Biblia Todo Logo
Bib sou entènèt

- Piblisite -




ହୋଶେୟ 4:18 - ପବିତ୍ର ବାଇବଲ

18 ମାତାଲ ହୋଇଗଲା ପରେ ସେମାନେ ବ୍ୟଭିଗ୍ଭରିଣୀ ପରି ବ୍ୟବହାର କରନ୍ତି। ସେମାନେ ଲାଞ୍ଚକୁ ଭଲ ପାଆନ୍ତି ଓ ଏହା ମାଗନ୍ତି। ସେମାନଙ୍କର ଶାସକଗଣ ସେମାନଙ୍କର ଲୋକମାନଙ୍କ ଉପରକୁ ଲଜ୍ଜା ଆଣନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।

Gade chapit la Kopi

ଓଡିଆ ବାଇବେଲ

18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।

Gade chapit la Kopi




ହୋଶେୟ 4:18
18 Referans Kwoze  

ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟ‌ଦ୍‌ବକ୍ତାଗଣ ଭବିଷ୍ୟ‌ଦ୍‌ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”


ଲୋକମାନେ ଦୁଇ ହାତରେ ମନ୍ଦକାର୍ଯ୍ୟ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳୟରେ ସେମାନଙ୍କର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। “ପ୍ରଧାନ ବ୍ୟକ୍ତିମାନେ” ଉତ୍ତମ ଓ ନ୍ୟାୟ ବିଗ୍ଭର କରୁ ନାହାନ୍ତି। ସେମାନେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।


ଆମ୍ଭେ ତୁମ୍ଭମାନଙ୍କର ଅନେକ ଜଘନ୍ୟ ପାପ ଜାଣୁ। ତୁମ୍ଭେମାନେ ଧାର୍ମିକ ଲୋକଙ୍କୁ କଷ୍ଟ ଦେଲ। ତୁମ୍ଭେ ଲାଞ୍ଚ ନେଇଛ ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ୟାୟଳୟରେ ଅନ୍ୟାୟ ଆଚରଣ କରିଅଛ।


ସେମାନେ ଯଦିଓ ଖାଇବେ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। ସେମାନେ ଯୌନଭୋଗ ପାପ କରିବେ କିନ୍ତୁ ସନ୍ତାନ ଲାଭ କରିବେ ନାହିଁ। କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଥିଲେ ଓ ଗଣିକା ପରି ହୋଇଥିଲେ।


ଏହି ଲୋକମାନେ ଶପଥ, ମିଥ୍ୟା, ହତ୍ୟା ଓ ଗ୍ଭେରି କରନ୍ତି। ସେମାନେ ବ୍ୟଭିଗ୍ଭରିତାର ପାପ ଦ୍ୱାରା ସନ୍ତାନ ଲାଭ କରନ୍ତି। ସେମାନେ ବାରମ୍ବାର ନରହତ୍ୟା କରନ୍ତି।


ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତେବେ ତୁମ୍ଭେ କାହିଁକି ବନ୍ୟ ଦ୍ରାକ୍ଷାଲତା ହେଲ?


ସେହି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି ଓ ସେମାନେ ଅବ୍ରହାମର ପରମେଶ୍ୱରଙ୍କ ରାଜ୍ୟର ଲୋକମାନଙ୍କ ସହିତ ମିଶନ୍ତି। ସେହିସବୁ ନେତାମାନେ ପରମେଶ୍ୱରଙ୍କ ଆଶ୍ରିତ। ପରମେଶ୍ୱର ସେମାନଙ୍କ ଊର୍ଦ୍ଧ୍ୱରେ ଅଟନ୍ତି।


ଶାମୁୟେଲଙ୍କ ପୁଅମାନେ ତାଙ୍କପରି ଜୀବନଯାପନ କଲେ ନାହିଁ। ସେମାନେ ଉତ୍କୋଚ ନେଉଥିଲେ। ସେମାନେ ଉତ୍କୋଚ ନେଇ ଦରବାରରେ ସେମାନଙ୍କ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ।


ତୁମ୍ଭେ ସର୍ବଦା ନ୍ୟାୟବାନ ହେବ। ନ୍ୟାୟରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭେମାନେ ଉତ୍କୋଚ ନେଇ ଅନ୍ୟାୟ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।


“ଯଦି କୌଣସି ଲୋକ ତା'ର ଭୁଲ୍ ପାଇଁ, ତାହା ସହ ଏକମତ ହେବା ପାଇଁ ତୁମ୍ଭକୁ ଲାଞ୍ଚ ଦିଏ ତେବେ ତୁମ୍ଭେ ତାହା ଗ୍ରହଣ କର ନାହିଁ। କାରଣ ଲାଞ୍ଚ ଲୋକମାନଙ୍କୁ ଅନ୍ଧ କରିଥାଏ। ବିଗ୍ଭରକ ସତ୍ୟତା ଦେଖି ପାରେ ନାହିଁ। ଏବଂ ଲାଞ୍ଚ ମଧ୍ୟ ଏକ ଉତ୍ତମ ଲୋକର ବ୍ୟବହାର ବଦଳାଇ ଦେଇ ପାରିବ।


ପ୍ରାୟ ତିନି ମାସ ଯିବା ପରେ, କେହି ଜଣେ ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୁ ତାମର ବେଶ୍ୟା ପରି ଗର୍ଭଧାରଣ କରିଛି।” ଏହା ପରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦ‌ଗ୍‌ଧ କର।”


“ସେହି ସମୟରେ ଆମ୍ଭେ ଇସ୍ରାଏଲକୁ ପାଇଲୁ, ସେମାନେ ମରୁଭୂମିରେ ସତେଜ ଦ୍ରାକ୍ଷାଲତା ସଦୃଶ ଥିଲେ। ସେମାନେ ଡିମ୍ବିରି ଗଛର ପ୍ରଥମ ଫଳ ସଦୃଶ ଥିଲେ। କିନ୍ତୁ ସେମାନେ ଯେତେବେଳେ ବାଲ୍-ପିୟୋର ନିକଟକୁ ଆସିଲେ ସେମାନେ ଲଜ୍ଜାସ୍ପଦ ମୂର୍ତ୍ତିଗୁଡ଼ିକୁ ଭକ୍ତି କଲେ। ତା'ପରେ ସେମାନେ ଭଲ ପାଉଥିବା ଜିନିଷଗୁଡ଼ିକ ଘୃଣ୍ୟ ହେଲା।


“କିନ୍ତୁ ତୁମ୍ଭେ ନିଜ ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜର ସୁଖ୍ୟାତି ହେତୁ ମୋ'ଠାରେ ଅବିଶ୍ୱସ୍ତ ହେଲ। ତୁମ୍ଭେ ମୋତେ ପ୍ରତାରିତ କଲ, ଯେକେହି ତୁମ୍ଭ ନିକଟ ଦେଇ ଗଲା ତୁମ୍ଭେ ଗଣିକା ସଦୃଶ ତା'ର ହେଲ ଓ ସେମାନେ ତୁମ୍ଭକୁ ବ୍ୟଭିଗ୍ଭରିଣୀ ରୂପେ ଉପଭୋଗ କଲେ।


Swiv nou:

Piblisite


Piblisite