ଯିଶାଇୟ 1:28 - ପବିତ୍ର ବାଇବଲ28 ମାତ୍ର ସମସ୍ତ ଅଧର୍ମାଗ୍ଭରୀ ଓ ପାପୀଗଣ ବିନଷ୍ଟ ହେବେ। ଯେଉଁମାନେ ସଦାପ୍ରଭୁଙ୍କୁ ଅବଜ୍ଞା କରନ୍ତି ସେମାନେ ସଂହାରିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ। Gade chapit laଓଡିଆ ବାଇବେଲ28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ। Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ପୁଣି ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିଶର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଆଗ୍ରହୀ ହୋଇଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା। ସେମାନେ ସମସ୍ତେ ଲୁପ୍ତ ହେବେ, ମିଶର ଦେଶରେ ପତିତ ହେବେ। ଖଡ଼୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ସମସ୍ତେ ଖଡ଼୍ଗ ଓ ଦୁର୍ଭିକ୍ଷରେ ମରିବେ। ଆଉ ସେମାନେ ଅନ୍ୟ ଦେଶଗୁଡ଼ିକ ସମ୍ମୁଖରେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବେ।
ଦମ୍ମେଶକ ଲୋକମାନେ ଯେଉଁ ଦେବତାର ପୂଜା କରୁଥିଲେ, ସେ ସେମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କଲେ। ଦମ୍ମେଶକୀୟ ଲୋକମାନେ ଆହସଙ୍କୁ ପରାସ୍ତ କଲେ, ତେଣୁ ସେ ମନେ ମନେ ଭାବିଲେ, “ଅରାମର ଲୋକମାନେ ଯେଉଁ ଦେବତାର ପୂଜା କରନ୍ତି, ସେ ସେମାନଙ୍କୁ ସାହାଯ୍ୟ କଲେ। ତେଣୁ ଯଦି ମୁଁ ସେହି ଦେବତାମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କରିବି, ତେବେ ହୁଏତ ସେମାନେ ମୋତେ ମଧ୍ୟ ସାହାଯ୍ୟ କରି ପାରିନ୍ତି।” ଆହସ୍ ସେହି ଦେବତାମାନଙ୍କୁ ପୂଜା କଲେ। ଏହି ପ୍ରକାରେ ସେ ନିଜେ ପାପ କଲେ ଓ ଇସ୍ରାଏଲର ଲୋକମାନଙ୍କୁ ପାପ କରାଇଲେ।