Biblia Todo Logo
Bib sou entènèt

- Piblisite -




ଯିଶାଇୟ 14:11 - ପବିତ୍ର ବାଇବଲ

11 ତୁମ୍ଭର ବଡ଼ିମା ରସାତଳଗାମୀ ହୋଇଛି। ତୁମ୍ଭ ବୀଣାର ସ୍ୱର ତୁମ୍ଭ ଗର୍ବିତ ଆତ୍ମାର ଆଗମନ ଘୋଷଣା କରୁଛି। ମାଛି ତୁମ୍ଭର ଶରୀରକୁ ଭକ୍ଷ୍ୟଣ କରିବ। ତୁମ୍ଭେ ସେମାନଙ୍କ ଉପରେ ବିଛଣା ସଦୃଶ ପଡ଼ିବ। କୃମି କମ୍ବଳ ସଦୃଶ ତୁମ୍ଭ ଶରୀରକୁ ଆଚ୍ଛାଦନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭର ଐଶ୍ଵର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ଵର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

11 ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।

Gade chapit la Kopi




ଯିଶାଇୟ 14:11
16 Referans Kwoze  

ପୁଣି ମୁଁ ତୁମ୍ଭର ଆନନ୍ତ ଗୀତର ଶବ୍ଦ ନିବୃତ୍ତ କରିବି ଓ ତୁମ୍ଭର ବୀଣାର ଧ୍ୱନି ଆଉ ଶୁଣିବାକୁ ଦେବି ନାହିଁ।


“ପୁଣି ସେମାନେ ବାହାରେ ଯାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସେମାନଙ୍କର କୀଟ ମରିବ ନାହିଁ କିମ୍ବା ସେମାନଙ୍କର ଅଗ୍ନି ନିର୍ବାପିତ ହେବ ନାହିଁ। ଆଉ ମଧ୍ୟ ସେମାନେ ସମସ୍ତେ ମର୍ତ୍ତ୍ୟର ଘୃଣାର ପାତ୍ର ହେବେ।”


ହେ ଆନନ୍ଦ ଧ୍ୱନିପୂର୍ଣ୍ଣ, କୋଳାହଳ ପୂର୍ଣ୍ଣ, ଉଲ୍ଲସିତ ନଗରୀ, ତୁମ୍ଭର ଲୋକେ ‌‌ଖ‌ଡ଼୍‌ଗରେ ନିହତ ହୋଇ ନାହାନ୍ତି କିମ୍ବା ଯୁଦ୍ଧରେ ମରି ନାହାନ୍ତି।


ଶେଷରେ ସେହି ଦୁଇ ଜଣ କବରରେ ବିଶ୍ରାମ ନିଅନ୍ତି। କୀଟ ସେହି ଦୁଇ ଜଣଙ୍କୁ ଖାଇଯାଏ।


ତା'ପରେ ସେମାନେ ମୃତ୍ୟୁବରଣ କରିବେ। ସିୟୋନ ମୃତ୍ୟୁର ସ୍ଥାନ ହେବ ଓ ସେ ଅଧିକରୁ ଅଧିକ ଲୋକ ଗିଳି ପକାଇବ। ସେହି ମୃତ୍ୟୁର ସ୍ଥାନ ତା'ର ଅପରିମିତ ମୁଖ ବିସ୍ତାର କରିବ, ମୂଲ୍ୟବାନ ଲୋକ, ସାଧାରଣ ଲୋକ ଏବଂ ଖୁସୀମିଜାସିଆଲୋକ ତା’ ଦ୍ୱାରା ଜାଲରେ ଧରା ପଡ଼ିବେ।”


କାରଣ ସେମାନେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସେମାନଙ୍କୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସେମାନଙ୍କୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହେବ।”


Swiv nou:

Piblisite


Piblisite