Biblia Todo Logo
Bib sou entènèt

- Piblisite -




ହୋଶେୟ 4:7 - ପବିତ୍ର ବାଇବଲ

7 ସେମାନଙ୍କର ସଂଖ୍ୟା ଓ ଶକ୍ତି ଯେତେ ଯେତେ ବଢ଼େ, ସେମାନେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କରନ୍ତି। ତେଣୁ ସେମାନଙ୍କର ଗୌରବକୁ ଆମ୍ଭେ ଲଜ୍ଜାରେ ପରିଣତ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେମାନେ ବୃଦ୍ଧି ପାଇବା ପ୍ରମାଣେ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।

Gade chapit la Kopi

ଓଡିଆ ବାଇବେଲ

7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।

Gade chapit la Kopi




ହୋଶେୟ 4:7
15 Referans Kwoze  

ସେହି ଇସ୍ରାଏଲୀୟମାନଙ୍କୁ ଆମ୍ଭେ ଖାଦ୍ୟ ଦେଲୁ। ସେମାନେ ସେହି ଖାଦ୍ୟ ଖାଇଲେ। ସେମାନେ ସମ୍ପୂର୍ଣ୍ଣ ସୁସ୍ଥ ଓ ସନ୍ତୁଷ୍ଟ ହେଲେ। ସେମାନେ ଗର୍ବୀ ହୋଇଗଲେ ଏବଂ ମୋତେ ଭୁଲିଗଲେ।


ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି।


“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।


“ତୁମ୍ଭେମାନେ ଆମ୍ଭର ପଥ ଅନୁସରଣ କରି ନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ୱାରା ପକ୍ଷପାତିତା ଦେଖାଇଛ। ତେଣୁ ସମସ୍ତ ଲୋକମାନଙ୍କ ଆଗରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।”


ଇସ୍ରାଏଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତେବେଳେ ଇସ୍ରାଏଲ ଅଧିକ ଜିନିଷ ଲାଭକଲେ ସେତେବେଳେ ସେ ଭଣ୍ତ ଦେବତାଙ୍କ ପୂଜା ପାଇଁ ଅଧିକ ଯଜ୍ଞବେଦି ନିର୍ମାଣ କଲେ। ତାଙ୍କର ରାଜ୍ୟ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦେବତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।


ସେମାନେ ଯଦିଓ ଖାଇବେ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। ସେମାନେ ଯୌନଭୋଗ ପାପ କରିବେ କିନ୍ତୁ ସନ୍ତାନ ଲାଭ କରିବେ ନାହିଁ। କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଥିଲେ ଓ ଗଣିକା ପରି ହୋଇଥିଲେ।


“କିନ୍ତୁ ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାତ୍ର ତୁମ୍ଭ ଆଡ଼କୁ ଆସିବ। ତୁମ୍ଭେ ସମ୍ମାନ ବଦଳରେ ଅପମାନରେ ପରିପୂର୍ଣ୍ଣ ହେବ। “ତୁମ୍ଭକୁ ଦ୍ରାକ୍ଷାରସ ପିଆଇ ଦିଆଯିବ ଏବଂ ଉଲଗ୍ନ କରାଯିବ। ତୁମ୍ଭର ସମ୍ମାନ ବଦଳରେ ଅପମାନ ଆସିବ।


ଡକାୟତମାନଙ୍କ ପରି ସେମାନେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଅପେକ୍ଷା କରନ୍ତି। ସେହିପରି, ଯାଜକଙ୍କ ଦଳ ଶିଖିମକୁ ଯାଉଥିବା ଲୋକମାନଙ୍କୁ ରାସ୍ତାରେ ଅପେକ୍ଷା କରନ୍ତି ଓ ସେମାନଙ୍କୁ ଆକ୍ରମଣ କରନ୍ତି। ସେମାନେ ଏକତ୍ରିତ ହୋଇ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।


“ପୁରୋହୀତଗଣ, ଇସ୍ରାଏଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଦୋଷୀ ବୋଲି ବିଗ୍ଭରିତ ହୋଇଛ। “ତୁମ୍ଭେମାନେ ମି‌‌ସ୍‌‌ପା ପର୍ବତର ଯନ୍ତା ଓ ତାବୋର ପର୍ବତର ପାଦଦେଶରେ ବିଛାଯାଇଥିବା ଜାଲ ସଦୃଶ ଥିଲ।


ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ। ଆମ୍ଭମାନଙ୍କର ଅପରାଧ ପାଇଁ ଆଜିର ନ୍ୟାୟ ଆମ୍ଭେମାନେ ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜଗଣ ହସ୍ତରେ, ‌‌ଖ‌ଡ଼୍‌ଗରେ, ବନ୍ଦୀତ୍ୱରେ ଓ ଅପମାନିତ ହେବା ପାଇଁ ସମର୍ପିତ ହୋଇଅଛୁ।


“ଆମ୍ଭେ ସେମାନଙ୍କୁ ମୃତ୍ୟୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେମାନଙ୍କୁ ମହାମାରୀଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠାରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠାରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।


“ଇଫ୍ରୟିମର ଗୌରବ ପକ୍ଷୀ ସଦୃଶ ଉଡ଼ିଯିବ। ଅଧିକ ଗର୍ଭଧାରଣ ହେବ ନାହିଁ, ଅଧିକ ଶିଶୁ ଜନ୍ମ ହେବେ ନାହିଁ।


ଅଶୂରକୁ ମହାନ ରାଜାଙ୍କ ଉପହାର ସ୍ୱରୂପ ଏହାକୁ ନିଆଗଲା। ସେ ଇଫ୍ରୟିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇସ୍ରାଏଲ ତା'ର ମୂର୍ତ୍ତି ପାଇଁ ଲଜ୍ଜିତ ହେବ।


“କିନ୍ତୁ ଯିଶୁରୁଣ ହୃଷ୍ଟପୁଷ୍ଟ ହେଲା ଓ ପଦାଘାତ କଲା। ତୁମ୍ଭକୁ ଭଲ ଭାବରେ ଖୁଆଇଲେ ଏବଂ ତୁମ୍ଭେ ମୋଟା ହୋଇଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ୟାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ଯିଏ କି ତାଙ୍କୁ ରକ୍ଷା କଲେ।


Swiv nou:

Piblisite


Piblisite