Biblia Todo Logo
Bib sou entènèt

- Piblisite -




ହୋଶେୟ 7:12 - ପବିତ୍ର ବାଇବଲ

12 ସେମାନେ ଯେଉଁ ଯେଉଁ ଦେଶକୁ ସାହାଯ୍ୟ ପାଇଁ ଯିବେ ଆମ୍ଭେ ସେମାନଙ୍କ ଉପରେ ଆମ୍ଭର ଜାଲ ବିଛାଇ ଦେବା ଏବଂ ଆକାଶର ପକ୍ଷୀକୁ ତଳକୁ ଆଣିଲା ପରି ତଳକୁ ଘେନି ଆସିବା। ସେମାନଙ୍କର ଚୁକ୍ତି ପାଇଁ ସେମାନଙ୍କୁ ଦଣ୍ତଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।

Gade chapit la Kopi

ଓଡିଆ ବାଇବେଲ

12 ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।

Gade chapit la Kopi




ହୋଶେୟ 7:12
15 Referans Kwoze  

ସେ ଖସିଯିବା ପାଇଁ ଚେଷ୍ଟା କରିବ, କିନ୍ତୁ ଆମ୍ଭେ ତା’ ପାଇଁ ଆମ୍ଭର ଜାଲ ବିଚ୍ଛାଇବା ଓ ସେ ଫାନ୍ଦରେ ପଡ଼ିଯିବ। ଏବଂ ଆମ୍ଭେ ତାକୁ କ‌‌ଲ୍‌‌‌‌ଦୀୟ ଲୋକମାନଙ୍କର ଦେଶ ବାବିଲକୁ ନେଇଯିବା। ଆଉ ସେ ସେହି ସ୍ଥାନରେ ମରିବ କିନ୍ତୁ ସେ ତାହା ଦେଖି ପାରିବ ନାହିଁ।


“ମୁଁ ଯେଉଁମାନଙ୍କୁ ପ୍ରେମ କରେ ସେମାନଙ୍କୁ ସଂଶୋଧନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ମୁଁ ନାନା ଦେଶର ଲୋକମାନଙ୍କୁ ଏକତ୍ରିତ କରି ତୁମ୍ଭ ଉପରେ ମୋର ଜାଲ ପ୍ରସାରଣ କରିବି। ଆଉ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।


ମୁଁ ମୋର ଜାଲ ବିଛାଇବି ଓ ତାକୁ ଫାଶରେ ପକାଇ ବାବିଲକୁ ନେଇଯିବି ଏବଂ ମୁଁ ସେଠାରେ ତା'ର ବିଗ୍ଭର କରିବି। କାରଣ ସେ ମୋ’ ପ୍ରତି ଅବିଶ୍ୱସ୍ତ ଥିଲା।


ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, “ତୁମ୍ଭେମାନେ ଏହି ଘୃଣ୍ୟ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।”


ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଅନେକ କେଉଁଟା ଅଣାଇବା,” “ସେମାନେ ମତ୍ସ୍ୟପରି ସେମାନଙ୍କୁ ଧରିବେ। ତା'ପରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା। ସେମାନେ ପ୍ରତ୍ୟେକ ପର୍ବତରୁ, ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଶିକାର କରି ଆଣିବେ।


କାରଣ ମନୁଷ୍ୟ ତା'ର କ’ଣ ହେବାକୁ ଯାଉଛି ଜାଣେ ନାହିଁ। ଯେପରି ମତ୍ସ୍ୟଗଣ ଅଶୁଭ ଜାଲର ଶିକାର ହୁଅନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦର ଶିକାର ହୁଅନ୍ତି, ଠିକ୍ ସେହିପରି ଲୋକମାନେ ଦୈବଦୁର୍ବିପାକର ଶିକାର ହୁଅନ୍ତି।


କିନ୍ତୁ ସେ ପରମେଶ୍ୱର ମୋ’ ପ୍ରତି ଭୁଲ୍ କରିଛନ୍ତି? ସେ ମୋତେ ଧରିବାକୁ ନିଜର ଫାନ୍ଦ ବସାଇଲେ।


ଦଣ୍ତ ଦେବା ସମୟରେ ଇଫ୍ରୟିମ ସର୍ବହରା ହୋଇଯିବ। ଆମ୍ଭେ ଇସ୍ରାଏଲ ପରିବାରମାନଙ୍କୁ ସତର୍କ କରି ଦେଉଛୁ ଯେ ସେସବୁ ପ୍ରକୃତରେ ଘଟିବ।


Swiv nou:

Piblisite


Piblisite