ଯିଶାଇୟ 12:6 - ପବିତ୍ର ବାଇବଲ6 ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର। ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ତେଣୁ ଆନନ୍ଦ କର। Gade chapit laପବିତ୍ର ବାଇବଲ (Re-edited) - (BSI)6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି। Gade chapit laଓଡିଆ ବାଇବେଲ6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।” Gade chapit la |
ଆଉ ସେ ମୋତେ ମନ୍ଦିର ମଧ୍ୟରୁ କହିଲେ, “ହେ ମନୁଷ୍ୟ ପୁତ୍ର ଏହା ମୋର ସିଂହାସନର ସ୍ଥାନ ଓ ମୋର ପାଦପୀଠର ସ୍ଥାନ। ମୁଁ ଇସ୍ରାଏଲ ପରିବାର ମଧ୍ୟରେ ସଦାକାଳ ବାସ କରିବି। ଆଉ ଇସ୍ରାଏଲର ଲୋକମାନେ ଏବଂ ସେମାନଙ୍କ ରାଜାଗଣ ସେମାନଙ୍କର ଶାରୀରିକ ପାପସବୁ ସହିତ ଏହି ସ୍ଥାନରେ ନିଜର ରାଜାମାନଙ୍କ ମୃତ ଶରୀର କବର ଦେବାଦ୍ୱାରା ଏହି ସ୍ଥାନକୁ ମୋର ପବିତ୍ର ନାମକୁ ଅପମାନିତ କରିବେ ନାହିଁ।
କାହିଁକି ଏସବୁ ହେବ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହେବେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ସ୍ରୋତ ସମୂହର ସ୍ଥାନ ହେବ। କିନ୍ତୁ ସେହି ନଦୀମାନଙ୍କରେ ଆହୁଲା ଯୁକ୍ତ କୌଣସି ନୌକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭେମାନେ ସେହି ପୋତର ରଜ୍ଜୁ ଛାଡ଼ି ଦେବ। ତୁମ୍ଭେମାନେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭେମାନେ ତୁମ୍ଭର ଜାହାଜକୁ ଖୋଲିବାକୁ କ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଗ୍ଭରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ। ତେଣୁ ସଦାପ୍ରଭୁ ଆମ୍ଭମାନଙ୍କୁ ବିପୁଳ ସମ୍ପଦ ଦେବେ। ଏପରିକି ଛୋଟ ଲୋକ ମଧ୍ୟ ଲୁଟିତ ସମ୍ପଦ ପାଇବ।