Biblia Todo Logo
Bib sou entènèt

- Piblisite -




ଯିଶାଇୟ 11:16 - ପବିତ୍ର ବାଇବଲ

16 ପରମେଶ୍ୱରଙ୍କ ଅବଶିଷ୍ଟାଂଶ ଲୋକେ ଏହି ରାଜପଥରେ ଗମନ କରିବେ। ଏହା ମିଶର ଦେଶରୁ ଲୋକଙ୍କୁ କାଢ଼ିବା ପରମେଶ୍ୱରଙ୍କ ପରି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।

Gade chapit la Kopi




ଯିଶାଇୟ 11:16
18 Referans Kwoze  

ସେହି ସମୟରେ ମିଶରରୁ ଅଶୂର ପର୍ଯ୍ୟନ୍ତ ଏକ ରାଜପଥ ନିର୍ମିତ ହେବ। ତା'ପରେ ଅଶୂରର ଲୋକମାନେ ମିଶରକୁ ଆସିବେ ଓ ମିଶରର ଲୋକମାନେ ଅଶୂରକୁ ଯିବେ। ମିଶରର ଲୋକମାନେ ଅଶୂରର ଲୋକମାନଙ୍କ ସହିତ ପୂଜା କରିବେ।


ସେହି ସମୟରେ ମୋର ପ୍ରିୟ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନେବେ। ଏହା ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ୱରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲନୀୟ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୂର ଦେଶରୁ ଆସିବେ।


ତୁମ୍ଭେମାନେ ଅଗ୍ରସର ହୁଅ, ନଗରଦ୍ୱାର ମଧ୍ୟଦେଇ ଆଗେଇ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ୱଜା ଉଡ଼ାଅ।


ପୁଣି ସେ କହିବେ, “ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର। ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।”


ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ପାଇଁ ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?


“ଦେଖ, କେତେକ ଲୋକ ଦୂର ଦେଶରୁ ଆସିବେ, କେତେକ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ ଓ ଆଉ କେତେକ ସୀନୀମ ଦେଶରୁ ଆସିବେ।”


ସେଦିନ ଗୋଟିଏ ବଡ଼ ମେଷର ତୂରୀବାଜିବ। ଅଶୂର ଦେଶରେ ହଜି ଯାଇଥିବା ଲୋକ ଏବଂ ମିଶରକୁ ବିତାଡ଼ିତ ହୋଇଥିବା ଲୋକମାନେ ସେଦିନ ଆସିବେ। ଯିରୁଶାଲମର ପବିତ୍ର ପର୍ବତରେ ସେମାନେ ସଦାପ୍ରଭୁଙ୍କୁ ପ୍ରଣାମ କରିବା ପାଇଁ ଏକତ୍ରିତ ହେବେ।


ଏହା ସତ୍ୟ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା’ ନ ହୋଇଥିଲେ ଆମ୍ଭେମାନେ ସଦୋମ ଓ ହମୋରାର ପରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇଥା’ନ୍ତୁ।


ସେହି ସମୟରେ ଇସ୍ରାଏଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପରେ ଆଉ ନିର୍ଭର କରିବେ ନାହିଁ। ସେମାନେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବା ଶିକ୍ଷା କରିବେ।


“ପୁଣି ଆମ୍ଭେ ଆମ୍ଭର ପର୍ବତଗୁଡ଼ିକୁ ଏକ ପଥ କରିବା ଓ ଆମ୍ଭର ରାଜପଥଗୁଡ଼ିକ ଉଚ୍ଚ କରାଯିବ।


ତା'ପରେ ସେହି ରାଜ୍ୟ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସେହି ଲୋକମାନଙ୍କୁ ସ୍ମରଣ କରିବେ। ସେହି ଲୋକମାନେ ବିଦେଶରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଫେରାଇ ଆଣିବେ। ତା'ପରେ ଯିହୁଦାର ଲୋକମାନେ ସେମାନଙ୍କର ମେଷଗୁଡ଼ିକୁ ସେହି ପଡ଼ିଆରେ ଚରିବାକୁ ଦେବେ। ସନ୍ଧ୍ୟାବେଳେ ଅସ୍କିଲୋନର ଶୂନ୍ୟ ଗୃହରେ ସେମାନେ ପଡ଼ି ରହିବେ।


ଇସ୍ରାଏଲୀୟମାନେ ଶୁଷ୍କ ଭୂମିରେ ସମୁଦ୍ର ମଧ୍ୟଦେଇ ଗଲେ। ସମୁଦ୍ରର ଜଳଭାଗ ଦୁଇଟି କାନ୍ଥ ପରି ସେମାନଙ୍କର ବାମପଟେ ଓ ଦକ୍ଷିଣ ପଟେ ରହିଲା।


Swiv nou:

Piblisite


Piblisite