ହୋଶେୟ 7:1 - ପବିତ୍ର ବାଇବଲ1 “ଆମ୍ଭେ ଇସ୍ରାଏଲକୁ ସୁସ୍ଥ କରିବା। ତା'ପରେ ଲୋକମାନେ ଜାଣିବେ ଯେ ଇଫ୍ରୟିମ ପାପ କରିଥିଲା। ଶମରିୟାର ପାପ ଆଚରଣ ବିଷୟରେ ଲୋକମାନେ ଜାଣିବେ। ସେହି ସହରରେ ଗ୍ଭେରମାନେ ଯାତାୟାତ କରୁଛନ୍ତି ଲୋକମାନେ ଜାଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାଇତ-ଦଳ ବାହାରେ ଲୁଟ କରନ୍ତି। Gade chapit laଓଡିଆ ବାଇବେଲ1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି। Gade chapit la |
“ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ।
“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।
ହେ ଶମରିୟା, ସଦାପ୍ରଭୁ ତୁମ୍ଭ ଦ୍ୱାରା ପୂଜିତ ହେଉଥିବା ବାଛୁରି ମୂର୍ତ୍ତିକୁ ପ୍ରତ୍ୟାଖ୍ୟାନ କଲେ। ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲୀୟମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ।’ ସେମାନେ ସେମାନଙ୍କର ପାପ ପାଇଁ ଦଣ୍ତିତ ହେବେ। କେତେକ ଶ୍ରମିକ ସେହି ମୂର୍ତ୍ତି ନିର୍ମାଣ କରିଥିଲେ। ସେମାନେ କିନ୍ତୁ ଈଶ୍ୱର ନୁହନ୍ତି। ଶମରିୟାର ବାଛୁରି ମୂର୍ତ୍ତିଗୁଡ଼ିକ ଖଣ୍ତ ବିଖଣ୍ତ ହୋଇ ଭାଙ୍ଗିଯିବ।