Biblia Todo Logo
Bib sou entènèt

- Piblisite -




ହୋଶେୟ 6:11 - ପବିତ୍ର ବାଇବଲ

11 ହେ ଯିହୁଦା, ତୁମ୍ଭ ପାଇଁ ଅମଳର ସମୟ ଅଛି। ଏହା ହିଁ ଘଟିବ। ଏକ ସମୟରେ ଆମ୍ଭେ ଆମ୍ଭର ଲୋକମାନଙ୍କୁ ବନ୍ଦୀ ଅବସ୍ଥାରୁ ମୁକ୍ତ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ଵରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ତରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।

Gade chapit la Kopi

ଓଡିଆ ବାଇବେଲ

11 ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।

Gade chapit la Kopi




ହୋଶେୟ 6:11
9 Referans Kwoze  

ଦାଆ ଆଣ, କାରଣ ଶସ୍ୟ ପାଚିଅଛି। ଆସ, ଅଙ୍ଗୁର ଲତା ଉପରେ ଗ୍ଭଲ। କାରଣ ଦ୍ରାକ୍ଷାରସ ପରିପୂର୍ଣ୍ଣ ହୋଇଅଛି। କୁଣ୍ତଗୁଡ଼ିକ ଉଚ୍ଛୁଳି ପଡ଼ୁଛି, କାରଣ ସେମାନଙ୍କର ମନ୍ଦ କର୍ମ ବହୁତ ଅଧିକ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, “ବାବିଲ ଏକ ଶସ୍ୟ ମର୍ଦ୍ଦନ ଖଳା ସ୍ୱରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।”


ଆୟୁବ ତା'ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା'ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ୟ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା'ର ଦୁଇଗୁଣ ସେ ଦେଲେ।


ତା'ପରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ। ସେ ମେଘ ଉପରେ ବସିଥିବା ବ୍ୟକ୍ତିଙ୍କୁ ଡାକି କହିଲେ, “ଦାଆ ଲଗାଇ ଶସ୍ୟ ଅମଳ କର, କାରଣ ଶସ୍ୟ ଅମଳର ସମୟ ହୋଇ ଗଲାଣି। ପୃଥିବୀର ଫଳ ପାଚିଗଲାଣି।”


ତା'ପରେ ସେହି ରାଜ୍ୟ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସେହି ଲୋକମାନଙ୍କୁ ସ୍ମରଣ କରିବେ। ସେହି ଲୋକମାନେ ବିଦେଶରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଫେରାଇ ଆଣିବେ। ତା'ପରେ ଯିହୁଦାର ଲୋକମାନେ ସେମାନଙ୍କର ମେଷଗୁଡ଼ିକୁ ସେହି ପଡ଼ିଆରେ ଚରିବାକୁ ଦେବେ। ସନ୍ଧ୍ୟାବେଳେ ଅସ୍କିଲୋନର ଶୂନ୍ୟ ଗୃହରେ ସେମାନେ ପଡ଼ି ରହିବେ।


ସେହି ଲୋକମାନଙ୍କର ନିଜର ମନ୍ତ୍ରଣା ଅଛି। କିନ୍ତୁ ସେମାନେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ। ସଦାପ୍ରଭୁ ସେମାନଙ୍କୁ ଏକ ସ୍ୱତନ୍ତ୍ର ଉଦ୍ଦେଶ୍ୟରେ ଏଠାକୁ ଆଣିଛନ୍ତି, ସେମାନଙ୍କୁ ଶସ୍ୟ ଖଳାରେ ଶସ୍ୟ ପେଶିଲା ପରି ଦଳି ଦେବେ।


ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।


ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ। ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ। ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।


ଏଣୁ ସଦାପ୍ରଭୁ କହନ୍ତି, “ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ୱ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ। କେହି ତାହାକୁ ଭୟ ଦେଖାଇବେ ନାହିଁ।”


Swiv nou:

Piblisite


Piblisite