Biblia Todo Logo
Bib sou entènèt

- Piblisite -




ହୋଶେୟ 8:11 - ପବିତ୍ର ବାଇବଲ

11 “ଇଫ୍ରୟିମ ପାପପୂର୍ଣ୍ଣ ମୂର୍ତ୍ତି ପୂଜା କରିବା ପାଇଁ ଅଧିକରୁ ଅଧିକ ଯଜ୍ଞବେଦି ନିର୍ମାଣ କଲା। ତା’ ପାଇଁ ଏଗୁଡ଼ିକ ପାପ କରିବାର ଯଜ୍ଞବେଦି ହୋଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

11 କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।

Gade chapit la Kopi




ହୋଶେୟ 8:11
8 Referans Kwoze  

ଯେହେତୁ ଗିଲିୟଦରେ ସେମାନେ ବହୁତ ଦୁଷ୍ଟ, ସେମାନେ କିଛି ହୋଇ ପାରିବେ ନାହିଁ। କାରଣ ଗି‌‌ଲ୍‌‌‌‌ଗ‌‌ଲ୍‌‌‌‌ରେ ସେମାନେ ଷଣ୍ଢକୁ ବଳିଦାନ ଦିଅନ୍ତି। ଖୋଲା ପଡ଼ିଆରେ ପଥର ଗଦା ପରି ସେମାନଙ୍କର ଯଜ୍ଞବେଦିଗୁଡ଼ିକ ହେବ।


ଇସ୍ରାଏଲ ବହୁ ପାପ କଲା ଏବଂ ବହୁତ ଉଚ୍ଚସ୍ଥାନ ନିର୍ମାଣ କଲା। ଆବେ‌‌‌ନ୍‌‌‌ର ଉଚ୍ଚସ୍ଥାନଗୁଡ଼ିକ ଧ୍ୱଂସ ହେବ। ସେମାନଙ୍କର ଯଜ୍ଞବେଦି ଉପରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ତା'ପରେ ସେମାନେ ପର୍ବତଗୁଡ଼ିକୁ କହିବେ, “ଆମ୍ଭମାନଙ୍କୁ ଆବୃତ୍ତ କର” ଏବଂ ପାହାଡ଼ଗୁଡ଼ିକୁ କହିବେ, “ଆମ୍ଭମାନଙ୍କ ଉପରେ ପଡ଼ିଯାଅ।”


ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବା ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ଏକ ବିଦେଶରେ ନିକ୍ଷେପ କରିବା। ଆଉ ସେଠାରେ ତୁମ୍ଭେମାନେ ଦିବାରାତ୍ରି ଅନ୍ୟ ଦେବଗଣର ସେବା କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ କୌଣସି ସାହାଯ୍ୟ ବା ଅନୁଗ୍ରହ କରିବା ନାହିଁ।’


ସେଠାରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଠମୟ ଓ ପ୍ରସ୍ତରମୟ ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।


“ଯିହୁଦାର ପାପ ଏପରି ଏକ ସ୍ଥାନରେ ଲିଖିତ ହୋଇଅଛି, ଯାହାକୁ ସେମାନେ ଲିଭାଇ ପାରିବେ ନାହିଁ। ସେମାନଙ୍କର ପାପ ଲୌହ ଲେଖନୀ ଓ ହୀରକର କଣ୍ଟକ ଦ୍ୱାରା ପଥର ଫଳକରେ ଲିଖିତ ହୋଇଅଛି। ଯେଉଁଟା କି ସେମାନଙ୍କର ହୃଦୟ। ଆଉ ସେମାନଙ୍କର ଯଜ୍ଞବେଦିର ଶିଙ୍ଗରେ ତାହା ଖୋଦିତ ହୋଇଅଛି।


ଇସ୍ରାଏଲର ଲୋକମାନେ ବହୁ ମନ୍ଦକାର୍ଯ୍ୟ କରିଛନ୍ତି ଏବଂ ସେହିସବୁ ମନ୍ଦକାର୍ଯ୍ୟ ସେମାନଙ୍କୁ ପରମେଶ୍ୱରଙ୍କ ନିକଟକୁ ଫେରିବାଠାରୁ ଦୂରେଇ ଦେଇଛି। ସେମାନେ ସର୍ବଦା ପ୍ରତିମାର ପଛରେ ଧାଇଁ ବାକୁ ଚିନ୍ତା କରୁଛନ୍ତି। ସେମାନେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣୁ ନାହାନ୍ତି।


Swiv nou:

Piblisite


Piblisite