Biblia Todo Logo
Bib sou entènèt

- Piblisite -




ଯିଶାଇୟ 10:34 - ପବିତ୍ର ବାଇବଲ

34 ସଦାପ୍ରଭୁ ତାଙ୍କର କୁଠାର ସାହାଯ୍ୟରେ ଅରଣ୍ୟକୁ କାଟି ପକାଇବେ। ଲିବାନୋ‌ନ୍‌ର ମହାନ ବୃକ୍ଷର ପତନ ଘଟିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ସେ ଲୌହ ଦ୍ଵାରା ବନର ନିବିଡ଼ ସ୍ଥାନସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ଵାରା ଲିବାନୋନ ନିପାତିତ ହେବ।

Gade chapit la Kopi

ଓଡିଆ ବାଇବେଲ

34 ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନ ସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ।

Gade chapit la Kopi




ଯିଶାଇୟ 10:34
19 Referans Kwoze  

ତୁମ୍ଭେ ତୁମ୍ଭର ଦାସମାନଙ୍କ ଦ୍ୱାରା ମୋର ପ୍ରଭୁ ସଦାପ୍ରଭୁଙ୍କୁ ଲାଞ୍ଚିତ କରିଅଛ। ତୁମ୍ଭେ କହିଛ, “ମୁଁ ଅତି ଶକ୍ତିଶାଳୀ ଓ ମୋର ଅପାର ରଥ ସାହାଯ୍ୟରେ ମୁଁ ଲିବାନୋନକୁ ପରାସ୍ତ କରିଅଛି, ତାହାର ଉଚ୍ଚତମ ପର୍ବତ ଶିଖରକୁ ଉଠିଅଛି, ତା'ର ଏରସ ଓ ଦେବଦାରୁ ବୃକ୍ଷସବୁ କାଟି ପକାଇଅଛି। ପୁଣି ତା'ର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ଫଳପୂର୍ଣ୍ଣ ନିବିଡ଼ ଅରଣ୍ୟରେ ପ୍ରବେଶ କରିଅଛୁ।


ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସେହି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ: “ଏହିପରି ଭାବରେ ମହାନଗରୀ ବାବିଲକୁ ତଳକୁ ନିକ୍ଷେପ କରାଯିବ। ତାହାକୁ ଆଉ କେବେ କେହି ଦେଖି ପାରିବେ ନାହିଁ।


ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ୱର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ୱାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶୋଭା ପାଉଥିଲା। ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।


ଏହି ଭଣ୍ଡ ଶିକ୍ଷକମାନଙ୍କ ତୁଳନାରେ ସ୍ୱର୍ଗଦୂତମାନେ ଅତ୍ୟଧିକ ଶକ୍ତିଶାଳୀ ଓ ବଳବାନ। କିନ୍ତୁ ସେମାନେ କେବେ ହେଲେ ଏହି ଭଣ୍ଡ ଶିକ୍ଷକମାନଙ୍କୁ ଦୋଷୀ ସାବ୍ୟସ୍ତ କରନ୍ତି ନାହିଁ ବା ସେମାନଙ୍କ ବିରୁଦ୍ଧରେ ମନ୍ଦ କଥା ପ୍ରଭୁଙ୍କୁ କହନ୍ତି ନାହିଁ।


ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ୟ ଶାନ୍ତି ଦେବେ। ଯେତେବେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ୱର୍ଗଦୂତମାନଙ୍କ ସହିତ ସ୍ୱର୍ଗରୁ ଆସିବେ, ସେତେବେଳେ ପରମେଶ୍ୱର ଆମ୍ଭର ଦୁଃଖ ଉପଶମ କରିଦେବେ।


ସଦାପ୍ରଭୁ ଯିହୁଦାକୁ ଏହିସବୁ କଥା କହିଲେ, “ଅଶୂରୀୟର ଲୋକମାନେ ଅତି ବଳଶାଳୀ, ସେମାନଙ୍କର ବହୁ ସୈନ୍ୟ ଅଛନ୍ତି। କିନ୍ତୁ ସେମାନେ ସମସ୍ତେ ନିହତ ହୋଇ ଶେଷ ହେବେ। ହେ ମୋର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଦୁଃଖ ଦେଲୁ କିନ୍ତୁ ଆଉ ଅଧିକ ଦୁଃଖ ଦେବା ନାହିଁ।


“ଏବଂ ଆପଣ ମଧ୍ୟ ଦେଖିଲେ ଯେ, ସ୍ୱର୍ଗରୁ ପବିତ୍ର ସ୍ୱର୍ଗଦୂତ ଓହ୍ଲାଇ ଆସି କହିଲେ, ‘ଏ ବୃକ୍ଷକୁ ବିନଷ୍ଟ କରି ଛେଦନ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ। ଆଉ ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ ବର୍ଷ ଅତିକ୍ରମ କରିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।’


