Biblia Todo Logo
Bib sou entènèt

- Piblisite -




ହୋଶେୟ 9:12 - ପବିତ୍ର ବାଇବଲ

12 ଯଦିଓ ଇସ୍ରାଏଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସେମାନଙ୍କୁ ସାହାଯ୍ୟ କରିବ ନାହିଁ। ଆମ୍ଭେ ସେମାନଙ୍କଠାରୁ ସେମାନଙ୍କର ପିଲାମାନଙ୍କୁ ନେଇଯିବା। ଆମ୍ଭେ ସେମାନଙ୍କୁ ପରିତ୍ୟାଗ କରିବା। ଫଳରେ ସେମାନଙ୍କର ଦୁଃଖ ବ୍ୟତୀତ ଆଉ କିଛି ରହିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ହିଁ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ !

Gade chapit la Kopi

ଓଡିଆ ବାଇବେଲ

12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!

Gade chapit la Kopi




ହୋଶେୟ 9:12
23 Referans Kwoze  

ସେମାନଙ୍କ ପାଇଁ ଏହା ଅତି ମନ୍ଦ ହେବ। ସେମାନେ ଆମ୍ଭଙ୍କୁ ପରିତ୍ୟାଗ କରିଥିଲେ ଏବଂ ଅମାନ୍ୟ କରିଥିଲେ। ତେଣୁ ସେମାନେ ବିନଷ୍ଟ ହେବେ। ଆମ୍ଭେ ସେମାନଙ୍କୁ ରକ୍ଷା କରିଥିଲୁ କିନ୍ତୁ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କହୁଛନ୍ତି।


ଇଫ୍ରୟିମ ଦଣ୍ତିତ ହେବ। ସେମାନଙ୍କର ମୂଳ ମରିଯାଇଛି। ସେମାନଙ୍କର ଆଉ ଅଧିକ ସନ୍ତାନ ହେବେ ନାହିଁ। ସେମାନେ ସନ୍ତାନ ଜନ୍ମ କରି ପାରନ୍ତି। କିନ୍ତୁ ସେମାନଙ୍କର ମହାନ ସନ୍ତାନଙ୍କୁ ଆମ୍ଭେ ହତ୍ୟା କରିବା।


ରାସ୍ତାରେ ସୈନ୍ୟମାନେ ସେମାନଙ୍କୁ ହତ୍ୟା କରିବେ। ସେମାନଙ୍କ ଗୃହରେ ଭୟଙ୍କର କାର୍ଯ୍ୟମାନ ହେବ। ସୈନ୍ୟମାନେ ଯୁବକ ଓ ଯୁବତୀମାନଙ୍କୁ ହତ୍ୟା କରିବେ। ସେମାନେ ବୁଢ଼ା ଓ ପିଲାମାନଙ୍କୁ ହତ୍ୟା କରିବେ।


ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’


ଆମ୍ଭେ ଦେଖି ପାରୁଛୁ ଇଫ୍ରୟିମ ତା'ର ପିଲାମାନଙ୍କୁ ଯନ୍ତା ମଧ୍ୟକୁ ନେଉଛି। ଇଫ୍ରୟିମ ତା'ର ପିଲାମାନଙ୍କୁ ଘାତକ ନିକଟକୁ ଆଣୁଛି।


ହେ ସଦାପ୍ରଭୁ, ଦେଖ ଓ ନିରୀକ୍ଷଣ କର, ତୁମ୍ଭେ ତାହା ପ୍ରତି ଏ ପ୍ରକାର ବ୍ୟବହାର କରିଅଛ! ମୁଁ ଏହି ପ୍ରଶ୍ନ ତୁମ୍ଭକୁ ପଗ୍ଭରୁଛି, କୌଣସି ମା କ’ଣ ତା'ର ଗର୍ଭସ୍ଥ ସନ୍ତାନକୁ ଯାହାକୁ ନିଜେ ଲାଳନପାଳନ କରିଛି, ତାକୁ ଭକ୍ଷ୍ୟଣ କରିବ? ଯାଜକଗଣ ଓ ଭବିଷ୍ୟ‌ଦ୍‌ବକ୍ତା କ’ଣ ସଦାପ୍ରଭୁଙ୍କ ପବିତ୍ର ମନ୍ଦିରରେ ନିହତ ହେବେ କି?


ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାର ସମୂହରେ କୁଲାରେ ପାଛୁଡ଼ି ଅଛୁ। ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ। ଆମ୍ଭେ ସେମାନଙ୍କୁ ବିନାଶ କରିଅଛୁ। ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।


ଜଣେ ଦୁଷ୍ଟ ଲୋକର ବହୁତ ସନ୍ତାନ ଥାଇ ପାରନ୍ତି। ତା'ର ସମସ୍ତ ସନ୍ତାନ ଯୁଦ୍ଧରେ ମୃତ୍ୟୁବରଣ କରିବେ। ଦୁଷ୍ଟ ଲୋକର ପିଲାମାନେ ଖାଇବାକୁ ଯଥେଷ୍ଟ ପାଇବେ ନାହିଁ।


ଶେଷରେ ସଦାପ୍ରଭୁ ଆପଣା ଭବିଷ୍ୟ‌ଦ୍‌ବକ୍ତା ସେବକମାନଙ୍କ ଦ୍ୱାରା ଯେପରି କହିଥିଲେ ତଦନୁସାରେ ଇସ୍ରାଏଲକୁ ସେ ନିଜ କୃପାଦୃଷ୍ଟିରୁ ଦୂରେଇ ଦେଲେ। ତେଣୁ ଇସ୍ରାଏଲୀୟମାନେ ଇସ୍ରାଏଲରୁ ନିର୍ବାସିତ ହୋଇ ଅଶୂରରେ ରହିଲେ। ସେମାନେ ଆଜିଯାଏ ସେଠାରେ ରହି ଆସୁଛନ୍ତି।


ଏଣୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତ୍ୟନ୍ତ କ୍ରୋଧ ହେଲେ ଓ ସେମାନଙ୍କୁ ନିଜ ଦୃଷ୍ଟିରୁ ଦୂରେଇ ଦେଲେ। କେବଳ ଯିହୁଦାର ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।


ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ। ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା।


ବାରକ୍ ସୀଷରା ସୈନ୍ୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ଲଗାଇ ରଖିଲେ। ବାରକ୍ ତାଙ୍କ ଲୋକମାନଙ୍କ ସହିତ ହରୋଶୋତ୍, ହଶମୟ ପର୍ଯ୍ୟନ୍ତ ସେମାନଙ୍କୁ ପଛେ ପଛେ ଗୋଡ଼ାଇଲେ। ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଣ୍ତା ଦ୍ୱାରା ହଣା ହୋଇ ମଲେ। ଗୋଟିଏ ହେଲେ ବି ବଞ୍ଚିଲେ ନାହିଁ।


“ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟମାନଙ୍କୁ ଦିଆଯିବ। ସବୁ ବେଳେ ତୁମ୍ଭେ ତାଙ୍କୁ ଗ୍ଭହୁଁ ଗ୍ଭହୁଁ ଦିନ ଯିବ। କିନ୍ତୁ ତୁମ୍ଭେମାନେ କିଛି କରି ପାରିବ ନାହିଁ। କିନ୍ତୁ ପରମେଶ୍ୱର ତୁମ୍ଭର କୌଣସି ସାହାଯ୍ୟ କରିବେ ନାହିଁ।


କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ମରୁଭୂମିରେ ମରିବେ। କେବଳ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହୋଶୂୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ।


ହେ ଯିରୁଶାଲମ, ଆମ୍ଭର ଶିକ୍ଷା ଗ୍ରହଣ କର। ତୁମ୍ଭେ ଯଦି ଆମ୍ଭ କଥା ନ ଶୁଣ, ତେବେ ଆମ୍ଭେ ବିରକ୍ତିରେ ତୁମ୍ଭ ପାଖରୁ ଦୂରେଇ ଯିବା। ଆମ୍ଭେ ତୁମ୍ଭର ଦେଶକୁ ଏକ ମରୁଭୂମି ଓ ଜନଶୂନ୍ୟରେ ପରିଣତ କରିବା।”


ସଦାପ୍ରଭୁ ଯାକୁବ ପରିବାରରୁ ସେହି ଲୋକମାନଙ୍କୁ ବିତାଡ଼ିତ କରିବେ। ସେହି ଲୋକମାନେ ଯଦିଓ ସଦାପ୍ରଭୁଙ୍କୁ ଭେଟି ଅର୍ପଣ କରନ୍ତି, ତାହା କିଛି ଫଳ ହେବ ନାହିଁ ଏବଂ ସଦାପ୍ରଭୁ କେବେହେଲେ ସନ୍ତୁଷ୍ଟ ହେବେ ନାହିଁ।


ଗୋଟିଏ ବର୍ଷ ଗୋଟିଏ ଦିନ ହିସାବରେ ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ସେହି ଦେଶ ଅନୁସନ୍ଧାନ କରିବା ସମୟରେ ପ୍ରାନ୍ତରର ଏଣେ ତେଣେ ବୁଲିବ, ତା'ପରେ ମୋର କ୍ରୋଧ ତୁମ୍ଭେ ଜାଣିବ।’


ସଦାପ୍ରଭୁ ତୁମ୍ଭକୁ ଅଭିଶାପ ଦେବେ ଏବଂ ତୁମ୍ଭେମାନେ ବହୁ ସନ୍ତାନର ଅଧିକାରୀ ହେବ ନାହିଁ। ସେ ତୁମ୍ଭର କ୍ଷେତ୍ରକୁ ଅଭିଶପ୍ତ କରିବେ ଏବଂ ତୁମ୍ଭେ ଉତ୍ତମ ଫସଲର ଅଧିକାରୀ ହେବ ନାହିଁ। ସେ ତୁମ୍ଭର ପଶୁମାନଙ୍କୁ ଅଭିଶାପ ଦେବେ, ତାଙ୍କର ଅନେକ ଶାବକ ହେବେ ନାହିଁ। ସେ ତୁମ୍ଭର ଗାଈ ଓ ମେଷମାନଙ୍କୁ ମଧ୍ୟ ଅଭିଶାପ ଦେବେ।


ତୁମ୍ଭେ ମୋର ଚତୁର୍ଦ୍ଦିଗରୁ ଭୟକୁ ଆହ୍ୱାନ କରୁଅଛି, ସତେ ଯେପରି ସେମାନଙ୍କୁ କୌଣସି ଉତ୍ସବକୁ ନିମନ୍ତ୍ରଣ କରାଯାଇଛି। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇଲେ ନାହିଁ କି କେହି ଅବଶିଷ୍ଟ ରହିଲେ ନାହିଁ। ଯେଉଁମାନଙ୍କୁ ମୁଁ ଲାଳନପାଳନ କରି ବଢ଼ାଇଥିଲି ଶତ୍ରୁ ସେମାନଙ୍କୁ ସଂହାର କରିଅଛି।


Swiv nou:

Piblisite


Piblisite