା ସେମାନଙ୍କର ନେତାମାନଙ୍କୁ ଧ୍ୱଂସ କରିବ।


Swiv nou:

Piblisite


Piblisite