ମୋୟାବ ପୁନର୍ବାର ପ୍ରଶଂସିତ ହେବ ନାହିଁ। ହି‌‌‌ଶ୍‌‌‌ବୋ‌‌‌ନ୍‌‌‌ରେ ଲୋକମାନେ ତାହାର ବିନାଶର ଯୋଜନା କରିବେ। ‘ଆସ, ଆମ୍ଭେମାନେ ଏହାକୁ ଧ୍ୱଂସ କରିବା ଏବଂ ଗୋଷ୍ଠୀରୁ ଏହାକୁ ସମାପ୍ତ କରିଦେବା।’ ହେ ମ‌‌ଦ୍‌‌ମେନା! ତୁମ୍ଭେ ମଧ୍ୟ ନୀରବ ହେବ, କାରଣ ‌‌ଖ‌ଡ଼୍‌ଗ ତୁମ୍ଭର ପଶ୍ଚା‌‌ଦ୍‌‌ଗାମୀ ହେବ।


ତୁମ୍ଭର ପ୍ରାସାଦକୁ ଧ୍ୱଂସ କରିବାକୁ ପ୍ରତ୍ୟେକ ବିନାଶକାରୀଙ୍କୁ ଅସ୍ତ୍ର ସହିତ ପଠାଇବା। ସେମାନେ ତୁମ୍ଭର ସୁଦୃଢ଼ ସୁନ୍ଦର ଏରସକାଠ ନିର୍ମିତ କଡ଼ିଗୁଡ଼ିକୁ କାଟି ଅଗ୍ନିରେ ପକାଇବେ।


ଏହା ପରେ ସେହି ରାତ୍ରିରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ 185,000 ଲୋକଙ୍କୁ ସଂହାର କଲେ। ଯେତେବେଳେ ପ୍ରଭାତରେ ଲୋକମାନେ ଉଠିଲେ, ସେମାନଙ୍କ ଚତୁର୍ଦ୍ଦିଗରେ କେବଳ ଶବମାନ ଦେଖିଲେ।


ଏହା ସତ୍ୟ ସେଦିନ ଅଶୂର ‌‌ଖ‌ଡ଼୍‌ଗରେ ପତିତ ହେବ। ମାତ୍ର ତାହା ମନୁଷ୍ୟର ‌‌ଖ‌ଡ଼୍‌ଗ ନୁହେଁ। ଅଶୂର ସମ୍ପୂର୍ଣ୍ଣ ବିନଷ୍ଟ ହେବ ମାତ୍ର ତାହା ମନୁଷ୍ୟ ‌‌ଖ‌ଡ଼୍‌ଗରେ ନୁହେଁ। ପୁଣି ସେ ‌‌ଖ‌ଡ଼୍‌ଗରେ ସମ୍ମୁଖରୁ ପଳାୟନ କରିବ। ତା'ର ଯୁବକମାନେ କ୍ରୀତଦାସ ହେବେ।


ତା'ପରେ ସେହି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷେତକୁ ପୋଡ଼ି ପକାଇବେ। ଶେଷରେ ସମସ୍ତ ଜିନିଷ ଏହି ଅଗ୍ନିଶିଖାରେ ବଳି ପଡ଼ିବ।


ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।


ସେହି ଅହଙ୍କାର ଲୋକମାନେ ଲିବାନୋନ ଓ ବାଶନର ଦେବଦାରୁ ଓ ଅଲୋନଗଛ ପରି ଉଚ୍ଚ ଓ ମହାନ ହେବେ। ମାତ୍ର ସଦାପ୍ରଭୁ ସେମାନଙ୍କୁ ଦଣ୍ଡ ଦେବେ।


ଦେଶ ଜଟିଳ ସମସ୍ୟା ଏବଂ ଅବସନ୍ନ ରୂପ ପରିଧାନ କରିଛି। ଲିବାନୋନ ଲଜ୍ଜିତ ଓ ଶୁଷ୍କ ଦେଖା ଯାଉଛି, ଶାରୋଣ ଅରଣ୍ୟ ତୁଲ୍ୟ ଦେଖା ଯାଉଛି। ବାଶନ୍ ଓ କର୍ମିଲର ପତ୍ର ଝାଡ଼ି ହୋଇଛି।


ଅଶୂରକୁ ଦେଖ! ସେ ଲିବାନୋ‌ନ୍‌ର ଏରସ ବୃକ୍ଷସ୍ୱରୂପ ଅଟେ। ତାହାର ସୁନ୍ଦର ଘନଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା। ଆଉ ତାହାର ଶିଖର ମେଘ ମଧ୍ୟରେ ଥିଲା।


Swiv nou:

Piblisite


Piblisite